ଖିମ୍‌ଜୀ ପ୍ରସ୍ତୁତକଲା ଭୁବନେଶ୍ୱରର ପ୍ରଥମ ସୁନାମୁକୁଟ

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଶାରଦୀୟ ଦୁର୍ଗାପୂଜା ଅବସରରେ ଓଡ଼ିଶାର ପ୍ରମୁଖ ଜୁଏଲେରି ଚେନ୍‌ ‘ଖିମ୍‌ଜୀ ଜୁଏଲର୍ସ’ ଦ୍ୱାରା ଭୁବନେଶ୍ୱରର ପ୍ରଥମ ସୁନା ମୁକୁଟ (ସଲିଡ୍‌ ଗୋଲ୍ଡ) ପ୍ରସ୍ତୁତ କରାଯାଇଛି। ରାଜଧାନୀର ଶହୀଦନଗର ଦୁର୍ଗାପୂଜା ସମିତି ପକ୍ଷରୁ ବରାଦ ଦିଆଯାଇଥିବା ଏହି ମୁକୁଟକୁ ଖିମ୍‌ଜୀର ୬ଜଣ ଶ୍ରେଷ୍ଠ ସୁନା କାରିଗରଙ୍କ ଦ୍ୱାରା ତିଆରି କରାଯାଇଛି। ମା’ ଜଗଜ୍ଜନନୀଙ୍କ ମସ୍ତକରେ ଶୋଭା ପାଇବାକୁ ଥିବା ଏହି ମୁକୁଟରେ ୨.୫ କିଲୋଗ୍ରାମ ସୁନା ଲାଗିଥିବା ବେଳେ ଏଥିରେ ନିଖୁଣ ଓ ସୂକ୍ଷ୍ମ କାରିଗରି କରାଯାଇଛି। ୭ମାସର କଠିନ ପରିଶ୍ରମ ପରେ ମୁକୁଟରେ ଶେଷ ସ୍ପର୍ଶ ଦିଆଯାଇଛି। ଶହୀଦନଗର ଦୁର୍ଗାପୂଜା ମଣ୍ଡପରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଖିମ୍‌ଜୀ ଜୁଏଲର୍ସର ନିର୍ଦ୍ଦେଶକ ସୁମିତ୍‌ ଖିମ୍‌ଜୀ ଏହି ସୁନା ମୁକୁଟକୁ ପୂଜା ସମିତିକୁ ପ୍ରଦାନ କରିଛନ୍ତି। ଏହି ଅବସରରେ ସେ କହିଥିଲେ, ମା’ ଦୁର୍ଗାଙ୍କ ପାଇଁ ଏଭଳି ଏକ ନିଆରା ମୁକୁଟ ତିଆରି କରିବାର ଅବସର ଖିମ୍‌ଜୀକୁ ମିଳିଥିବାରୁ ଆମେ ସୌଭାଗ୍ୟ ମନେକରୁଛୁ। ଏତେବଡ଼ ଦାୟିତ୍ୱ ପାଇଁ ଶହୀଦନଗର ପୂଜା ସମିତି ଆମ ଉପରେ ଭରସା କରିଥିବାରୁ ସେମାନଙ୍କୁ ଧନ୍ୟବାଦ ଦେଉଛୁ। ଏହି ସୁନା ମୁକୁଟ ପିନ୍ଧି ମା’ ଚଳିତବର୍ଷ ଆହୁରି ଆକର୍ଷଣୀୟ ଲାଗିବେ ବୋଲି ସେ କହିଥିଲେ। ଶହୀଦନଗର ଦୁର୍ଗାପୂଜା ସମିତି ପାଇଁ ୨୦୧୬ ମସିହାରେ ଖିମ୍‌ଜୀ ପକ୍ଷରୁ ମା’ ଦୁର୍ଗାଙ୍କ ପାଇଁ ଏକ ରୁପା ମୁକୁଟ ମଧ୍ୟ ପ୍ରସ୍ତୁତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ...

ମାଡି ଆସୁଛି ଝଡ଼ ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୫।୫: ୨ ଦିନ ପ୍ରବଳ ଝଡ଼ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶା ଉପକୂଳରେ ଝଡ଼ ବର୍ଷା ନେଇ ସତର୍କତା ଜାରି...

କଖଡ଼ି ମହାନଦୀ ଅବବାହିକାରେ ୧୬୫ ପାଣିଚିରି, ୮୨ ଅଣ୍ଡା ଦେଲେ, ୩୫ ଛୁଆ ଫୁଟି ବାହାରିଲେ

ଖୁଣ୍ଟୁଣୀ, ୫।୫(ସଚ୍ଚିଦାନନ୍ଦ ପଣ୍ଡା): ପୃଥିବୀରେ ଇଣ୍ଡିଆନ୍‌ ସ୍କିମର ବା ପାଣିଚିରି ଏକ ବିରଳ ପ୍ରଜାତିର ପକ୍ଷୀ। ବିଶ୍ୱରେ ପକ୍ଷୀ ଗଣନା ଅନୁସାରେ ଏହି ପକ୍ଷୀର ସଂଖ୍ୟା...

ବିଜେଡି ଛାଡିବେ ସମୀର ଦାଶ! ଟ୍ବିଟ କରି ଧନ୍ୟବାଦ ଦେଲେ…

ଭୁବନେଶ୍ୱର,୫।୫: ବିଜେଡି ଛାଡିବେ କି ନିମାପଡା ବିଧାୟକ ସମୀର ଦାଶ! ଏନେଇ କଳ୍ପନାଜଳ୍ପନାର ଅନ୍ତ ଘଟୁ ନ ଥିବାବେଳେ ତାଙ୍କ ଟ୍ବିଟ ରାଜ୍ୟ ରାଜନୀତିକୁ ସରଗରମ...

ଏକତରଫା ପ୍ରେମର ଭୟଙ୍କର ପରିଣତି, ସ୍ତ୍ରୀଙ୍କୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ କଲେ ସ୍ୱାମୀ

ଭୁବନେଶ୍ୱର,୫।୫: ରାଜଧାନୀ ଭୁବନେଶ୍ୱରରେ ଅଭାବନୀୟ ଘଟଣା। ପ୍ରେମରେ ବିଫଳ ହେବାରୁ, ଗାଡ଼ି ଚଢାଇ ହତ୍ୟା ଯୋଜନା କଲା ଅଭିଯୁକ୍ତ। ସ୍ତ୍ରୀକୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ...

ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’...

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri