ଖୁବ୍‌ଶୀଘ୍ର ଭୁବନେଶ୍ୱରରୁ ଦୁବାଇ, ବ୍ୟାଙ୍କକ୍‌କୁ ଉଡ଼ିବ ବିମାନ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ଭୁବନେଶ୍ୱରରୁ ବିଦେଶକୁ ଉଡ଼ିବ ଅଧିକ ବିମାନ। କିଛି ଆନ୍ତର୍ଜାତିକ ବିମାନ ଚଳାଚଳ ସଂସ୍ଥା ଏଥିପାଇଁ ଆଗ୍ରହ ପ୍ରକାଶ କରିଛନ୍ତି। ତେବେ ଖୁବ୍‌ଶୀଘ୍ର ଦୁବାଇ ଓ ବ୍ୟାଙ୍କକ୍‌କୁ ବିମାନ ସେବା ଆରମ୍ଭ ହେବ ବୋଲି ସୂଚନା ମିଳିଛି।
ଗତ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଏନେଇ ଚିଠି ଲେଖିଥିଲେ। ଓଡ଼ିଶାର ଭିତ୍ତିଭୂମି ବିଷୟରେ ଉଲ୍ଲେଖ କରିବା ସହ କିଛି ବିମାନ ସଂସ୍ଥାର ସିଇଓଙ୍କୁ ନେଇ ଓଡ଼ିଶା ଆସିବାକୁ ଆମନ୍ତ୍ରଣ କରିଥିଲେ। ଏହାପରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ କେତେକ ଆନ୍ତର୍ଜାତିକ ବିମାନ ଚଳାଚଳ ସଂସ୍ଥାର ସିଇଓଙ୍କ ସହ ଆଲୋଚନା ହୋଇଥିଲା। ଅଧିକାଂଶ ସଂସ୍ଥା ଭୁବନେଶ୍ୱର ସହ ଯୋଡ଼ି ହେବା ପାଇଁ ଆଗ୍ରହୀ ଥିବା ଜଣାପଡ଼ିଛି। ବର୍ତ୍ତମାନ ଗୋଟିଏ ମାତ୍ର ଏୟାର ଏସିଆ ବିମାନ ଭୁବନେଶ୍ୱର-କ୍ୱାଆଲାଲମ୍ପୁର ମଧ୍ୟରେ ଚଳାଚଳ କରୁଛି। ପୂର୍ବରୁ ବ୍ୟାଙ୍କକ୍‌ ଏୟାରଓ୍ବେଜ୍‌ ବ୍ୟାଙ୍କକ୍‌ରୁ ଭୁବନେଶ୍ୱରକୁ ବିମାନ ଚଳାଚଳ କରିବାକୁ ଆଗ୍ରହ ଦେଖାଇଥିଲା। ତେବେ ରାଜ୍ୟ ସରକାର, ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଅଧିକାରୀ ଓ ବିମାନ ଚଳାଚଳ ସଂସ୍ଥାର ସିଇଓଙ୍କୁ ନେଇ ହେବାକୁ ଥିବା ବୈଠକରେ ଏ ସଂକ୍ରାନ୍ତରେ ଚୂଡ଼ାନ୍ତ ନିଷ୍ପତ୍ତି ହେବ ବୋଲି ସୂଚନା ମିଳିଛି।
ସେହିଭଳି ଏକାଧିକ ସ୍ଥାନକୁ ଭୁବନେଶ୍ୱରରୁ ବିମାନ ଚଳାଚଳ କରିବ ବୋଲି କୁହାଯାଉଛି। ଅଧିକାଂଶ ସମୟରେ ଝାରସୁଗୁଡ଼ା ଓ ଭୁବନେଶ୍ୱରରେ ଆଲୋକ କମ୍‌ ରହୁଥିବାରୁ ବିମାନ ଅବତରଣ କରିବାରେ ସମସ୍ୟା ହେଉଛି। ତେଣୁ ଏହି ଦୁଇ ବିମାନ ବନ୍ଦରରେ କ୍ୟାଟ୍‌-ଆଇ ଆପ୍ରୋଚ ଆଲୋକ ବ୍ୟବସ୍ଥା କରାଯିବ। ସମ୍ପ୍ରସାରଣ, ଜମି ଅଧିଗ୍ରହଣ ସଂକ୍ରାନ୍ତରେ ରାଜ୍ୟ ସରକାର ଓ ବିମାନ ବନ୍ଦର ପ୍ରାଧିକରଣ ମଧ୍ୟରେ ଆଲୋଚନା ଚାଲିଛି। ଆନ୍ତର୍ଜାତିକ ବିମାନ ସେବା ବ୍ୟତୀତ ଘରୋଇ ସଂଯୋଗକୁ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ଜୟପୁର ଓ ରାଉରକେଲାକୁ ଘରୋଇ ବିମାନ ସେବା ଯୋଗାଇବାକୁ ଉଦ୍ୟମ ଆରମ୍ଭ ହୋଇଥିବା ଜଣାପଡିଛି। ରାଉରକେଲା ଏୟାରଷ୍ଟ୍ରିପ୍‌ରେ ୧୮୪ ଏକର ଜମି ଆବଶ୍ୟକ ପଡ଼ୁଛି। ରାଜ୍ୟ ସରକାର ଅତିରିକ୍ତ ଜମି ଯୋଗାଇଦେଲେ ଖୁବ୍‌ଶୀଘ୍ର ବିମାନ ଚଳାଚଳ ପାଇଁ ପଦକ୍ଷେପ ନିଆଯିବ ବୋଲି ପ୍ରାଧିକରଣ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ...

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌...

ପ୍ରଚାରରେ ପିଲାଙ୍କୁ ଲଗାଇବା ମନା

ଭୁବନେଶ୍ୱର,୨୯ା୪ (ପି.ଟି.):ନିର୍ବାଚନୀ ସଭା ଓ ରାଲିରେ ପିଲାମାନଙ୍କୁ ନିୟୋଜିତ ନ କରିବା ପାଇଁ ନିର୍ବାଚନ କମିଶନ ଓଡ଼ିଶାର ରାଜନୈତିକ ଦଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ଦଳର...

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri