ଖୁବ୍‌ଶୀଘ୍ର ସେବାୟତଙ୍କୁ ପରିଚୟପତ୍ର

ପୁରୀ ଅଫିସ, ୩୦।୭: ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ବେଳେ ସେବକ ଏବଂ କର୍ମଚାରୀଙ୍କୁ ପରିଚୟପତ୍ର ପ୍ରଦାନ ପାଇଁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ କିପରି କାର୍ଯ୍ୟକାରୀ କରାଯିବ ତାହା ଉପରେ ଗୁରୁତ୍ୱ ଦେଇଥିଲା ଶ୍ରୀମନ୍ଦିର ପ୍ରଶାସନ। ହେଲେ ଏ ପର୍ଯ୍ୟନ୍ତ ପରିଚୟପତ୍ର ବଣ୍ଟାଯାଇନାହିଁ। ଶ୍ରୀମନ୍ଦିରରେ ଶୃଙ୍ଖଳା ଓ ସୁରକ୍ଷା ଦୃଷ୍ଟିରୁ ଏହାର ଗୁରୁତ୍ୱ ରହିଥିବାରୁ ମନ୍ଦିର ପ୍ରଶାସନ ଏ ନେଇ ତତ୍ପରତା ପ୍ରକାଶ କରିଛି। ଖୁବ୍‌ଶୀଘ୍ର ସେବାୟତଙ୍କୁ ପରିଚୟପତ୍ର ବଣ୍ଟନ କରାଯିବ ବୋଲି ସୋମବାର ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ହୋଇଛି। ତେବେ ପ୍ରଥମେ ସୁଆର ମହାସୁଆର ସେବାୟତଙ୍କୁ ଏହି ପରିଚୟପତ୍ର ଦିଆଯିବ। ଆସନ୍ତା ୩ ଦିନ ମଧ୍ୟରେ ଏହା ବଣ୍ଟାଯିବ ବୋଲି ଜଣାପଡ଼ିଛି।
ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ଆଣିବା କ୍ଷେତ୍ରରେ ପରିଚୟପତ୍ର ବେଶ୍‌ ସହାୟକ ହୋଇପାରିବ। ସହଜରେ ସେବକମାନଙ୍କୁ ଚିହ୍ନି ହେବ। ବିଭିନ୍ନ ସମୟରେ ସେବାୟତ ବେଶ ଧାରଣ କରି ଅଣସେବକ ପଶିଯାଉଛନ୍ତି। ମନ୍ଦିର ଭିତରେ ଭକ୍ତଙ୍କୁ ଟଙ୍କା, ପଇସା ମାଗି ହଇରାଣ କରୁଛନ୍ତି। ତେଣୁ ପ୍ରବେଶ ପଥରେ ସେହିଭଳି ଲୋକଙ୍କୁ ଅଟକାଇ ଦିଆଯାଇପାରିବ। ଏଥିସହ ଅନେକ ସମୟରେ ସେବକ ଭକ୍ତଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ହୋଇଥାଏ। ପରିଚୟପତ୍ର ପକାଇଥିଲେ ଜଣେ ଭକ୍ତ ସମ୍ପୃକ୍ତ ସେବାୟତଙ୍କ ନାମ ମଧ୍ୟ ସହଜରେ ଜାଣିପାରିବା ସହ ଅଭିଯୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri