ଖରାପ ରହିଲା ଲକ୍‌ଡାଉନ ୪.୦: ପ୍ରତି ଘଣ୍ଟାରେ ସଂକ୍ରମିତ ହେଲେ ୨୭୧ ଜଣ

ନୂଆଦିଲ୍ଲୀ,୩୧।୫: ବେଳକୁ ବେଳ ଚିନ୍ତା ବଢାଇ ଚାଲିଛି କରୋନା ଭାଇରସ ସଂକ୍ରମଣ। ଏହାକୁ ରୋକିବାକୁ ଦେଶରେ ଗତ ମାର୍ଚ୍ଚ ମାସଠାରୁ ଲକ୍‌ଡାଉନ ଜାରି କରାଯାଇଛି। ତେବେ ମେ’ ୧୬ ପରେ ଜାରି କରାଯାଇଥିବା ଲକ୍‌ଡାଉନ ୪.୦ ସବୁଠାରୁ ଖରାପ ରହିଲା ବୋଲି ଆକଳନ କରାଯାଇଛି। କାରଣ ଏହି ସମୟରେ ଦେଶରେ ପ୍ରତି ଘଣ୍ଟାରେ ପାଖାପାଖି ୨୭୧ ଜଣ କେରାନାରେ ସଂକ୍ରମିତ ହୋଇଛନ୍ତି। ରବିବାର ଲକ୍‌ଡାଉନ ୪.୦ର ଅବଧି ଶେଷ ହେଉଥିବା ବେଳେ ଏବେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧,୮୨,୧୪୩ରେ ପହଞ୍ଚିଛି। ସୂଚନାଯୋଗ୍ୟ, ମେ’ ୧୬ରେ ଲକ୍‌ଡାଉନ ୩.୦ର ଅବଧି ଶେଷ ହୋଇଥିଲା। ଆଉ ସେହି ସମୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟାଥିଲା ପ୍ରାୟ ୯୦,୯୨୭। ହେଲେ ଏବେ ଏହି ସଂଖ୍ୟା ୧,୮୨,୧୪୩ରେ ପହଞ୍ଚିଛି। ଅର୍ଥାତ୍‌ ଲକ୍‌ଡାଉନ ୪.୦ରେ ସଂକ୍ରମିତଙ୍କ ସଂଖ୍ୟା ଦୁଇଗୁଣା ହୋଇଛି। ଏଥିରୁ ଅନୁମାନ କରାଯାଇଛି କି ପ୍ରତି ଘଣ୍ଟାରେ ପ୍ରାୟ ୨୭୧ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ତେବେ ଶେଷ ୬ ଦିନରେ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିଛି। ମେ’ ୨୪ରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬,୭୬୭ ଥିବା ବେଳେ ମେ’ ୨୫ରେ ଏହା ୬,୯୭୭ରେ ପହଞ୍ଚିଲା। ସେହିପରି ମେ’ ୨୮ରେ ଏହି ସଂଖ୍ୟା ବୃଦ୍ଧି ପାଇ ୭,୪୬୬ରେ ପହଞ୍ଚିଥିବା ବେଳେ ଶନିବାର ସଂକ୍ରମିତଙ୍କ ସଂଖ୍ୟା ଥିଲା ୭,୯୬୫ ହେଲେ ରବିବାର ଏଥିରେ ବୃଦ୍ଧି ଘଟି ୮,୩୮୦ରେ ପହଞ୍ଚିଛି। ଯାହା ଏବେ ଚିନ୍ତାର କାରଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri