ଖଲ୍ଲିକୋଟ କଲେଜରେ ଛାତ୍ର ଅଶାନ୍ତି

ବ୍ରହ୍ମପୁର ଅଫିସ୍‌,୨୭ା୭-ଖଲ୍ଲିକୋଟ ସ୍ବୟଂ ଶାସିତ ମହାବିଦ୍ୟାଳୟ ଏବଂ ଖଲ୍ଲିକୋଟ ଜୁନିୟର୍‌ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟାକୁ ନେଇ ଶୁକ୍ରବାର କେତେକ ଛାତ୍ର ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟ ଫାଟକକୁ ବନ୍ଦ କରିଥିଲେ। କଲେଜରେ କମ୍‌ନ ରୁମ୍‌ ନ ଥିବା ଯୋଗୁ ଛାତ୍ରୀଛାତ୍ରମାନେ ରାସ୍ତାରେ ସମୟ କାଟୁଛନ୍ତି । ପିଇବା ପାଇଁ ପାଣି ନାହିଁ । ଯୁକ୍ତ ୨ ଶ୍ରେଣୀ କକ୍ଷ ନାହିଁ । ଅଡିଟୋରିୟମ୍‌ ଅଭାବରୁ ସେମିନାର୍‌ ଆୟୋଜିତ ହୋଇପାରୁନି ।
କ୍ରୀଡ଼ା ଉପକରଣ ନାହିଁ । ଫଳରେ ଛାତ୍ରୀଛାତ୍ରଙ୍କ କ୍ରୀଡ଼ା ପ୍ରତିଭାର ବିକାଶ ହୋଇପାରୁନି। କଲେଜର ଏକମାତ୍ର ଷ୍ଟାଡିୟମ୍‌ର ଉନ୍ନତିକରଣ କରାଯାଉନି ।
କଲେଜରେ ଥିବା ବିଭିନ୍ନ ଯୁବ ସଂଗଠନ ଯଥା ଜାତୀୟ ସେବା ସଂସ୍ଥା, ସ୍କାଉଟ୍‌ ଏବଂ ଗାଇଡ୍‌, ରେଡକ୍ରସ୍‌ କାର୍ଯ୍ୟ କରାଯାଉନାହିଁ । କ୍ୟାମ୍ପସରେ ସ୍ବତନ୍ତ୍ର ଶୌଚାଳୟ ନାହିଁ। ହଷ୍ଟେଲ୍‌ ଅଭାବ ଦେଖାଦେଇଛି । ଏସବୁ ସମସ୍ୟାର ସମାଧାନ ଦାବିରେ ଛାତ୍ର ଆନ୍ଦୋଳନ ଦେଖାଦେଇଥିଲା । ଟାଉନ୍‌ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବିକ୍ଷୋଭକାରୀଙ୍କ ସହ ଆଲୋଚନା କରିଥିଲା । ସମସ୍ୟାର ସମାଧାନ ପାଇଁ କଲେଜ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri