ଖବରଦାତାଙ୍କୁ ୨ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ଶୁକ୍ରବାର ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ମାନସ ରଞ୍ଜନ ମଙ୍ଗରାଜ ବିଭାଗର କାର୍ଯ୍ୟାଳୟଠାରେ ଢେଙ୍କାନାଳ ଜିଲାର ଜଣେ କାର୍ଯ୍ୟରତ ଖବରଦାତାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ୩୦ ବର୍ଷୀୟ ଖବରଦାତାଙ୍କ ଦୁଇଟି କିଡ୍‌ନୀ ସମ୍ପୂର୍ଣ୍ଣରୂପେ ଅଚଳ ହୋଇଯାଇଛି। ତାଙ୍କ ପରିବାର ପକ୍ଷରୁ କିଡ୍‌ନୀ ପ୍ରତିରୋପଣ କରିବା ସମ୍ଭବ ନ ଥିଲା। ସେ ଢେଙ୍କାନାଳ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କଠାରୁ କର୍ମଜୀବୀ ସାମ୍ବାଦିକ କଲ୍ୟାଣ ପାଣ୍ଠି ବିଷୟରେ ଜାଣିବାକୁ ପାଇଥିଲେ। ଏ ନେଇ ସେ ଆବେଦନ କରିଥିଲେ। ମୁଖ୍ୟମନ୍ତ୍ରୀ ଏହି ବିଷୟରେ ଅବଗତ ହେବାପରେ ତୁରନ୍ତ କଲ୍ୟାଣ ପାଣ୍ଠି ଯୋଜନାରେ ୨ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି। ଏହି ଅବସରରେ ମଙ୍ଗରାଜ ସରକାରଙ୍କ ତରଫରୁ ଉକ୍ତ ଖବରଦାତାଙ୍କୁ ୨ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ମଙ୍ଗରାଜ କହିଛନ୍ତି, ସ୍ଥାନୀୟ ଏକ ଘରୋଇ ଡାକ୍ତରଖାନାରେ ଖୁବ୍‌ଶୀଘ୍ର ସେହି ଖବରଦାତାଙ୍କ କିଡ୍‌ନୀ ପ୍ରତିରୋପଣ କରାଯିବ। ପରବର୍ତ୍ତୀ ସମୟରେ ସରକାର ଅଧିକ ସହାୟତା ନିମନ୍ତେ ନିଷ୍ପତ୍ତି ନେବେ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri