ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ଟଙ୍କା ବଣ୍ଟନ

ଭବାନୀପାଟଣା/କୋକସରା-୪ । ୪, (ଡି.ଏନ.ଏ.) : ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ଥିବା ରାଜ୍ୟର ହିତାଧିକାରୀମାନଙ୍କୁ ଓଡ଼ିଶା ସରକାର ଆଗୁଆ ୩ ମାସର ରାସନ ସାମଗ୍ରୀ ସହ ପ୍ରତି ହିତାଧିକାରୀଙ୍କ ପରିବାରକୁ ୧ ହଜାର ଟଙ୍କା ଦେବା ପାଇଁ ଘୋଷଣା କରିଛନ୍ତି । ଏହି କ୍ରମରେ କଳାହାଣ୍ଡି ଜିଲା କୋକସରା ପଞ୍ଚାୟତର କୋକସରା, ଚିଲିଗୁଡା, ନୂଆପଡା ଓ ଗଡରାମାଲର ୧ ହଜାର ୧୧ ଜଣ ହିତାଧିକାରୀଙ୍କୁ ଏହି ଯୋଜନାରେ ଟଙ୍କା ମିଳିବ ବୋଲି ସୂଚନା ମିଳିଛି । ପ୍ରଥମ ପର୍ଯ୍ୟାୟରେ ଏହି ରାଶି ଶନିବାର ଗଡରାମାଲ ଗ୍ରାମର ହିତାଧିକାରୀଙ୍କୁ ବଣ୍ଟା ଯାଇଛି । ଲକଡାଉନ ଯୋଗୁଁ ଘରେ ରହିଥିବା ଗରୀବ ଖଟିଖିଆଙ୍କ ରୋଜଗାର ବନ୍ଦ ରହିଥିବା ବେଳେ ରାଜ୍ୟ ସରକାର ଏଭଳି ଘଡିସନ୍ଧି ସମୟରେ ଏହି ରାଶି ଯୋଗାଇ ଦେଇଥିବାରୁ ହିତାଧିକାରୀ ଖୁସିବ୍ୟକ୍ତ କରିଛନ୍ତି । ତେବେ ଏହି ଟଙ୍କା ବଣ୍ଟନ ସମୟରେ କୋକସରା ସରପଞ୍ଚ କିଶୋର ଚନ୍ଦ୍ର ପ୍ରଧାନି, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବିରଞ୍ଚି ଖର୍ସେଲ, ଯୋଗାଣ ସହାୟକ ଦୟା ଶଙ୍କର ଶବର ଓ ନାଏବ ସରପଞ୍ଚ ବିଜୁଳି ବିଶି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri