ଖାଲି ପଡିଛି ଆର୍‌ବିଆଇ ଡେପୁଟି ଗଭର୍ନର ପଦ;ଅର୍ଥ ମନ୍ତ୍ରଣାଳୟକୁ ମିଳିଛି ୧୦୦ ଆବେଦନ

ନୂଆଦିଲ୍ଲୀ,୨୦-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଡେପୁଟି ଗଭର୍ନର ପଦ ଦୀର୍ଘ ଦିନ ହେଲା ଖାଲିପଡିଛି। ନିଜର କାର୍ଯ୍ୟକାଳ ସମ୍ପୂର୍ଣ୍ଣ ହେବା ପୂର୍ବରୁ ବିରାଲ ଆଚାର୍ଯ୍ୟଙ୍କ ଅଚାନକ ଇସ୍ତଫା ପରେ ଏହି ପଦଟି ଖାଲି ପଡିଛି। ଏହି ଖାଲି ପଦବୀ ପୂରଣ ପାଇଁ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆବେଦନ ଆହ୍ବାନ କରାଯିବା ପରେ ପ୍ରାୟ ୧୦୦ ଆବେଦନକାରୀ ଏଥିପାଇଁ ଆଗେଇ ଆସିଛନ୍ତି। ଏହି ଆବେଦନଗୁଡ଼ିକୁ ଉଚ୍ଚସ୍ତରୀୟ କମିଟିକୁ ପଠାଯିବ ଏବଂ ସେମାନେ ଉଚିତ୍‌ ପ୍ରାର୍ଥତ୍ଙ୍କୁ ଚୟନ କରିବେ। କ୍ୟାବିନେଟ ସଚିବଙ୍କ ନେତୃତ୍ୱରେ ଆର୍ଥିକ କ୍ଷେତ୍ର ନିୟାମକ ନିଯୁକ୍ତି ଖୋଜୁଥିବା କମିଟି ଆବେଦନ କରି ନ ଥିବା ଯୋଗ୍ୟ ବ୍ୟକ୍ତିଙ୍କୁ ଉକ୍ତ ପଦବୀ ପାଇଁ ସୁପାରିସ୍‌ କରିପାରିବେ। ଆଚାର୍ଯ୍ୟ ରିଜର୍ଭ ବ୍ୟାଙ୍କର ମୁଦ୍ରାନୀତି ବିଭାଗର ଦାୟିତ୍ୱରେ ଥିଲେ। ଚଳିତ ବର୍ଷ ଜୁଲାଇ ପର୍ଯ୍ୟନ୍ତ ସେ ଦାୟିତ୍ୱରେ ରହିଥିଲେ। ବର୍ତ୍ତମାନ କେନ୍ଦ୍ରୀୟ ବ୍ୟାଙ୍କରେ ୩ ଜଣ ଡେପୁଟି ଗଭର୍ନର ଏନ୍‌.ଏସ୍‌.ବିଶ୍ୱନାଥନ, ବି.ପି.କାନୁନଗୋ ଏବଂ ଏମ୍‌.କେ.ଜୈନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ…

ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ ହତ୍ୟା, ଅଭିଯୋଗ ଆଣି ପୁଅ କହିଲେ ମୋ’ ବାପାଙ୍କୁ…

ଆନନ୍ଦପୁର/ବଞ୍ଚୋ,୨୧ା୨(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ଠିକା କାମରେ ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ କିଛି ଅସାମାଜିକ ହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି।…

ଖରାପ ଫର୍ମ ପାଇଁ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରୁ ବାଦ ପଡିବେ ଅଭିଷେକ? କ୍ୟାପଟେନ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ରେ ଭାରତର ପ୍ରଥମ ମ୍ୟାଚ ରବିବାର, ଫେବୃଆରୀ ୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ। ଏହା ପୂର୍ବରୁ, ଶନିବାର ଏକ ସାମ୍ବାଦିକ…

୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ

ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି…

ଜିରୋ ବାଲାନ୍ସ ଆକାଉଣ୍ଟରୁ ଉଠାଇପାରିବେ ୧୦ହଜାର ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳର ସବୁଠାରୁ ଲୋକପ୍ରିୟ ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜନ ଧନ (ପ୍ରଧାନମନ୍ତ୍ରୀ ଜନ ଧନ) ଆକାଉଣ୍ଟ। ଏହି ଯୋଜନା…

‘AI ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରତିବାଦ ନେପାଳର GenZ ଆନ୍ଦୋଳନ ଦ୍ୱାରା ଅନୁପ୍ରାଣିତ’, ଦିଲ୍ଲୀ ପୋଲିସର ବଡ଼ ଦାବି

ନୂଆଦିଲ୍ଲୀ,୨୧।୨: ଦିଲ୍ଲୀର ଭାରତ ମଣ୍ଡପମରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଯୁବ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ଦେଶରେ ରାଜନୀତିକୁ ଉଷ୍ମ କରିଛି। ବିଭିନ୍ନ ରାଜ୍ୟର ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri