ଖୁଣ୍ଟସମଲାଇ ସଙ୍ଗରୋଧ କେନ୍ଦ୍ରରେ ବୃଦ୍ଧଙ୍କ ମୃତ୍ୟୁ: ପ୍ରଶାସନ ପକ୍ଷରୁ ପରିବାରକୁ ସୂଚନା ଦିଆଯାଇ ନ ଥିବାରୁ ଗ୍ରାମରେ ଉତ୍ତେଜନା

ପାଟଣାଗଡ଼,୨୩।୫ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଖୁଣ୍ଟସମଲାଇ ସଂଗୋରଧ କେନ୍ଦ୍ରରେ ଶନିବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖୁଣ୍ଟସମଲାଇ ଗ୍ରାମର ଟିକେମଣି ତଅଁଲା(୬୨)।
ପ୍ରକାଶ ଯେ, ଟିକେମଣି ସ୍ତ୍ରୀଙ୍କ ସହ ଗତ ୧୭ ତାରିଖରେ ଗାଁକୁ ଫେରିଥିଲେ। ବାହାରୁ ଆସିଥିବାରୁ ତାଙ୍କୁ ଗ୍ରାମ ସଙ୍ଗରୋଧ କେନ୍ଦ୍ରରେ ସରପଞ୍ଚ ରଖିଥିଲେ। କିଛି ଦିନପରେ ତାଙ୍କର ଝାଡାବାନ୍ତି ହେବାରୁ ସେ ଗୁରୁତର ଅସୁସ୍ଥ ହୋଇପଡିଥିଲେ। ଫଳରେ ଚିକିତ୍ସା ପାଇଁ ସରପଞ୍ଚ ଡାକ୍ତରୀ ଟିମ୍‌ ଡାକି ତାଙ୍କୁ ଘସିଏନ୍‌ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରୁ ତାଙ୍କୁ ବଲାଙ୍ଗୀର ଏବଂ ପରେ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ମାତ୍ର ଏ ନେଇ ଟିକେମଣିଙ୍କ ପରିବାର ଲୋକଙ୍କୁ ପ୍ରଶାସନ ପକ୍ଷରୁ କୌଣସି ଖବର ଦିଆଯାଇ ନ ଥିଲା। ତେବେ ଶନିବାର ସକାଳୁ ସ୍ତ୍ରୀ ଟିକେମଣିଙ୍କ ମୃତଦେହ ନେଇ ଗ୍ରାମରେ ପହଞ୍ଚିବା ପରେ ସମସ୍ତେ ହତବାକ ହୋଇଯାଇଥିଲେ। ଜଣେ ସୁସ୍ଥ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରଶାସନ ତରଫରୁ ପରିବାର ଲୋକଙ୍କୁ କାହିଁକି ଖବର ଦିଆଗଲା ନାହିଁ ବୋଲି ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲା। ପରେ ପାଟଣାଗଡ଼ ଏସ୍‌ଡିପିଓ ସୁରେଶ ନାଏକଙ୍କ ସହ ଏସ୍‌ଡିଏମଓ ଡାକ୍ତର ଦିଲୀପ ବିଶ୍ୱାଳ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲେ । ପରିସ୍ଥିତି ଅଣାୟତ ହେବାରୁ ପୋଲିସ ଫୋର୍ସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିବା ସହ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ମିଳିବ ବୋଲି ପ୍ରତିଶ୍ରୁତି ପାଇବା ପରେ ମୃତଦେହ ସତ୍କାର ହୋଇଗଲା। ସଂଗରୋଧ କେନ୍ଦ୍ରରେ ଏଭଳି ଘଟଣା ଘଟିଥିବା କାରଣରୁ ଲୋକଙ୍କ ମନରେ ଭିନ୍ନ ଆଶଙ୍କା ରହିଥିବା ବେଳେ ସେପଟିସେମିଆ ରୋଗରେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ଡା. ବିଶ୍ୱାଳ ସୂଚନା ଦେଇଛନ୍ତି। ଏ ବିଷୟରେ କୌଣସି ପ୍ରଶାନିକ ଅଧିକାରୀଙ୍କ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri