ଦୀପାବଳିରେ ଦୁର୍ଘଟଣା: ବାଣ ଫୁଟା ନେଲା ୨ ଜଣଙ୍କ ଜୀବନ

ଖଲ୍ଲିକୋଟ,୨୮ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଶ୍ୟାମସୁନ୍ଦରପୁର ଗଁା ଦଳିତ ସାହିରେ ଦୀପାବଳି ରାତିରେ ଏକ ଦୁର୍ଘଟଣା ଘଟିଛି। ବାଣ ଫୁଟାଉଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ୮ନଂ. ୱାର୍ଡ ଶ୍ୟାମସୁନ୍ଦରପୁର ଗଁାର ମାଧବ ଦାସ (୨୫) ଓ ଶ୍ରଦ୍ଧେୟ ଦାସ (ପିଣ୍ଟୁ) (୨୫)।
ପ୍ରକାଶ ଯେ, ରବିବାର ରାତିରେ ମାଧବ ଓ ପିଣ୍ଟୁ ମିଶି ବାଣ ଫୁଟାଉଥିଲେ। ଏହି ସମୟରେ ଅସାବଧାନତା କାରଣରୁ ଏକ ଉଚ୍ଚ ଶବ୍ଦ ସମ୍ପନ୍ନ ବାଣ ତାଙ୍କ ହାତରେ ଫୁଟିଥିଲା। ଫଳରେ ଉଭୟେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଖଲ୍ଲିକୋଟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ଉଭୟଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମାଧବଙ୍କର ମୃତ୍ୟୁ ହୋଇଥିଲା। ପିଣ୍ଟୁଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା।
ସେହିପରି ଖୋଜାପଲି ଗ୍ରାମର ଜଣେ ନାବାଳକ ମୁନା ଜେନା (୧୦) ଦୀପାବଳି ପାଳନ କରିବା ପାଇଁ ତାଙ୍କ ଅଜା ଘର କୈରାଶିକୁ ଆସିଥିଲେ। ସନ୍ଧ୍ୟାରେ ବାଣ ଫୁଟୁଥିଲା। ଫୁଟି ନ ଥିବା ଏକ ବାଣକୁ ମୁନା ଦେଖୁଥିବା ବେଳେ ତାହା ହଠାତ୍‌ ଫୁଟିଥିଲା। ଫଳରେ ସେ ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି। ଖଲ୍ଲିକୋଟ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ବହୁ ବେଆଇନ୍‌ ବାଣ ଦୋକାନ ଏବଂ ତିଆରି ସ୍ଥାନରୁ ବାଣ ଜବତ କରିଥିଲା। ଖଲ୍ଲିକୋଟ ବ୍ଲକ ଅଞ୍ଚଳରେ ଦୀପାବଳିରେ ବାଣ ଫୁଟାଉଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri