ଖୁବଶୀଘ୍ର କ୍ଷୟକ୍ଷତି ଆକଳନ : ଶୁକ୍ରବାର ସୁଦ୍ଧା ଗ୍ରାମାଞ୍ଚଳରେ ବିଦ୍ୟୁତ୍‌ ସଂଯୋଗ

ଭଦ୍ରକ ଅଫିସ, ୨୨ା୫- ଭଦ୍ରକ ଜିଲାରେ ଅମ୍ଫନ୍‌ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ମୁଖ୍ୟତଃ ଚାଳଘର, ଆଜବେଷ୍ଟ ଘର ଓ ବିଦ୍ୟୁତ ଖୁଣ୍ଟ ଗୁଡ଼ିକ ଭୂଇଁରେ ଲୋଟି ପଡ଼ିିଛି। ସମୁଦ୍ରକୂଳିଆ ବାସୁଦେବପୁର, ଚାନ୍ଦବାଲି ଓ ଧାମରା ଅଞ୍ଚଳରେ ବ୍ୟାପକ କ୍ଷତି ହୋଇଥିବା ପ୍ରାଥମିକ ଆକଳନ କରାଯାଇଛି। ଏନେଇ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ସମସ୍ତ ବିଭାଗକୁ ତୁରନ୍ତ କ୍ଷୟକ୍ଷତିର ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ଭୂଇଁରେ ଲୋଟି ପଡ଼ିଥିବା ଏଲ୍‌ଟି ଲାଇନ୍‌ ଓ ଏଚ୍‌ଟି ଲାଇନ ମରାମତି କରି ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ସମସ୍ତ ଅଞ୍ଚଳକୁ ବିଦ୍ୟୁତ ସଂଯୋଗ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସହରାଞ୍ଚଳ କୁହାଯାଉଥିବା ଭଦ୍ରକ, ଧାମନଗର, ବାସୁଦେବପୁର ଓ ଚାନ୍ଦବାଲି ଅଞ୍ଚଳରେ ବୁଧବାର ରାତି ସୁଦ୍ଧା ବିଦ୍ୟୁତ୍‌ ସଂଯୋଗ ଦିଆଯାଇଥିବା ବେଳେ ଅଧିକାଂଶ ଗ୍ରାମାଞ୍ଚଳରେ ବିଦ୍ୟୁତ୍‌ ଖୁଣ୍ଟଗୁଡ଼ିକ ପବନ କାରଣରୁ ଭାଙ୍ଗି ପଡ଼ିଥିବା ଯୋଗୁ ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ହୋଇପାରି ନାହିଁ। କେତେକ ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପକୁ ଜେନେରେଟର୍‌ ସାହଯ୍ୟରେ ପାନୀୟ ଜଳ ଯୋଗାଣ କରାଯାଇଥିଲା। ଯୁଦ୍ଧକାଳୀନ ଭିତ୍ତିରେ ରାଜସ୍ବ ବିଭାଗୀୟ କର୍ମଚାରୀ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଓ କୃଷି ବିଭାଗୀୟ କର୍ମକର୍ତ୍ତାଙ୍କୁ ନେଇ କ୍ଷୟକ୍ଷତି ଆକଳନ କାର୍ଯ୍ୟ ଜୋରସୋରରେ ଚାଲିଛି। ଜିଲାପାଳ ଡ. ଦାସଙ୍କ କହିବା ମୁତାବକ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା କ୍ଷୟକ୍ଷତିର ଆକଳନ ସରିବା ପରେ ରାଜ୍ୟ ସରକାରଙ୍କୁ ଅବଗତ କରାଯିବ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ମୁତାବକ କ୍ଷୟକ୍ଷତି ରିପୋର୍ଟ ଆଧାରରେ କ୍ଷତିପୂରଣ ପ୍ରଦାନ କରାଯିବ। ଗୁରୁବାର ଜିଲାପାଳ ଡ. ଦାସ ସର୍ବାଧିକ କ୍ଷତିଗ୍ରସ୍ତ ଧାମରା ଅଞ୍ଚଳ ବୁଲି ତୁରନ୍ତ ବିଦ୍ୟୁତ୍‌ ବ୍ୟବସ୍ଥା ସ୍ବାଭାବିକ କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri