ଖଳିସାହି ପ୍ରଦୂଷିତ ପୋଖରୀରୁ ପଙ୍କୋଦ୍ଧାର ଦାବି

ଖଣ୍ଡପଡା,୯ା୬(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅଧୀନ ଖଳିସାହି ପଞ୍ଚାୟତର ରାଜୁଆସାହି ନିକଟରେ ଥିବା ଦେବତା ପୋଖରୀର ଜଳ ପ୍ରଦୂଷିତ ହୋଇପଡିଛି। ଫଳରେ ପୋଖରୀର ଜଳ ଏବେ ବ୍ୟବହାର ନିମନ୍ତେ ସମ୍ପୂର୍ଣ୍ଣ ଅନୁପଯୋଗୀ । ପୋଖରୀର ଚତୁଃପାର୍ଶ୍ୱ ଅନାବନା ଗଛଲତାରେ ପରିପୂର୍ଣ୍ଣ ହୋଇଥିବା ବେଳେ ପଙ୍କରେ ପୋଖରୀଟି ପୋତି ହୋଇପଡିଛି। ପଙ୍କୋଦ୍ଧାର ନିମନ୍ତେ ସ୍ଥାନୀୟ ବାସିନ୍ଦା ବାରମ୍ବାର ଦାବି କରିଆସୁଛନ୍ତି। ମାତ୍ର ପଞ୍ଚାୟତ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବାରୁ ପୋଖରୀର ପୁନରୁଦ୍ଧାର କାର୍ଯ୍ୟ ହୋଇପାରୁନାହିଁ।

୨ ବର୍ଷ ତଳେ ଉକ୍ତ ପୋଖରୀରୁ ପଙ୍କ ଉଦ୍ଧାର ନିମନ୍ତେ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଅନୁଦାନ ଅର୍ଥ ମଞ୍ଜୁର ହୋଇଥିଲା। ଖଣ୍ଡପଡା ବ୍ଲକ ପ୍ରଶାସନର ନିର୍ଦ୍ଦେଶକ୍ରମେ ଉକ୍ତ ପୋଖରୀର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ପୋଖରୀ ଖନନ ନିମନ୍ତେ ହୁଡାକୁ କଟାଯାଇ ପାଣି ଶୁଖା ଯାଇଥିଲା। ମାତ୍ର ପରବର୍ତ୍ତୀ ସମୟରେ ପୋଖରୀ ଖନନ କାର୍ଯ୍ୟ ବନ୍ଦ ରହିଥିବା ବେଳେ ଏ ବାବଦ ଅନୁଦାନ ଅର୍ଥ ବ୍ଲକରେ ପଡିରହିଥିବା ଜଣାପଡିଛି। ଅପରପକ୍ଷେ ପୋଖରୀଟି ପରିତ୍ୟକ୍ତ ଅବସ୍ଥାରେ ରହିଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ଯେ, ଦୀର୍ଘ ୫୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଉକ୍ତ ପୋଖରୀର ଜଳକୁ ସ୍ଥାନୀୟ ବାସିନ୍ଦା ବ୍ୟବହାର କରି ଆସୁଥିବା ବେଳେ ମାଛଚାଷ ନିମନ୍ତେ ମଧ୍ୟ ପଞ୍ଚାୟତ କର୍ତ୍ତୃପକ୍ଷ ଉକ୍ତ ପୋଖରୀକୁ ପ୍ରତିବର୍ଷ ନିଲାମ ସୂତ୍ରରେ ଦେଇ ଆସୁଥିଲେ। ମାତ୍ର ଏବେ ଆଉ କେହି ଉକ୍ତ ପୋଖରୀରେ ମାଛଚାଷ କରିବାକୁ ଆଗ୍ରହ ପ୍ରକାଶ କରୁ ନ ଥିବାରୁ ପଞ୍ଚାୟତ କର୍ତ୍ତୃପକ୍ଷ ଏ ବାବଦରେ ପ୍ରତିବର୍ଷ ରାଜସ୍ବ ହରାଉଥିବା ଜଣାପଡିଛି। ପରିତ୍ୟକ୍ତ ପୋଖରୀର ପୁନରୁଦ୍ଧାର ନିମନ୍ତେ ପ୍ରଶାସନ ଦୃଷ୍ଟିଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ଗାଁ ହତ୍ୟା: ସିନ୍‌ ରିକ୍ରିଏଶନରେ ପୂରା ଘଟଣା ଦେଖାଇଲେ ଅଭିଯୁକ୍ତ, ଭିଡିଓ ଦେଖିଲେ…

ନୟାଗଡ଼,୧୩ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାଠାରୁ ପ୍ରାୟ ୨କିମି ଦୂର କଦଳୀବନ୍ଧଠାରେ ଗତ ରବିବାର ରାତିରେ ଘଟିଥିବା ଓଡ଼ଗାଁ ଖେଳପଡ଼ିଆ ସାହିର ଅଜିତ କୁମାର…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ…

ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ

ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ…

ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…

ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍‌ ନ ଥିବାବେଳେ…

ବିଲକୁ ଖତ ନେଇ ଯାଇଥିଲେ ଚାଷୀ, ହଠାତ୍‌ ମାରିଲା ବିଜୁଳି-ଘଡ଼ଘଡ଼ି, ଆଉ ତା’ ପରେ…

ଖଣ୍ଡପଡ଼ା,୩୦ା୪(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ରୟତି ଢୋଲମରା ଗ୍ରାମପଞ୍ଚାୟତ ଅଧୀନ ମଇଁଶିବିନ୍ଧା ଗ୍ରାମର ଜନୈକ ଗରିବ ଚାଷୀ ଭଗବାନ ନାୟକଙ୍କ ପୁତ୍ର…

ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ

ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri