ଝାରସୁଗୁଡା ଅଫିସ,୨୦।୪: ଝାରସୁଗୁଡା ଜିଲାରେ କାର୍ଯ୍ୟରତ ଜଣେ ଖବରଦାତାଙ୍କୁ ବେଆଇନ ଭାବେ ବ୍ୟବସାୟ କରୁଥିବା କିଛି ଇଟା ଭାଟି ମାଲିକ ଦୁର୍ବ୍ୟବହାର ଓ ହତ୍ୟା ଧମକ ଦେଇଥିବା ବ୍ରଜରାଜନଗର ଥାନାରେ ଅଭିଯୋଗ ହୋଇଛି। ଖବରଦାତା ଜଣକ ବ୍ରଜରାଜନଗର ଥାନା ଅଧୀନ ବୁନ୍ଦିଆ ଗ୍ରାମରେ ଥିବା କିଛି ବେଆଇନ ଇଟାଭାଟି ସମ୍ପର୍କରେ ଖବର ସଂଗ୍ରହ କରିବାକୁ ଯାଇଥିଲେ। ହେଲେ ସେଠାରେ ଥିବା ୪ ଜଣ ବ୍ୟକ୍ତି ତାଙ୍କ ମୋବାଇଲ ଛଡାଇ ନେଇଥିଲେ। ଠେଲାପେଲା କରିବା ସହ ଗାଳିଗୁଲଜ କରିଥିଲେ। ଏ ନେଇ ଖବର ପରିବେଷଣ କରିଲେ ହତ୍ୟାର ଶିକାର ହେବେ ବୋଲି ଧମକ ଦେଇଥିଲେ । ଅନ୍ୟପକ୍ଷରେ ଅନ୍ୟଜଣେ ବ୍ୟକ୍ତି ଖବରଦାତାଙ୍କ ବାପାଙ୍କୁ ଫୋନ କରି ଧମକ ମଧ୍ୟ ଦେଇଛନ୍ତି । ତେବେ ଏହାକୁ ବିରୋଧ କରି ଝାରସୁଗୁଡାର ଖବରଦାତାମାନଙ୍କ ଏକ ପ୍ରତିନିଧି ଦଳ ସୋମବାର ଏସ୍ପି ଅଶ୍ୱିନୀ କୁମାର ମହାନ୍ତିଙ୍କୁ ଦେଖା କରିଛନ୍ତି। ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଘଟଣାକୁ ଗୁରୁତର ସହ ନେଇ ଅଭିଯୁକ୍ତମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ବ୍ରଜରାଜନଗର ଥାନା ଅଧିକାରୀଙ୍କୁ ଏସ୍ପି ମହାନ୍ତି ନିର୍ଦ୍ଦେଶ ଦେଇଛନ୍ତି।
Posted inHome, ଆମ ଜିଲା ଖବର, ଝାରସୁଗୁଡ଼ା View All
ଆର୍ଡିଙ୍କ ଅଚାନକ କଲେଜ ପରିଦର୍ଶନ
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...
୩ ଦିନ ହେଲା ଅଟକି ରହିଛି ଟ୍ରକ୍, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...
ସରପଞ୍ଚଙ୍କ ଘରୁ ଲୁଟ୍
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...
ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍: ଆଉ ତା’ପରେ ଘଟିଗଲା…
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...
ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର
ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...
ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…
ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...
ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ
ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...
ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…
ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା...
Archives


