ଖୁବ୍‌ଶୀଘ୍ର ପୁରୀ, କୋଣାର୍କକୁ ଗଡ଼ିବ ମୋ ବସ୍‌

ଭୁବନେଶ୍ୱର, ୧୪ା୬ (ବ୍ୟୁରୋ)- ଖୁବ୍‌ଶୀଘ୍ର ଭୁବନେଶ୍ୱରରୁ ଭାୟା ପିପିଲି ଦେଇ ପୁରୀ ଓ କୋଣାର୍କକୁ ମୋ ବସ୍‌ ସେବା ଆରମ୍ଭ ହେବ। ଏନେଇ କ୍ୟାପିଟାଲ ରିଜିଅନ୍‌ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ କେବଳ ସରକାରଙ୍କ ଅନୁମତିକୁ ଅପେକ୍ଷା ରହିଛି। ଏନେଇ ଚଳିତ ସପ୍ତାହରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ସହ ପରିବହନ କମିଶନରଙ୍କ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ରାଜ୍ୟରେ ଆଉ କେତେ ସଂଖ୍ୟାରେ ନୂଆ ବସ୍‌ ଚଳାଚଳ କରିବ, କେତେ ସଂଖ୍ୟାର ପୁରୁଣା ଡିଟିଏସ୍‌ ବସ୍‌ର ପୁନରୁଦ୍ଧାର କରାଯିବ, ନୂଆ ରୁଟ୍‌ ମ୍ୟାପ୍‌ ସମେତ ପୁରୀ ଓ କୋଣାର୍କକୁ ମୋ ବସ୍‌ କେବେଠୁ ଗଡ଼ିବ ସେନେଇ ସ୍ଥିର କରାଯିବ ବୋଲି ଜଣାପଡ଼ିଛି।
ପୁରୀ, କୋଣାର୍କ ରୁଟ୍‌ରେ ମୋ ବସ୍‌ ଚଳାଚଳ ପାଇଁ ଲୋକେ କ୍ରୁଟ୍‌କୁ ଟୁଇଟ୍‌ ମାଧ୍ୟମରେ ଦାବି କରୁଛନ୍ତି। କ୍ରୁଟ୍‌ର ଜନୈକ ଅଧିକାରୀଙ୍କ ସୂଚନା ମୁତାବକ, ପୁରୀକୁ ମୋ ବସ୍‌ ଚଳାଚଳ ପାଇଁ ବହୁ ପୂର୍ବରୁ ନକ୍ସା ପ୍ରସ୍ତୁତ ହୋଇଛି। କିଛିଦିନ ତଳେ ଏକ ମୋ ବସ୍‌ ପରୀକ୍ଷାମୂଳକ ଭାlବେ ଉକ୍ତ ରୁଟ୍‌ମ୍ୟାପ୍‌ ଅନୁସାରେ ପୁରୀ ଓ କୋଣାର୍କ ଅଭିମୁଖେ ଯାଇ ନିର୍ଦ୍ଧାରିତ ବସ୍‌ ଷ୍ଟାଣ୍ଡ୍‌ ସ୍ଥାନରେ ରହଣି କରି ଫେରିଥିଲା। ବସ୍‌ ଓ ରୁଟ୍‌ ସଂଖ୍ୟା ବୃଦ୍ଧି ନିଷ୍ପତ୍ତି ପରେ ଭୁବନେଶ୍ୱରରୁ ଭାୟା ପିପିଲି ଦେଇ ପୁରୀ ଓ କୋଣାର୍କକୁ ମୋ ବସ୍‌ ଯାତାୟତ କରିବାକୁ ଯୋଜନା କରାଯାଇଥିବା ଅଧିକାରୀ ଜଣକ କହିଛନ୍ତି।
ଉଲ୍ଲେଖଯୋଗ୍ୟ, ପୁରୀକୁ ମୋ ବସ୍‌ ଗଡ଼ିବାକୁ କ୍ରୁଟ୍‌ ଚିନ୍ତା କରୁଛି ବୋଲି ଏହାର ପରିଚାଳନା ନିର୍ଦ୍ଦେଶକ ଅରୁଣ ବୋଥ୍ରା ଗତ ଜାନୁୟାରୀରେ ସୂଚନା ଦେଇଥିଲେ। ଏହା ପରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବାବେଳେ ସାମ୍ପ୍ରତିକ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ସେବା ଆରମ୍ଭରେ ବିଳମ୍ବ ହେଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

ରାସ୍ତାରେ ଘାଇ: ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ନୂଆପଡ଼ା,୩୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ନଈ, ନାଳ…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଆସନ୍ତା ୩ ଦିନ ଯାଏ ରାଜ୍ୟରେ…

ଭୁବନେଶ୍ୱର, ୩୦।୭: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ନାହିଁ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri