ବ୍ରହ୍ମପୁର ଅଫିସ୍,୨୦ା୬-ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଏବଂ ଏହା ଅଧୀନରେ ଥିବା ମହାବିଦ୍ୟାଳୟଗୁଡ଼ିକ ରାଷ୍ଟ୍ରୀୟ ଉଚ୍ଚତ୍ତର ଶିକ୍ଷା ଅଭିଯାନ(ରୁଷା) ପାଣ୍ଠି ଖର୍ଚ୍ଚ କରିପାରୁନାହାନ୍ତି। ଗୋଟିଏ ପଟେ ମହାବିଦ୍ୟାଳୟଗୁଡ଼ିକରେ ନାନା ସମସ୍ୟା ଦେଖାଦେଇଛି। ଭିତ୍ତିଭୂମି ଦୁର୍ବଳ ହୋଇଗଲାଣି। ଏହାର ସାମାଧାନ ପାଇଁ ରୁଷା ପାଣ୍ଠି ମିଳୁଛି। ଅଥଚ ଟଙ୍କା ଖର୍ଚ୍ଚ କରିବାରେ ବିଫଳ ହୋଇଛନ୍ତି ମହାବିଦ୍ୟାଳୟ କର୍ତ୍ତୃପକ୍ଷ। ମଙ୍ଗଳବାର ବିଶ୍ୱବିଦ୍ୟାଳୟରେ କୁଳପତି ପ୍ରଫେସର ଅମରେନ୍ଦ୍ର ନାରାୟଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ରୁଷା ପାଣ୍ଠି ସମ୍ପର୍କିତ ଏକ ବୈଠକରେ ମାନସମନ୍ଥନ କରାଯାଇଛି। ବୈଠକରେ କୁଳସଚିବ କିଶୋର ଚନ୍ଦ୍ର ଦାଶ, ସ୍ବୟଂ ଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ପ୍ରଶାନ୍ତ କୁମାର ଶତପଥୀ, ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ପ୍ରମିଳା ଖାଡ଼ଙ୍ଗା, ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ପିଙ୍କିରାଣୀ ଦେବୀ, ଶଶିଭୂଷଣ ରଥ ସରକାରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସଂଗୀତା ବାବୁ ଏବଂ ଗୋପାଳପୁର ମହାବିଦ୍ୟାଳୟ ଅଧ୍ୟକ୍ଷ ରମାକାନ୍ତ ଚୌଧୁରୀ ପ୍ରମୁଖ ଯୋଗଦେଇଥିଲେ।
ପ୍ରାୟ ଦୁଇ ତିନି ବର୍ଷ ପୂର୍ବେ ରୁଷା ପାଣ୍ଠିରୁ ୫୫କୋଟି ଟଙ୍କା ମଞ୍ଜୁର ହୋଇଥିଲା। ଭିତ୍ତିଭୂମି, ଶିକ୍ଷାଦାନ ବ୍ୟବସ୍ଥାରେ ଉନ୍ନତି ପାଇଁ ଏହି ଟଙ୍କା ମଞ୍ଜୁର କରାଯାଇଥିଲା। ସେଥିରୁ ୨୭କୋଟି ୫୦ଲକ୍ଷ ଟଙ୍କା ମିଳିସାରିଛି। ସେହି ଟଙ୍କା ମଧ୍ୟରୁ ଖଲ୍ଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟକୁ ପ୍ରାୟ ୪ କୋଟି ୧୯ଲକ୍ଷ ଟଙ୍କା, ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟକୁ ୨କୋଟି ୭୫ଲକ୍ଷ ଟଙ୍କା, ଶଶିଭୂଷଣ ରଥ ସରକାରୀ ମହିଳା ମହାବିଦ୍ୟାଳୟକୁ ୨କୋଟି ୭୬ଲକ୍ଷ ଟଙ୍କା, ଗୋପାଳପୁର ମହାବିଦ୍ୟାଳୟକୁ ୨କୋଟି ୧୯ଲକ୍ଷ ଟଙ୍କା ଏବଂ ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟକୁ ୨କୋଟି ୪୪ଲକ୍ଷ ଟଙ୍କା ମିଳିଛି। ବିଶ୍ୱବିଦ୍ୟାଳୟ ନିଜସ୍ବ ଭିତ୍ତିଭୂମି ସଜାଡ଼ିବା ପାଇଁ ୧୨କୋଟି ୨୬ଲକ୍ଷ ଟଙ୍କା ରଖିଛି। ତେବେ ପାଣ୍ଠି ପହଞ୍ଚିଛି। କିନ୍ତୁ ମହାବିଦ୍ୟାଳୟଗୁଡ଼ିକ ଏହି ପାଣ୍ଠିକୁ ଖର୍ଚ୍ଚ କରିପାରୁ ନାହାନ୍ତି। ଫଳରେ ବିଭାଗ ତରଫରୁ ଚାପ ପକାଯାଉଛି। ଏପରିକି ଟଙ୍କା ଖର୍ଚ୍ଚ ହୋଇ ନ ପାରିଲେ, ଫେରାଇ ନେବାକୁ ମଧ୍ୟ ବିଭାଗ ଚେତାବନୀ ଦେଇଛି। ବିଭାଗ ତରଫରୁ ତାଗିଦ ପରେ ମଙ୍ଗଳବାର ଅଧ୍ୟକ୍ଷମାନଙ୍କୁ ନେଇ ବୈଠକ ବସିଥିଲା। ବିଶ୍ୱବିଦ୍ୟାଳୟର ନିଜସ୍ବ କ୍ୟାମ୍ପସ୍ ନ ଥିବା ଯୋଗୁ ଟଙ୍କା ଖର୍ଚ୍ଚ ହୋଇପାରୁ ନ ଥିବା ଆଲୋଚନା ହୋଇଥିଲା। ତେବେ ଅନ୍ୟ ମହାବିଦ୍ୟାଳୟର ଅଧ୍ୟକ୍ଷମାନେ ପାଣ୍ଠି ଖର୍ଚ୍ଚ କରିବାରେ ବିଫଳତାକୁ ସ୍ବୀକାର କରିଥିଲେ। ଖୁବ୍ ଶୀଘ୍ର ଯୋଜନା ପ୍ରସ୍ତୁତ କରି ପାଣ୍ଠି ଖର୍ଚ୍ଚ କରିବାକୁ ନିଷ୍ପତ୍ତି ନିଆଯାଇଥିଲା।
ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ
ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...
ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି
ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...
୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ
ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...
ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ
ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...
ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…
ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...
ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...
ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ
ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...
ଅଭିନବ ଉପାୟରେ ଠକେଇ, ଫୋନ୍ପେରେ ଡେମୋ ଦେଖାଇଲେ…
ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...
Archives


