Posted inଜାତୀୟ

ଖବରଦାତାଙ୍କ ବେଶରେ ଯୋଗୀଙ୍କ ଉପରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ: ଗୁଇନ୍ଦା ବିଭାଗ

ଲକ୍ଷ୍ନୌ,୧୪।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ନେଇ ଭୟ ରହିଛି। ଖବରଦାତା ବେଶରେ ଆତଙ୍କବାଦୀ ଗୋରଖପୁରର ଗୋରଖନାଥଙ୍କ ମନ୍ଦିର ବା ଭିଆଇପି ଗତିବିଧି ସମୟରେ ଯୋଗୀଙ୍କ ଉପରେ ଆକ୍ରମଣ କରିପାରନ୍ତି ବୋଲି ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିଛି। ଗୁଇନ୍ଦା ବିଭାଗ ଏନେଇ ଉତ୍ତରପ୍ରଦେଶ ପୋଲିସ ପାଇଁ ଏକ ଆଲର୍ଟ ଜାରି କରିଛି। ଏହାପରେ ଗୋରଖନାଥ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଆଲର୍ଟ ପରେ ଏବେ ପୋଲିସ ଖବରଦାତାଙ୍କ ପାଇଁ ନୂଆ ପରିଚୟ ପତ୍ର ଜାରି କରିବାକୁ ନିଷ୍ପତ୍ତି ନେଇଛି। ଏହି ପରିଚୟ ପତ୍ର ସେମାନଙ୍କୁ ଦିଆଯିବ ଯେଉଁମାନେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିସହ କାର୍ଯ୍ୟକ୍ରମ ସମୟରେ ଖବରଦାତା ମୁଖ୍ୟମନ୍ତ୍ରୀଙ୍କ ସହ ଦୂରତା ରକ୍ଷା କରିବେ ବୋଲି ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗୋରଖପୁରରେ ଖବରଦାତା ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପହଞ୍ଚିବା ସହଜ ହୋଇଥିବାରୁ ଆତଙ୍କବାଦୀ ଏହାର ଲାଭ ଉଠାଇପାରନ୍ତି ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri