ଖୁଣ୍ଟୁଣୀ ଆଇଟିଆଇ କଲେଜ ସମ୍ମୁଖରେ ଦୁର୍ଘଟଣା: ଦୁଇ କାର୍‌ ମୁହାଁମୁହିଁ, ୮ ଗୁୁରୁତର

ଖୁଣ୍ଟୁଣୀ,୧୦।୮(ଡି.ଏନ୍‌.ଏ.): ୫୫ନଂ ଜାତୀୟ ରାଜପଥର ଖୁଣ୍ଟୁଣୀ ଆଇଟିଆଇ କଲେଜ ସମ୍ମୁଖରେ ଶନିବାର ମଧ୍ୟାହ୍ନରେ ୨ କାର୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୮ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ଆହତମାନଙ୍କ ମଧ୍ୟରେ ଢେଙ୍କାନାଳ ଆନନ୍ଦନଗରର ଦେବଯାନୀ ମହାନ୍ତି(୫୪), ସ୍ମୃତିରଞ୍ଜନ ମହାନ୍ତି, ସୌମ୍ୟ ରଞ୍ଜନ ରାୟ ଚୌଧୁରୀ, ସୌମ୍ୟରଞ୍ଜନ ରାୟ ଚୌଧୁରୀ, କାମାକ୍ଷାନଗର ଅଞ୍ଚଳର ସଞ୍ଚିତ ପ୍ରଧାନ, ଅଶୋକ ପ୍ରଧାନ ରହିଛନ୍ତି। ସେହିଭଳି ଅନ୍ୟ ଆହତଙ୍କ ପରିଚୟ ମିଳିପାରିନାହିଁ।

ସୂଚନାନୁଯାୟୀ, ଏକ ଶୁଦ୍ଧ କ୍ରିୟାରେ ଯୋଗ ଦେବାକୁ ଢେଙ୍କାନାଳରୁ ସୌମ୍ୟରଞ୍ଜନଙ୍କ ପରିବାର ସହ କାର୍‌ ଯୋଗେ ଭୁବନେଶ୍ୱର ଯାଉଥିବା ବେଳେ କଟକ ପଟୁ ଆସୁଥିବା ଅନ୍ୟ ଏକ କାର୍‌ ସେମାନଙ୍କୁ ଧକ୍କା ଦେଇଥିଲା। ଏଥିରେ ଥିବା ସମସ୍ତ ଯାତ୍ରୀ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଖୁଣ୍ଟୁଣୀ ପୋଲିସ ପହଞ୍ଚି ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri