ଖୁବ ଶୀଘ୍ର ସ୍ଥିତି ବଦଳିବ- ବାତ୍ରା

ନୂଆଦିଲ୍ଲୀ, ୬।୬(ପି.ଟି.)- ଭାରତୀୟ ଅଲିମ୍ପିକ୍‌ କମିଟି (ଆଇଓଏ) ଉପରେ ଲାଗିଥିବା ବ୍ୟାନ ଯୋଗୁ ଚଳିତ ବର୍ଷ ଫେବୃୟାରୀଠାରୁ ଦେଶରେ କୌଣସି ଅନ୍ତର୍ଜାତୀୟ ଇଭେଣ୍ଟ ଆୟୋଜନ ହୋଇ ପାରୁନାହିଁ। ଏ ସମ୍ପର୍କରେ ଆଇଓଏ ସଭାପତି ନରିନ୍ଦର ବାତ୍ରା ନବନିଯୁକ୍ତ କ୍ରୀଡ଼ାମନ୍ତ୍ରୀ କିରନ ରିଜିଜୁଙ୍କ ସହ ଭେଟିଛନ୍ତି। ଆଇଓଏ ସଭାପତିଙ୍କ ସହ ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆ ସଭାପତି ଅଜୟ ସିଂଙ୍କ ମଧ୍ୟ ବର୍ତ୍ତମାନ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ମୁଁ ଓ ବିଏଫ୍‌ଆଇ ସଭାପତି କ୍ରୀଡ଼ାମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟିଥିଲୁ। ଆଇଓସି ଲଗାଇଥିବା ବ୍ୟାନ ସମ୍ପର୍କରେ ଜଣାଇଛୁ। ଆମ ସମସ୍ୟା ବୁଝିବା ପରେ ମନ୍ତ୍ରୀ ଖୁବ ଶୀଘ୍ର ସ୍ଥିତିରେ ସ୍ଥିତି ବଦଳିବ ବୋଲି ଆଶ୍ୱାସନା ଦେଇଥିବା ବାତ୍ରା କହିଛନ୍ତି। ଉଲ୍ଲେଖଥାଉ କି, ଗତ ଫେବୃୟାରରେ ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟିଥିଲା। ଏହାପରେ ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ରେ ଅଂଶଗ୍ରହଣ କରିବା ଲାଗି ପାକିସ୍ତାନର ଦୁଇ ଶୁଟରଙ୍କୁ ଭିଜା ଦେବାକୁ ମନା କରି ଦେଇଥିଲା। ଏଭଳି ସ୍ଥିତି ପରେ ସମସ୍ତ ଅନ୍ତର୍ଜାତୀୟ କ୍ରୀଡ଼ା ଫେଡେରେଶନଙ୍କୁ ସେମାନଙ୍କ ଦଳ ଭାରତ ନ ପଠାଇବାକୁ ଆଇଓସି କହିଥିଲା। ସରକାରଙ୍କ ତରଫରୁ ଯୋଗ୍ୟତା ଅର୍ଜନ କରିଥିବା ଖେଳାଳି ଓ ସେମାନଙ୍କ ଷ୍ଟାଫଙ୍କ ସୁରକ୍ଷା ନେଇ ଲିଖିତ ଆସ୍ବାଶନା ଦେଶରେ ଅନ୍ତର୍ଜାତୀୟ ଇଭେଣ୍ଟ ଆୟୋଜନ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri