Posted inଜାତୀୟ

ଖାଇକୁ ଖସିଲା ବାୟୁସେନା ଟ୍ରକ

ଜୟପୁର,୨୧।୮: ରାଜସ୍ଥାନ ବାଡମେରରେ ଭାରତୀୟ ବାୟୁସେନାର ଏକ ଟ୍ରକ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୩ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିସହ ଏହି ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି। ସୂଚନାଯୋଗ୍ୟ, ଚୋହତାନର ପାହାଡିଆ ଅଞ୍ଚଳରେ ଜାରି ରହିଥିବା କାର୍ଯ୍ୟକୁ ତଦାରଖ କରିବା ପାଇଁ ବାୟୁସେନାର ଏକ ଟ୍ରକ ଯାଉଥିବା ବେଳେ ଭାରସାମ୍ୟ ହରାଇ ଖାଇ ତଳକୁ ଖସି ପଡ଼ିଥିଲା। ଏହି ଟ୍ରକରେ ୮ଜଣ ଯବାନ ଥିବା ବେଳେ ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଛି। ଖବରପାଇ ଘଟଣାସ୍ଥଳରେ ବାୟୁସେନାର ଯବାନମାନେ ପହଞ୍ଚି ୫ଜଣଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ସେପ୍ଟେମ୍ବରରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ସଫଳତା: ଏହି ୩ ରାଶିଙ୍କ ଉପରେ ଧନବର୍ଷା, ଲଭ ଲାଇଫ୍‌ରେ…

ଶୁକ୍ର ଗ୍ରହ ୨୫ ଅଗଷ୍ଟରେ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ଏବେ ଶୁକ୍ର ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହ ସୁଖ, ସୌନ୍ଦର୍ଯ୍ୟ,…

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri