ଖରିଫ ଶସ୍ୟବୀମା ପ୍ରଦାନ ଦାବି: ଚାଷୀଙ୍କ ଆଇନ ଅମାନ୍ୟ ଆନ୍ଦୋଳନ

ସମ୍ବଲପୁର, ଜମନକିରା,୪।୧(ବ୍ୟୁରୋ/ ଡି.ଏନ୍‌.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଚାଷୀଙ୍କୁ ୨୦୧୮-୧୯ ଖରିଫ ଧାନଚାଷ ବୀମାରାଶି ପ୍ରଦାନ କରାଯାଇ ନଥିଲା। ଏ ନେଇ ପୂର୍ବ ନିଷ୍ପତ୍ତିକ୍ରମେ ଶନିବାର କୁଚିଣ୍ଡା ବ୍ଲକ୍‌ ସମେତ ବାମରା ଓ ଜମନକିରା ବ୍ଲକ୍‌ ସଦର ମହକୁମା ଗୁଡ଼ିକରେ ଚାଷୀମାନେ ଆଇନ ଅମାନ୍ୟ ଆନ୍ଦୋଳନ କରିଛନ୍ତି। ଏହା ସହିତ ୪୯ ଓ ୫୩ ନଂ. ରାଜରାସ୍ତାକୁ ବୀମା ପ୍ରଦାନ ନହେବା ଯାଏ ଅବରୋଧ କରାଯିବ ବୋଲି ମିଳିତ ଚାଷୀ ସଂଗଠନ ପକ୍ଷରୁ କୁହାଯାଇଛି। କୁଚିଣ୍ଡା ମୁଖ୍ୟଛକରେ ଅବରୋଧ କରାଯାଇଥିବା ବେଳେ ବାମରା ଓ ଜମନକିରା ବ୍ଲକ୍‌ କାର୍ଯ୍ୟାଳୟ ରାଜରାସ୍ତା ୫୩ନଂ.ରେ ରାସ୍ତା ଅବରୋଧ କରାଯାଇ ଆନ୍ଦୋଳନ କରାଯାଇଛି। ବ୍ଲକ୍‌ ଗୁଡ଼ିକରେ ଥିବା ସମସ୍ତ ସ୍କୁଲ, କଲେଜ, ବ୍ୟାଙ୍କ, ଦୋକାନ ବଜାର, ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକ ଆଗରେ ଚାଷୀମାନେ ପିକେଟିଂ କରିଛନ୍ତି। ତେବେ ସ୍ବତଃସ୍ଫୂର୍ତ୍ତ ଲୋକେ ନିଜ ନିଜ ଦୋକାନ ଓ ବ୍ୟବସାୟିକ ସଂସ୍ଥା ବନ୍ଦ କରିଛନ୍ତି। ବନ୍ଦ ଫଳରେ ଯାନବାହନ ରାସ୍ତାର ଉଭୟ ପଟେ ଅଟକି ରହିଛନ୍ତି। ଖବର ଲେଖା ଯିବା ପର୍ଯ୍ୟନ୍ତ ଧାରଣାସ୍ଥଳକୁ କୌଣସି ଅଧିକାରୀ ଆସିନଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, କୃଷି ଆର୍ଥିକ ବର୍ଷ ୨୦୧୮-୧୯ରେ ଜମନକିରା ତଥା କୁଚିଣ୍ଡା ଉପଖଣ୍ଡର ଚାଷୀ ଭୟାବହ ମରୁଡ଼ିର ଶିକାର ହୋଇଥିଲେ। ମାତ୍ର ସରକାରଙ୍କ ପକ୍ଷରୁ ବୀମାରାଶି ପ୍ରଦାନ କରାଯାଇ ନଥିଲା। ଏନେଇ ସରକାର ଓ ପ୍ରଶାସନକୁ ବାରମ୍ବାର ଜଣାଇ ଆସୁଥିବା ସତ୍ତ୍ୱେ ବୀମା ସହାୟତା ପ୍ରଦାନ ନ କରାଯିବାରୁ ଏହି ଆନ୍ଦୋଳନ ଚାଲୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri