ଖରିଫ୍‌ ଧାନ ଶସ୍ୟବୀମା ପ୍ରଦାନ ଦାବି: ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ଜମନକିରା,୧୯।୧୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ମିଳିତ ଚାଷୀ ସଂଗଠନ ପକ୍ଷରୁ ଶସ୍ୟବୀମା ରାଶି ପ୍ରଦାନ ଦାବିରେ କୁଚିଣ୍ଡା ଉପଖଣ୍ଡରେ ଥିବା ୫୫ଟି ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇବା ନିଷ୍ପତ୍ତି ହୋଇଛି। ଏହିକ୍ରମରେ ଜମନକିରା ବ୍ଲକ୍‌ରେ ୨୧ଟିରୁ ଅଦ୍ୟାବଧି ୭ଟି ପଞ୍ଚାୟତ କାର୍ଯ୍ୟାଳୟରେ ଚାଷୀମାନେ ତାଲା ପକାଇଛନ୍ତି। ପୂର୍ବରୁ ୪ଟି ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଥିବା ବେଳେ ଗୁରୁବାର ବଡ଼ରମା, ସିରିଡ଼ ଓ ଟିକିିଲିପଡ଼ା କାର୍ଯ୍ୟାଳୟରେ ଚାଷୀମାନେ ତାଲା ପକାଇଛନ୍ତି। ଦାବି ପୂରଣ ନ ହେବା ଯାଏ ପ୍ରତ୍ୟେକ ପଞ୍ଚାୟତ କାର୍ଯ୍ୟାଳୟକୁ ଅଚଳ କରାଇ ଦିଆଯିବ ବୋଲି ଚାଷୀମାନେ ପ୍ରକାଶ କରିଛନ୍ତି।
ଆଜିର ଏହି ଆନ୍ଦୋଳନରେ ବଡ଼ରମା ପଞ୍ଚାୟତ ଚାଷୀ ସୁରକ୍ଷା ସଂଗଠନର ସଭାପତି କମଳଲୋଚନ ପଟେଲ, ସମ୍ପାଦକ ଶ୍ରୀକର ପଧାନ, ଅରବିନ୍ଦ ନାୟକ, ଗୋଲବଦନ ଭୂୟଁା, ଅଙ୍ଗଦ ବାଘ, ଗଣେଶ ବାଘ, ମନୋରଞ୍ଜନ ଦାସ, ସରୋଜ ପଟେଲ, ଚିିତ୍ତରଞ୍ଜନ ସାହୁ, ପର୍ଶୁରାମ ପଟେଲ, ଜଗନ୍ନାଥ ପଟେଲ, ଧର୍ମେନ୍ଦ୍ର ପଧାନ, ମନୋରଞ୍ଜନ ମାକର, ସୁନିଲ ଟପ୍ପୋ, ପ୍ରଶାନ୍ତ ପଟେଲ ଏବଂ ସମରା ମିଞ୍ଜ ପ୍ରମୁଖ ଚାଷୀ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri