ଖରିଫ୍‌ରେ ଚାଷୀଙ୍କୁ ଉନ୍ନତ ମାନର ବିହନ ଯୋଗାଇବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): କରୋନା ଓ ଲକ୍‌ଡାଉନ୍‌ ପାଇଁ କୃଷି କାର୍ଯ୍ୟ ପ୍ରଭାତିତ ହୋଇଛି। ତେଣୁ ଚଳିତ ଖରିଫ୍‌ରେ ଚାଷୀମାନଙ୍କୁ ସୁବିଧାରେ ଅଧିକ ଉତ୍ପାଦନକ୍ଷମ ଓ ଉନ୍ନତ ମାନର ବିହନ ଯୋଗାଇ ଦେବା ପାଇଁ ଓଡ଼ିଶା ରାଜ୍ୟ ବିହନ ନିଗମକୁ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ମନ୍ତ୍ରୀ ନିଗମ ଦ୍ୱାରା ପରିଚାଳିତ ସାମନ୍ତପୁରସ୍ଥିତ ବିହନ ପ୍ରକ୍ରିୟାକରଣ କେନ୍ଦ୍ର, ରାଜ୍ୟ ବିହନ ପରୀକ୍ଷାଗାର, ଜିନ୍‌ ବ୍ୟାଙ୍କ୍‌ ଏବଂ ଚନ୍ଦକାସ୍ଥିତ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ୍‌ ପରିଦର୍ଶନ କରିଥିଲେ। ବିହନ ପ୍ରକ୍ରିୟାକରଣ କେନ୍ଦ୍ରରେ ମନ୍ତ୍ରୀ ବିହନର ପ୍ରକ୍ରିୟାକରଣ, ନମୁନା ସଂଗ୍ରହ ଏବଂ ପ୍ୟାକିଂ ଆଦି ହେଉଥିବା କାର୍ଯ୍ୟକୁ ଅନୁଧ୍ୟାନ କରିଥିଲେ। ବିହନ ପରୀକ୍ଷାଗାରରେ ବିହନର ଗୁଣାତ୍ମକ ମାନ କିପରି ପରୀକ୍ଷା କରାଯାଇଛି ସେ ସମ୍ପର୍କରେ ପଚାରି ବୁଝିଥିଲେ ଏବଂ ସର୍ବଦା ବିହନର ଗୁଣାତ୍ମକ ମାନ ବଜାୟ ରଖିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ସେଠାରେ ଥିବା ବିହନ ଜିନ୍‌ ବ୍ୟାଙ୍କରେ ସାଇତି ରଖାଯାଇଥିବା ପ୍ରାୟ ୧୨୦୦ରୁ ୧୩୦୦ ପ୍ରକାରର ବିହନ ଦେଖିଥିଲେ। ଏହାପରେ ମନ୍ତ୍ରୀ ଚନ୍ଦକାସ୍ଥିତ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ଯାଇ ସେଠାରେ ବିହନର ପ୍ରକ୍ରିୟାକରଣ, ନମୁନା ସଂଗ୍ରହ ଏବଂ ଗୋଦାମରେ ବିହନ କିପରି ସୁରକ୍ଷିତ ଭାବେ ରଖାଯାଉଛି ସେ ସବୁକୁ ବୁଲି ଦେଖିଥିଲେ। ବିହନ ନିଗମର ପରିଚାଳନା ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ମିଶ୍ର ଏବଂ ଅନ୍ୟ ଅଧିକାରୀ ଓ କର୍ମଚାରୀଙ୍କ ସହ ଆଲୋଚନା କରିବା ଅବସରରେ ରାଜ୍ୟରେ କୋଭିଡ୍‌-୧୯ ପରିସ୍ଥିତିରେ ଚାଷୀମାନଙ୍କୁ ବିହନ ଯୋଗାଣ ଦିଗରେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ପଚାରି ବୁଝିଥିଲେ। ଚାଷୀମାନେ ଯେପରି ଠିକଣା ସମୟରେ ଉନ୍ନତ ମାନର ବିହନ ସହଜରେ ପାଇପାରିବେ ସେଥି ନିମନ୍ତେ ସମସ୍ତ ପ୍ରକାରର ପ୍ରସ୍ତୁତି କରିବା ନିମନ୍ତେ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri