Posted inଜାତୀୟ

ଖାଦ୍ୟମନ୍ତ୍ରୀଙ୍କୁ ମହମ ବୋଳା ସେଓ ବିକି ହରଡ଼ଘଣାରେ ଫଳ ଷ୍ଟଲ୍‌ ମାଲିକ

ନୂଆଦିଲ୍ଲୀ,୧୮।୯: ସମ୍ପ୍ରତି ଫଳରେ ବିଭିନ୍ନ ରଙ୍ଗ ଏବଂ ରାସାୟନିକ ପଦାର୍ଥ ପ୍ରଲେପ ଦିଆଯାଇ ବିକ୍ରି କରାଯାଉଛି। ଏହାକୁ ଖାଇବା ଦ୍ୱାରା ବିଭିନ୍ନ ସମସ୍ୟା ସୃଷ୍ଟି ହେଉଛି। ନିକଟରେ ଖାଦ୍ୟ ଏବଂ ଉପଭୋକ୍ତା ବ୍ୟାପାର ମନ୍ତ୍ରୀ ରାମ ବିଳାସ ପାସଓ୍ବାନ ମଧ୍ୟ ଏଥିରୁ ରକ୍ଷା ପାଇ ନାହାଁନ୍ତି। ସେ ଦିଲ୍ଲୀର ଖାନ୍‌ ମାର୍କେଟରୁ ପାସଓ୍ବାନ ଜଣେ କର୍ମଚାରୀଙ୍କ ଦ୍ୱାରା ସେଓ ମଗାଇଥିଲେ। ସେ ସାଲାଡ୍‌ ଲାଗି ସେଓ କାଟୁଥିବା ସମୟରେ ତାଙ୍କ ହାତରେ ମହମ ଲାଗିଥିଲା। ସେଓରେ ମହମ ବୋଳା ହୋଇଥିବା ଜାଣି ପାସଓ୍ବାନ ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ସରକାରୀ ଟିମ୍‌ ଫଳ ଷ୍ଟଲ୍‌ ମାଲିକଙ୍କ ପାଖରେ ପହଞ୍ଚି ତଦନ୍ତ କରିବା ସମୟରେ ଜଣା ପଡ଼ିଥିଲା ଯେ, ସେ ଓଜନରେ ୩ଶହ ଗ୍ରାମ୍‌ ସେଓ ମଧ୍ୟ ଠକିଛନ୍ତି। ଏନେଇ ତାଙ୍କୁ ପଚରାଉଚରା କରାଯିବା ସହିତ ନିକଟରେ ଥିବା ଅନ୍ୟ ଷ୍ଟଲ୍‌ର ଯାଞ୍ଚ୍‌ ଆରମ୍ଭ ହୋଇଛି। ଫଳରେ ଏବେ ଷ୍ଟଲ ମାଲିକ ହରଡ଼ଘଣାରେ ପଡ଼ିଛନ୍ତି। ତାଙ୍କ ବିରୋଧରେ ଆଇନଗତ ପଦକ୍ଷେପ ଗ୍ରହଣ କରାଯିବ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଷ୍ଟଲ ମାଲିକ ସେଓ କିଲୋ ପିଛା ୪୨୦ ଟଙ୍କା ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri