ପୁରୀ ଅଫିସ, ୩୦।୭: ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ବେଳେ ସେବକ ଏବଂ କର୍ମଚାରୀଙ୍କୁ ପରିଚୟପତ୍ର ପ୍ରଦାନ ପାଇଁ ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ କିପରି କାର୍ଯ୍ୟକାରୀ କରାଯିବ ତାହା ଉପରେ ଗୁରୁତ୍ୱ ଦେଇଥିଲା ଶ୍ରୀମନ୍ଦିର ପ୍ରଶାସନ। ହେଲେ ଏ ପର୍ଯ୍ୟନ୍ତ ପରିଚୟପତ୍ର ବଣ୍ଟାଯାଇନାହିଁ। ଶ୍ରୀମନ୍ଦିରରେ ଶୃଙ୍ଖଳା ଓ ସୁରକ୍ଷା ଦୃଷ୍ଟିରୁ ଏହାର ଗୁରୁତ୍ୱ ରହିଥିବାରୁ ମନ୍ଦିର ପ୍ରଶାସନ ଏ ନେଇ ତତ୍ପରତା ପ୍ରକାଶ କରିଛି। ଖୁବ୍ଶୀଘ୍ର ସେବାୟତଙ୍କୁ ପରିଚୟପତ୍ର ବଣ୍ଟନ କରାଯିବ ବୋଲି ସୋମବାର ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ହୋଇଛି। ତେବେ ପ୍ରଥମେ ସୁଆର ମହାସୁଆର ସେବାୟତଙ୍କୁ ଏହି ପରିଚୟପତ୍ର ଦିଆଯିବ। ଆସନ୍ତା ୩ ଦିନ ମଧ୍ୟରେ ଏହା ବଣ୍ଟାଯିବ ବୋଲି ଜଣାପଡ଼ିଛି।
ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ଆଣିବା କ୍ଷେତ୍ରରେ ପରିଚୟପତ୍ର ବେଶ୍ ସହାୟକ ହୋଇପାରିବ। ସହଜରେ ସେବକମାନଙ୍କୁ ଚିହ୍ନି ହେବ। ବିଭିନ୍ନ ସମୟରେ ସେବାୟତ ବେଶ ଧାରଣ କରି ଅଣସେବକ ପଶିଯାଉଛନ୍ତି। ମନ୍ଦିର ଭିତରେ ଭକ୍ତଙ୍କୁ ଟଙ୍କା, ପଇସା ମାଗି ହଇରାଣ କରୁଛନ୍ତି। ତେଣୁ ପ୍ରବେଶ ପଥରେ ସେହିଭଳି ଲୋକଙ୍କୁ ଅଟକାଇ ଦିଆଯାଇପାରିବ। ଏଥିସହ ଅନେକ ସମୟରେ ସେବକ ଭକ୍ତଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ହୋଇଥାଏ। ପରିଚୟପତ୍ର ପକାଇଥିଲେ ଜଣେ ଭକ୍ତ ସମ୍ପୃକ୍ତ ସେବାୟତଙ୍କ ନାମ ମଧ୍ୟ ସହଜରେ ଜାଣିପାରିବା ସହ ଅଭିଯୋଗ କରିପାରିବେ।
ପୁଣି ଦୁର୍ଘଟଣା ଘଟାଇଲା ଆମବସ୍: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ
ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…
ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…
ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…
ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ
ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…
ପ୍ରମିଳାଙ୍କ ଘରେ ହଠାତ୍ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…
ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…
ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ
ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…
ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…
ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…
Archives

