ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ଟଙ୍କା ବଣ୍ଟନ

ଭବାନୀପାଟଣା/କୋକସରା-୪ । ୪, (ଡି.ଏନ.ଏ.) : ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ଥିବା ରାଜ୍ୟର ହିତାଧିକାରୀମାନଙ୍କୁ ଓଡ଼ିଶା ସରକାର ଆଗୁଆ ୩ ମାସର ରାସନ ସାମଗ୍ରୀ ସହ ପ୍ରତି ହିତାଧିକାରୀଙ୍କ ପରିବାରକୁ ୧ ହଜାର ଟଙ୍କା ଦେବା ପାଇଁ ଘୋଷଣା କରିଛନ୍ତି । ଏହି କ୍ରମରେ କଳାହାଣ୍ଡି ଜିଲା କୋକସରା ପଞ୍ଚାୟତର କୋକସରା, ଚିଲିଗୁଡା, ନୂଆପଡା ଓ ଗଡରାମାଲର ୧ ହଜାର ୧୧ ଜଣ ହିତାଧିକାରୀଙ୍କୁ ଏହି ଯୋଜନାରେ ଟଙ୍କା ମିଳିବ ବୋଲି ସୂଚନା ମିଳିଛି । ପ୍ରଥମ ପର୍ଯ୍ୟାୟରେ ଏହି ରାଶି ଶନିବାର ଗଡରାମାଲ ଗ୍ରାମର ହିତାଧିକାରୀଙ୍କୁ ବଣ୍ଟା ଯାଇଛି । ଲକଡାଉନ ଯୋଗୁଁ ଘରେ ରହିଥିବା ଗରୀବ ଖଟିଖିଆଙ୍କ ରୋଜଗାର ବନ୍ଦ ରହିଥିବା ବେଳେ ରାଜ୍ୟ ସରକାର ଏଭଳି ଘଡିସନ୍ଧି ସମୟରେ ଏହି ରାଶି ଯୋଗାଇ ଦେଇଥିବାରୁ ହିତାଧିକାରୀ ଖୁସିବ୍ୟକ୍ତ କରିଛନ୍ତି । ତେବେ ଏହି ଟଙ୍କା ବଣ୍ଟନ ସମୟରେ କୋକସରା ସରପଞ୍ଚ କିଶୋର ଚନ୍ଦ୍ର ପ୍ରଧାନି, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବିରଞ୍ଚି ଖର୍ସେଲ, ଯୋଗାଣ ସହାୟକ ଦୟା ଶଙ୍କର ଶବର ଓ ନାଏବ ସରପଞ୍ଚ ବିଜୁଳି ବିଶି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍‌- କାର୍‌କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…

ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡରରେ ଲାଗିଗଲା ନିଆଁ , ପାଟି ଶୁଣି ପଡ଼ୋଶୀ ପହଞ୍ଚି…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡରେ ଅଚାନକ ଲାଗିଗଲା ନିଆଁ। ଉପସ୍ଥିତ ବୁଦ୍ଧି ଯୋଗୁ ଅଳ୍ପକେ ବର୍ତ୍ତିଲେ ପରିବାର। ଏଭଳି ଏକ...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri