ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଅବ୍ୟବସ୍ଥା: ପ୍ରକାଶ ପାଉନି ପରୀକ୍ଷା ଫଳ

ବ୍ରହ୍ମପୁର ଅଫିସ୍‌,୩୦ା୫-ପ୍ରତିଷ୍ଠା ପରଠାରୁ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାଜ୍ୟ ସରକାରଙ୍କ ତରଫରୁ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଗଲା। କିନ୍ତୁ ଆନୁଷଙ୍ଗିକ କୌଣସି ବ୍ୟବସ୍ଥା କରାଗଲା ନାହିଁ। ଫଳରେ ବିଶ୍ୱବିଦ୍ୟାଳୟ ପରିଚାଳନାରେ ଗୁରୁତର ବିଭ୍ରାଟ ଦେଖିବାକୁ ମିଳୁଛି। ଏପରିକି ଏହି ବିଶ୍ୱବିଦ୍ୟାଳୟ ଅଧୀନରେ ମହାବିଦ୍ୟାଳୟଗୁଡ଼ିକରେ ପରୀକ୍ଷା ହେଉଛି। ହେଲେ ଫଳ ବାହାରୁନି। ଫଳରେ ଛାତ୍ରୀଛାତ୍ରମାନେ ଉଚ୍ଚ ଶିକ୍ଷା ପାଇଁ ଆବେଦନ କରିପାରୁ ନାହାନ୍ତି। ଯାହାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହେଉଛି।
ବିଶ୍ୱବିଦ୍ୟାଳୟ ଅଧୀନରେ ୫ ମହାବିଦ୍ୟାଳୟ ରହିଛି। ସେଗୁଡ଼ିକ ହେଲା ଖଲ୍ଲିକୋଟ ସ୍ବୟଂ ଶାସିତ ମହାବିଦ୍ୟାଳୟ, ଶଶୀଭୂଷଣ ରଥ ସରକାରୀ ମହିଳା ମହାବିଦ୍ୟାଳୟ, ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ, ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଏବଂ ଗୋପାଳପୁର ମହାବିଦ୍ୟାଳୟ। ୨୦୧୫ରେ ମହାବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା।
କିନ୍ତୁ ୨୦୧୬ଠାରୁ ଏହି ସମସ୍ତ ମହାବିଦ୍ୟାଳୟ ଯୁକ୍ତ ୩, ଖାତା ମୂଲ୍ୟାୟାନ, ପରୀକ୍ଷା ଫଳ ପ୍ରକାଶ ଆଦି ଦାୟିତ୍ୱ ମହାବିଦ୍ୟାଳୟ ଉପରେ ରହିଛି। ସମସ୍ୟା ହେଲା, ମହାବିଦ୍ୟାଳୟଗୁଡ଼ିକ ନିର୍ଦ୍ଧାରିତ ସମୟରେ ପରୀକ୍ଷା କରାଇ ଦେଉଛନ୍ତି। ହେଲେ ଫଳ ପ୍ରକାଶ ବେଳେ ସମସ୍ୟା ସୃଷ୍ଟି ହେଉଛି। ୨୦୧୬-୧୯ ଯୁକ୍ତ ୩ ବ୍ୟାଚ୍‌ରେ ଏହି ସମସ୍ୟା ଦେଖାଦେଇଛି। ଚତୁର୍ଥ, ପଞ୍ଚମ ଏବଂ ଷଷ୍ଠ ସେମିଷ୍ଟର୍‌ ପରୀକ୍ଷାର ଫଳାଫଳ ଏଯାଏ ପ୍ରକାଶ ପାଇନି।
କେବଳ ଖଲ୍ଲିକୋଟ ସ୍ବୟଂ ଶାସିତ ମହାବିଦ୍ୟାଳୟକୁ ଛାଡ଼ିଦେଲେ, ଅନ୍ୟ ୪ ମହାବିଦ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇନାହିଁ। ବର୍ତ୍ତମାନ ସ୍ନାତକୋତ୍ତରରେ ନାମ ଲେଖା ପାଇଁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ପ୍ରକ୍ରିୟା ଆରମ୍ଭ ହୋଇଗଲାଣି। ଏପଟେ ପରୀକ୍ଷା ଫଳ ପ୍ରକାଶ ପାଇ ନ ଥିବା ଯୋଗୁ ଛାତ୍ରୀଛାତ୍ରମାନେ ଉଚ୍ଚ ଶିକ୍ଷା ପାଇଁ ଆବେଦନ କରିବାରୁ ବଞ୍ଚିତ ହେଉଛନ୍ତି। ଛାତ୍ରୀଛାତ୍ରୀଙ୍କୁ ପ୍ରୋଭିଜନାଲ୍‌ ସାର୍ଟିଫିକେଟ୍‌ ଏବଂ ଅନ୍ୟାନ୍ୟ ମାର୍କଶିଟ୍‌ ମିଳିପାରୁ ନାହିଁ। ବୁଧବାର ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟର କେତେ ଜଣ ଛାତ୍ରୀଛାତ୍ର ଏହି ସମସ୍ୟା ନେଇ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହୋଇଥିଲେ। ତୁରନ୍ତ ପରୀକ୍ଷା ଫଳ ପ୍ରକାଶ କରିବାକୁ ଦାବି କରିଥିଲେ। ଏ ସମ୍ପର୍କରେ ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ପି.ଏନ୍‌. ପଣ୍ଡା କହିଛନ୍ତି, ଖାତା ମୂଲ୍ୟାୟନ ଶେଷ ହୋଇଯାଇଛି। ଶେଷ ପର୍ଯ୍ୟାୟ ଯାଞ୍ଚ ଚାଲିଛି। ଜୁନ୍‌ ୧୦ତାରିଖରେ ପରୀକ୍ଷା ଫଳ ପ୍ରକାଶ ପାଇବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ଯୋଗାଇ ଦିଆଯାଉଛି ଔଷଧ

ଭଞ୍ଜନଗର,୧୮/୨(ବାବୁଲା ପ୍ରଧାନ): ବର୍ତ୍ତମାନ ବରିଷ୍ଠ ନାଗରିକ ସପ୍ତାହ ଚାଲିଛି। ଏଥିପାଇଁ ବରିଷ୍ଠ ନାଗରିକମାନଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହେଉଛି। ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ କବିତା…

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri