ଖାସି ମୁଣ୍ଡ ପାଇଁ ଜୀବନ ହାରିଲେ ମହିଳା

ପାଟଣା,୫।୫(ସ୍ବ.ପ୍ର.)- ଖାସି ମୁଣ୍ଡ କିଣି ନ ଆଣିବାରୁ ରବିବାର ବିଳମ୍ବିତ ରାତିରେ ଜଣେ ମହିଳା ଆତ୍ମହତ୍ୟା କରିବା ଘଟଣା କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ମହିଳା ଜଣକ ହେଲେ ପାର୍ବତୀ ମୁଣ୍ଡା। ସାହାରପଡା ପୋଲିସ ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୨୩/୨୦) ରୁଜୁ ହୋଇଛି।
ସୂଚନା ଅନୁଯାୟୀ, ପାର୍ବତୀଙ୍କ ସ୍ବାମୀ ୩ ବର୍ଷ ତଳେ ଭଦ୍ରକ ଅଞ୍ଚଳରେ ଦ୍ୱିତୀୟ ବିବାହ କରି ସେଠାରେ ରହୁଛନ୍ତି। ମହିଳା ଜଣକ ନିଜ ୩ ପିଲା ଓ ଦିଅରଙ୍କ ସହ ରହୁଥିଲେ। ରବିବାର ସାହାରପଡା ସାପ୍ତାହିକ ହାଟରୁ ଏକ ଖାସି ମୁଣ୍ଡ କିଣି ଆଣିବାକୁ ପାର୍ବତୀ ତାଙ୍କ ଦିଅରଙ୍କୁ ଟଙ୍କା ଦେଇ ପଠାଇଥିଲେ। ହେଲେ ଖାସି ମୁଣ୍ଡ ନ ମିଳିବାରୁ ସେ ଘରକୁ ଫେରି ଆସିଥିଲେ। ପରେ ପାର୍ବତୀ ନିଜେ ବଜାରକୁ ଯାଇ ମାଛ ଆଣି ତରକାରୀ କରିଥିଲେ। ଏହି ଘଟଣାକୁ ନେଇ ଉଭୟ ଦିଅର ଓ ଭାଉଜଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ପାର୍ବତୀ ଉତ୍‌କ୍ଷିପ୍ତ ହୋଇ ରାତିରେ ଘରୁ ଚାଲି ଯାଇଥିଲେ। ସକାଳେ ସେ ଘର ପଛ ପାର୍ଶ୍ୱରେ ଥିବା ଏକ ନିମ୍ବ ଗଛ ଡାଳରେ ପିନ୍ଧା ଲୁଗାରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘରଲୋକ ଦେଖିବାକୁ ପାଇଥିଲେ। ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପ୍ରଶାସନିକ ସେବାର ୬ ପ୍ରଶିକ୍ଷାର୍ଥୀଙ୍କ ପିକକ ଶିଶୁ ଅଧିକାର କାର୍ଯ୍ୟ ପରିଦର୍ଶନ, ପାଟଣା ବିଡ଼ିଓଙ୍କୁ ଭେଟି…

ପାଟଣା ୩୧।୭ (ବୀର କିଶୋର ଦାଶ) : ଓଡ଼ିଶା ପ୍ରଶାସନିକ ସେବା (ଓଏଏସ)ର -୨୦୨୩ ବ୍ୟାଚ ପ୍ରଶିକ୍ଷାର୍ଥୀମାନେ ସେମାନଙ୍କ ପ୍ରଶିକ୍ଷଣର ଅଂଶବିଶେଷ ଭାବେ ପିପୁଲସ କଲଚରାଲ ସେଣ୍ଟର(…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ…

କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri