ଝାରସୁଗୁଡା ଅଫିସ,୨୦।୪: ଝାରସୁଗୁଡା ଜିଲାରେ କାର୍ଯ୍ୟରତ ଜଣେ ଖବରଦାତାଙ୍କୁ ବେଆଇନ ଭାବେ ବ୍ୟବସାୟ କରୁଥିବା କିଛି ଇଟା ଭାଟି ମାଲିକ ଦୁର୍ବ୍ୟବହାର ଓ ହତ୍ୟା ଧମକ ଦେଇଥିବା ବ୍ରଜରାଜନଗର ଥାନାରେ ଅଭିଯୋଗ ହୋଇଛି। ଖବରଦାତା ଜଣକ ବ୍ରଜରାଜନଗର ଥାନା ଅଧୀନ ବୁନ୍ଦିଆ ଗ୍ରାମରେ ଥିବା କିଛି ବେଆଇନ ଇଟାଭାଟି ସମ୍ପର୍କରେ ଖବର ସଂଗ୍ରହ କରିବାକୁ ଯାଇଥିଲେ। ହେଲେ ସେଠାରେ ଥିବା ୪ ଜଣ ବ୍ୟକ୍ତି ତାଙ୍କ ମୋବାଇଲ ଛଡାଇ ନେଇଥିଲେ। ଠେଲାପେଲା କରିବା ସହ ଗାଳିଗୁଲଜ କରିଥିଲେ। ଏ ନେଇ ଖବର ପରିବେଷଣ କରିଲେ ହତ୍ୟାର ଶିକାର ହେବେ ବୋଲି ଧମକ ଦେଇଥିଲେ । ଅନ୍ୟପକ୍ଷରେ ଅନ୍ୟଜଣେ ବ୍ୟକ୍ତି ଖବରଦାତାଙ୍କ ବାପାଙ୍କୁ ଫୋନ କରି ଧମକ ମଧ୍ୟ ଦେଇଛନ୍ତି । ତେବେ ଏହାକୁ ବିରୋଧ କରି ଝାରସୁଗୁଡାର ଖବରଦାତାମାନଙ୍କ ଏକ ପ୍ରତିନିଧି ଦଳ ସୋମବାର ଏସ୍ପି ଅଶ୍ୱିନୀ କୁମାର ମହାନ୍ତିଙ୍କୁ ଦେଖା କରିଛନ୍ତି। ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଘଟଣାକୁ ଗୁରୁତର ସହ ନେଇ ଅଭିଯୁକ୍ତମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ବ୍ରଜରାଜନଗର ଥାନା ଅଧିକାରୀଙ୍କୁ ଏସ୍ପି ମହାନ୍ତି ନିର୍ଦ୍ଦେଶ ଦେଇଛନ୍ତି।
Posted inHome, ଆମ ଜିଲା ଖବର, ଝାରସୁଗୁଡ଼ା View All
ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…
ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…
ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି
ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…
ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼
ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…
ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି
ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…
ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…
ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…
ପୁରୁଷୋତ୍ତମପୁରର ୩ ରେସଲର୍, ରାଜ୍ୟସ୍ତରରେ ଦେଖାଇବେ ଦମ୍: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…
ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…
ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର
ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…
ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …
ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

