ବାଲେଶ୍ୱର ଅଫିସ, ୨୪।୪-ବାଲେଶ୍ୱର ଜିଲା ସଦର ମହକୁମା ଠାରେ ଥିବା ଖବରଦାତାମାନଙ୍କ ପକ୍ଷରୁ ଗୁରୁବାର ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଦେଶବାସୀ କରୋନା ଭୂତାଣୁ ପାଇଁ ଭୟଭୀତ ଅବସ୍ଥାରେ ଥିବାବେଳେ ଏବେ ଲକ୍ଡାଉନ୍ରେ ରହିଛି। ଏପରି ସ୍ଥିତିରେ ସମସ୍ତ ଗଣମାଧ୍ୟମ ପ୍ରତିନିଧି ନିଜ ଜୀବନକୁ ପାଣି ଛଡ଼ାଇ ବିଭିନ୍ନ ଅଞ୍ଚଳ ବୁଲି ଖବର ସଂଗ୍ରହ ଓ ପରିବେଷଣ କରିଚାଲିଛନ୍ତି। ଏ ପରିପ୍ରେକ୍ଷୀରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ପ୍ରତି ସରକାର ଅଦ୍ୟାବଧି ସାମାନ୍ୟତମ ଅନୁକମ୍ପା ପ୍ରଦର୍ଶନ କରି ନାହାନ୍ତି। ଖବରଦାତାମାନଙ୍କୁ ଦିଆଯାଉଥିବା ସ୍ବାସ୍ଥ୍ୟବୀମା ବାବଦରେ ୨ଲକ୍ଷରୁ ୧୦ଲକ୍ଷ ଟଙ୍କାକୁ ବୃଦ୍ଧି ଓ ତାଙ୍କ ପରିବାରର ଅନ୍ୟୁନ ୫ଜଣ ସଦସ୍ୟଙ୍କୁ ଏହି ବୀମା ତାଲିକାଭୁକ୍ତ କରାଯିବା ନିମନ୍ତେ ଦାବି କରାଯାଇଛି। ଦାବିପତ୍ର ପ୍ରଦାନ ସମୟରେ ପ୍ରେସ କ୍ଲବର ସାଧାରଣ ସମ୍ପାଦକ ରଞ୍ଜନ ବାଗ, ବଂଶୀଧର ଜେନା, ଅଜିତ୍ ମହାନ୍ତି, ରବି ରାଉତ, ପ୍ରକାଶ ମହାନ୍ତି, ଜ୍ଞାନ ରଞ୍ଜନ ଦାସ, ରମଣୀ ରଞ୍ଜନ ଦାସ, ଆଲୋକ କୁମାର ବାରିକ, ଅଧୀପ କୁମାର ଜେନା, ପ୍ରସନ୍ନଜିତ୍ ଆଶ୍, ସପନ କୁମାର ବିଶ୍ୱାଳ, ମୃତ୍ୟୁଞ୍ଜୟ ପଟ୍ଟନାୟକ, ମନୋଜ ବିଶ୍ୱାଳ, ଗୋବିନ୍ଦ ରାଠି ପ୍ରମୁଖ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ବାଲେଶ୍ୱର View All
କାର-ବାଇକ୍ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର
ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ରେ ଥିବା…
କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…
‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ
ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
ଝଡତୋଫାନ, ବଜ୍ରପାତରେ ନେଲା ଜୀବନ
ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…
Archives

