ବ୍ରହ୍ମପୁର ଅଫିସ୍,୨୦ା୬-ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଏବଂ ଏହା ଅଧୀନରେ ଥିବା ମହାବିଦ୍ୟାଳୟଗୁଡ଼ିକ ରାଷ୍ଟ୍ରୀୟ ଉଚ୍ଚତ୍ତର ଶିକ୍ଷା ଅଭିଯାନ(ରୁଷା) ପାଣ୍ଠି ଖର୍ଚ୍ଚ କରିପାରୁନାହାନ୍ତି। ଗୋଟିଏ ପଟେ ମହାବିଦ୍ୟାଳୟଗୁଡ଼ିକରେ ନାନା ସମସ୍ୟା ଦେଖାଦେଇଛି। ଭିତ୍ତିଭୂମି ଦୁର୍ବଳ ହୋଇଗଲାଣି। ଏହାର ସାମାଧାନ ପାଇଁ ରୁଷା ପାଣ୍ଠି ମିଳୁଛି। ଅଥଚ ଟଙ୍କା ଖର୍ଚ୍ଚ କରିବାରେ ବିଫଳ ହୋଇଛନ୍ତି ମହାବିଦ୍ୟାଳୟ କର୍ତ୍ତୃପକ୍ଷ। ମଙ୍ଗଳବାର ବିଶ୍ୱବିଦ୍ୟାଳୟରେ କୁଳପତି ପ୍ରଫେସର ଅମରେନ୍ଦ୍ର ନାରାୟଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ରୁଷା ପାଣ୍ଠି ସମ୍ପର୍କିତ ଏକ ବୈଠକରେ ମାନସମନ୍ଥନ କରାଯାଇଛି। ବୈଠକରେ କୁଳସଚିବ କିଶୋର ଚନ୍ଦ୍ର ଦାଶ, ସ୍ବୟଂ ଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ପ୍ରଶାନ୍ତ କୁମାର ଶତପଥୀ, ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ପ୍ରମିଳା ଖାଡ଼ଙ୍ଗା, ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ପିଙ୍କିରାଣୀ ଦେବୀ, ଶଶିଭୂଷଣ ରଥ ସରକାରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସଂଗୀତା ବାବୁ ଏବଂ ଗୋପାଳପୁର ମହାବିଦ୍ୟାଳୟ ଅଧ୍ୟକ୍ଷ ରମାକାନ୍ତ ଚୌଧୁରୀ ପ୍ରମୁଖ ଯୋଗଦେଇଥିଲେ।
ପ୍ରାୟ ଦୁଇ ତିନି ବର୍ଷ ପୂର୍ବେ ରୁଷା ପାଣ୍ଠିରୁ ୫୫କୋଟି ଟଙ୍କା ମଞ୍ଜୁର ହୋଇଥିଲା। ଭିତ୍ତିଭୂମି, ଶିକ୍ଷାଦାନ ବ୍ୟବସ୍ଥାରେ ଉନ୍ନତି ପାଇଁ ଏହି ଟଙ୍କା ମଞ୍ଜୁର କରାଯାଇଥିଲା। ସେଥିରୁ ୨୭କୋଟି ୫୦ଲକ୍ଷ ଟଙ୍କା ମିଳିସାରିଛି। ସେହି ଟଙ୍କା ମଧ୍ୟରୁ ଖଲ୍ଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟକୁ ପ୍ରାୟ ୪ କୋଟି ୧୯ଲକ୍ଷ ଟଙ୍କା, ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟକୁ ୨କୋଟି ୭୫ଲକ୍ଷ ଟଙ୍କା, ଶଶିଭୂଷଣ ରଥ ସରକାରୀ ମହିଳା ମହାବିଦ୍ୟାଳୟକୁ ୨କୋଟି ୭୬ଲକ୍ଷ ଟଙ୍କା, ଗୋପାଳପୁର ମହାବିଦ୍ୟାଳୟକୁ ୨କୋଟି ୧୯ଲକ୍ଷ ଟଙ୍କା ଏବଂ ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟକୁ ୨କୋଟି ୪୪ଲକ୍ଷ ଟଙ୍କା ମିଳିଛି। ବିଶ୍ୱବିଦ୍ୟାଳୟ ନିଜସ୍ବ ଭିତ୍ତିଭୂମି ସଜାଡ଼ିବା ପାଇଁ ୧୨କୋଟି ୨୬ଲକ୍ଷ ଟଙ୍କା ରଖିଛି। ତେବେ ପାଣ୍ଠି ପହଞ୍ଚିଛି। କିନ୍ତୁ ମହାବିଦ୍ୟାଳୟଗୁଡ଼ିକ ଏହି ପାଣ୍ଠିକୁ ଖର୍ଚ୍ଚ କରିପାରୁ ନାହାନ୍ତି। ଫଳରେ ବିଭାଗ ତରଫରୁ ଚାପ ପକାଯାଉଛି। ଏପରିକି ଟଙ୍କା ଖର୍ଚ୍ଚ ହୋଇ ନ ପାରିଲେ, ଫେରାଇ ନେବାକୁ ମଧ୍ୟ ବିଭାଗ ଚେତାବନୀ ଦେଇଛି। ବିଭାଗ ତରଫରୁ ତାଗିଦ ପରେ ମଙ୍ଗଳବାର ଅଧ୍ୟକ୍ଷମାନଙ୍କୁ ନେଇ ବୈଠକ ବସିଥିଲା। ବିଶ୍ୱବିଦ୍ୟାଳୟର ନିଜସ୍ବ କ୍ୟାମ୍ପସ୍ ନ ଥିବା ଯୋଗୁ ଟଙ୍କା ଖର୍ଚ୍ଚ ହୋଇପାରୁ ନ ଥିବା ଆଲୋଚନା ହୋଇଥିଲା। ତେବେ ଅନ୍ୟ ମହାବିଦ୍ୟାଳୟର ଅଧ୍ୟକ୍ଷମାନେ ପାଣ୍ଠି ଖର୍ଚ୍ଚ କରିବାରେ ବିଫଳତାକୁ ସ୍ବୀକାର କରିଥିଲେ। ଖୁବ୍ ଶୀଘ୍ର ଯୋଜନା ପ୍ରସ୍ତୁତ କରି ପାଣ୍ଠି ଖର୍ଚ୍ଚ କରିବାକୁ ନିଷ୍ପତ୍ତି ନିଆଯାଇଥିଲା।
ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…
ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…
ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…
ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…
ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…
ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…
ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ
ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…
ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ
ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…
ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….
କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…
ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା
ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…
ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ
ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…
Archives

