ଖୁବ୍‌ଶୀଘ୍ର ୧୨ ନୂଆ ବିମାନ ସେବା

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଓଡ଼ିଶାବାସୀ ଗତ ୨୦ ତାରିଖରେ ୨ ନୂଆ ବିମାନ ସେବା ପାଇଛନ୍ତି। ଖୁବ୍‌ଶୀଘ୍ର ଆଉ ୧୨ ନୂଆ ବିମାନ ସେବା ପାଇବେ। ଏନେଇ ରାଜ୍ୟ ସରକାର ଯୋଜନା କରିଛନ୍ତି। ନୂଆ ରୁଟ୍‌ଗୁଡ଼ିକ ହେଲା କୋଲକାତା-ଝାରସୁଗୁଡ଼ା, ଭୁବନେଶ୍ୱର-ବାରାଣସୀ, ବାରାଣସୀ-ଭୁବନେଶ୍ୱର, ଝାରସୁଗୁଡ଼ା-ମୁମ୍ବାଇ, ପ୍ରୟାଗରାଜ-ଭୁବନେଶ୍ୱର, ଦିଲ୍ଲୀ-ଭୁବନେଶ୍ୱର, ଭୁବନେଶ୍ୱର-ରାଉରକେଲା, ଭୁବନେଶ୍ୱର-କଳାଇକୁଣ୍ଡା, ଭୁବନେଶ୍ୱର-ବ୍ୟାଙ୍କକ୍‌, ବ୍ୟାଙ୍କକ୍‌-ଭୁବନେଶ୍ୱର, ସିଙ୍ଗାପୁର-ଭୁବନେଶ୍ୱର, ଭୁବନେଶ୍ୱର-ଆବୁଧାବୀ। ୨୦୨୦ ଜାନୁୟାରୀରୁ ପ୍ରାୟ ଜୁଲାଇ ମଧ୍ୟରେ ଅଧିକାଂଶ ରୁଟ୍‌ରେ ବିମାନସେବା ଆରମ୍ଭ ହେବ ବୋଲି ଜଣାପଡ଼ିଛି। ଗତ ୨୦ ତାରିଖରେ ଭୁବନେଶ୍ୱରରୁ ସୁରଟ୍‌ ଏବଂ ବାଙ୍ଗାଲୁରୁକୁ ନୂଆ ବିମାନସେବା ଆରମ୍ଭ ହୋଇଛି। ଏହାକୁ ମିଶାଇଲେ ମୋଟ ୧୪ଟି ନୂଆ ରୁଟ୍‌ରେ ବିମାନ ଚଳାଚଳ କରିବ।
ଭୁବନେଶ୍ୱରରୁ ଗୁଜରାଟର ସୁରଟ ସହରକୁ ସିଧାସଳଖ ବିମାନ ସେବା ଆରମ୍ଭ କରାଯାଇଥିବା ବେଳେ ଏଠାରୁ ଉତ୍ତରପ୍ରଦେଶର ପ୍ରୟାଗରାଜକୁ ଆସନ୍ତା ଜୁଲାଇ ପହିଲାରୁ ଆରମ୍ଭ ହେବ। ବୁଧବାର ସ୍ଥାନୀୟ ହୋଟେଲରେ ଆୟୋଜିତ ରାଜ୍ୟ ସରକାର ଏବଂ ୨୫ରୁ ଊର୍ଦ୍ଧ୍ୱ ଏୟାରଲାଇନ୍ସ ସିଇଓଙ୍କ ମଧ୍ୟରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଓଡ଼ିଶାରୁ ଅଧିକରୁ ଅଧିକ ଉଭୟ ଘରୋଇ ଓ ଅନ୍ତର୍ଜାତୀୟ ବିମାନ ଚଳାଇବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନ ଚଳାଚଳ ସଂସ୍ଥାଗୁଡିକୁ ଆହ୍ବାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯଦିଓ ଘରୋଇ ବିମାନ ଉଡାଣ କ୍ଷେତ୍ରରେ କିଛିଟା ଅଗ୍ରଗତି ହୋଇଛି ତେବେ ଅନ୍ତର୍ଜାତୀୟ ଉଡ଼ାଣ ପାଇଁ ରାଜ୍ୟରେ ପର୍ଯ୍ୟାପ୍ତ ସୁଯୋଗ ରହିଛି। ମଧ୍ୟବିତ୍ତ ଶ୍ରେଣୀମାନଙ୍କର ବିଶ୍ୱସ୍ତରୀକରଣ ଅଭ୍ୟୁଦୟ ବଢି ଚାଲିଥିବାରୁ ଅନ୍ତର୍ଜାତୀୟ ଉଡ଼ାଣ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରୁ ଦୁବାଇ, ଆବୁଧାବି, ସିଙ୍ଗାପୁର, ଶ୍ରୀଲଙ୍କା, ହଂକଂ ଏବଂ ବ୍ୟାଙ୍କକ୍‌ ଭଳି ସ୍ଥାନକୁ ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ କରିବାକୁ ବିଭିନ୍ନ ଏୟାରଲାଇନ୍ସର ସିଇଓମାନଙ୍କୁ ପ୍ରସ୍ତାବ ଦେଇଛନ୍ତି। ଏଥିସହିତ ପୁଣେ, ଜୟପୁର, ଲକ୍ଷ୍ନୋ, ଚେନ୍ନାଇ, ଭାଇଜାଗ, କୋଚି ଏବଂ ରାଞ୍ଚିକୁ ଘରୋଇ ଉଡାଣ ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ବେସାମରିକ ମନ୍ତ୍ରଣାଳୟକୁ ଅନୁରୋଧ କରିଛନ୍ତି। ଏ ନେଇ ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଛନ୍ତି।
ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ କହିଛନ୍ତି ଯେ ରାଜ୍ୟରୁ ୧୦ରୁ ଅଧିକ ନୂଆ ରୁଟ୍‌ରେ ବିମାନ ଚଳାଚଳ ନେଇ ଆଲୋଚନା ହୋଇଛି। ଭୁବନେଶ୍ୱରରୁ ସୁରଟକୁ ବିମାନ ସେବା ଆରମ୍ଭ ହୋଇସାରିଥିବା ବେଳେ ଆସନ୍ତା ୨୪ ତାରିଖରୁ ଝାରସୁଗୁଡ଼ାରୁ କୋଲକାତା ଏବଂ ଜାନୁୟାରୀ ୩୧ରୁ ଝାରସୁଗୁଡ଼ାରୁ ବାରାଣସୀ ମଧ୍ୟରେ ବିମାନ ଚଳାଚଳ ନେଇ ନିଷ୍ପତ୍ତି ହୋଇଛି। ସେହିପରି ଫେବୃୟାରୀ ୨୯ରୁ ଭୁବନେଶ୍ୱରରୁ ବାରାଣାସୀ ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରାଯିବା ନେଇ ବୈଠକରେ ଆଲୋଚନା ହୋଇଥିବା ତ୍ରିପାଠୀ ସୂଚନା ଦେଇଛନ୍ତି। ଘରୋଇ ଉଡ଼ାଣ ପାଇଁ ୧ ପ୍ରତିଶତ ଭାଟ୍‌ରେ ବିମାନ ଇନ୍ଧନ ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ବୈଠକରେ ଯୋଗଦେଇ ବେସାମରିକ ବିମାନ ଚଳାଚଳ ସଚିବ ପ୍ରଦୀପ ସିଂ ଖରୋଲା କହିଛନ୍ତି ଯେ, ଓଡ଼ିଶାରୁ ବିମାନ ଚଳାଚଳ ନେଇ ପର୍ଯ୍ୟାପ୍ତ ସୁଯୋଗ ରହିଛି। ଅର୍ଥନୀତି ଅଭିବୃଦ୍ଧିରେ ବିମାନ ସେବାର ବଡ଼ ଭୂମିକା ରହିଛି। ଗତ ୫ ବର୍ଷରେ ଦେଶରେ ବିମାନ ଯାତ୍ରୀଙ୍କ ସଂଖ୍ୟାରେ ହାରାହାରି ୧୭ ପ୍ରତିଶତ ବୃଦ୍ଧି ହୋଇଛି। ଏହି ସମୟରେ ଓଡ଼ିଶାରେ ବିମାନ ଯାତ୍ରୀଙ୍କ ସଂଖ୍ୟା ୨୯ ପ୍ରତିଶତ ବୃଦ୍ଧି ଘଟିଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଯୋଗ ଦେଇ ବିମାନ ଚଳାଚଳ ପାଇଁ ରାଜ୍ୟରେ ଥିବା ସୁଯୋଗ ବିଷୟ ଉଲ୍ଲେଖ କରିଥିଲେ। ମୁଖ୍ୟ ଶାସନ ସଚିବ ସ୍ବାଗତ ଭାଷଣ ଦେଇଥିବା ବେଳେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ଯୁଗ୍ମ ସଚିବ ଉଷା ପାଢ଼ୀ କେନ୍ଦ୍ର ସରକାରଙ୍କ ଉଡାନ ଯୋଜନା ଉପରେ ଆଲୋକପାତ କରିଥିଲେ। ରାଜ୍ୟରେ ଆହୁରି ଅଧିକ ଏୟାରଷ୍ଟ୍ରିପ୍‌ର ବିକାଶ କରିବା ଉପରେ ସେ ଗୁରୁତ୍ୱ ଦେଇଥିଲେ। ବାଣିଜ୍ୟ ଓ ପରିବହନ ସଚିବ ପ୍ରମୋଦ ମେହେର୍ଦ୍ଦା, ଶିଳ୍ପ ସଚିବ ହେମନ୍ତ ଶର୍ମା, ପର୍ଯ୍ୟଟନ ସଚିବ ବିଶାଳ ଦେବ ରାଜ୍ୟରେ ଥିବା ବିଭିନ୍ନ ସୁବିଧା ବିଷୟରେ ଆଲୋକପାତ କରିଥିଲେ। ଏହି ବୈଠକରେ ବିଭିନ୍ନ ଏୟାରଲାଇନ୍ସର ୨୫ଜଣ ସିଇଓ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri