Posted inରାଜ୍ୟ

ଖରସ୍ରୋତା ନଦୀ ବନ୍ଧରୁ ପଥର ଲୁଟ୍‌ ଘଟଣା: ତଦନ୍ତ କରି ଫେରିଲେ ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀ

ବିଞ୍ଝାରପୁର,୨୦।୬(ଡି,ଏନ୍‌.ଏ.): ଖରସ୍ରୋତା ନଦୀ ଘଣ୍ଟିଆଳି ସଂଲଗ୍ନ ବନ୍ଧରୁ ପଥର ଲୁଟ୍‌ ଘଟଣାରେ ବୁଧବାର ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀ ନବୀନ କିଶୋର ପାଣିଗ୍ରାହୀ ଘଟଣାସ୍ଥଳ ତଦନ୍ତକରି ଫେରିଛନ୍ତି। ଖୁବ୍‌ଶୀଘ୍ର ଏ ସମ୍ବନ୍ଧୀୟ ରିପୋର୍ଟ ବିଭାଗକୁ ହସ୍ତାନ୍ତର କରିବେ ବୋଲି ସେ କହିଛନ୍ତି। ପ୍ରକାଶ ଯେ, ମଙ୍ଗଳବାର ପୂର୍ବାହ୍ନରେ କେତେଜଣ ଦୁର୍ବୃତ୍ତ ଘଣ୍ଟିଆଳି ସଂଲଗ୍ନ ପଥରବନ୍ଧରୁ ଟ୍ରାକ୍ଟର ଯୋଗେ ପଥର ଲୁଟ୍‌ କରିଥିଲେ। ଏହି ସମୟରେ ସ୍ଥାନୀୟ ଗ୍ରାମବାସୀ ପହଞ୍ଚତ୍ ବିରୋଧ କରିବାରୁ ଦୁର୍ବୃତ୍ତମାନେ ଗାଡି ଛାଡି ପଳାଇଥିଲେ। ଘଟଣା ସମ୍ଫର୍କରେ ଗ୍ରାମବାସୀ ଜଳସମ୍ପଦ ବିଭାଗ ନିକଟରେ ଅବଗତ କରିଥିଲେ। ତେବେ ଜଳସମ୍ପଦ ବିଭାଗ ପକ୍ଷରୁ ଘଣ୍ଟିଆଳି ସଂଲଗ୍ନ ଖରସ୍ରୋତା ବାମପାର୍ଶ୍ୱ ନଦୀବନ୍ଧର ସୁରକ୍ଷା ପାଇଁ ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ ପଥର ବନ୍ଧକୁ ଦୁର୍ବୃତ୍ତମାନେ ଲୁଟ୍‌ ଉଦ୍ୟମ କରିବା ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି ା ଏ ନେଇ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ସତ୍ୟସାଗର ଭୂୟାଁଙ୍କୁ ପଚାରିବାରୁ ପଥରୁ ଲୁ୍‌ଟ୍‌ ଘଟଣାରେ ସମ୍ପୃକ୍ତି ଥିବା ବ୍ୟକ୍ତି ବିଶେଷଙ୍କ ବିରୋଧରେ ତଦନ୍ତ କରଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ର୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri