ଖୁସି ଖବର: ରେମ୍‌ଡିସିଭିର୍‌ ଔଷଧ କରୋନା ଭୂତାଣୁକୁ ରୋକିବାରେ ସଫଳ

ଓ୍ବାଶିଂଟନ,୩୦।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆମେରିକାରେ ଇବୋଲା ସଂକ୍ରମଣ ରୋକିବା ପାଇଁ ବ୍ୟବହାର କରାଯାଇଥିବା ରେମ୍‌ଡିସିଭିର୍‌ ଔଷଧର ପ୍ରୟୋଗ ବେଶ୍‌ ସଫଳ ରହିଥିବା କୁହାଯାଉଛି। କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଏହି ଔଷଧ ଆଶ୍ଚର୍ଯ୍ୟଜନକ ଭାବେ କାର୍ଯ୍ୟ କରିଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ଏହି ଆଣ୍ଟି ଭାଇରାଲ ଔଷଧ ଭଲ କାର୍ଯ୍ୟ କରୁଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆମେରିକାର ଫୁଡ୍‌ ଡ୍ରଗ୍‌ ଆଣ୍ଡ୍‌ ଆଡମିନିଷ୍ଟ୍ରେଶନ(ଏଫ୍‌ଡିଏ) ପକ୍ଷରୁ ଏହାର ବ୍ୟବହାର ପାଇଁ ଖୁବ୍‌ ଶୀଘ୍ର ଘୋଷଣା କରାଯିବାର ସମ୍ଭାବନା ରହିଛି। ସଂକ୍ରାମକ ରୋଗ ବିଶେଷଜ୍ଞ ଆନ୍ଥୋନୀ ଫୌସି ଏହାର ବ୍ୟବହାର ବେଶ୍‌ ଫଳପ୍ରଦ ରହିଥିବା କହିଛନ୍ତି। ରେମ୍‌ଡିସିଭିର୍‌ ଔଷଧକୁ ଆମେରିକା, ୟୁରୋପ ଏବଂ ଏସିଆର ୬୮ ଅଞ୍ଚଳରେ ୧୦୬୩ ଲୋକଙ୍କଠାରେ ପରୀକ୍ଷାମୂଳକ ପ୍ରୟୋଗ କରାଯାଇଥିଲା। ତେବେ ଉହାନରେ ଏହାର ପ୍ରୟୋଗ ଦ୍ୱାରା କୌଣସି ସୁଫଳ ମିଳି ନ ଥିବା ଚାଇନା କହିଥିଲା। ଏହି ଔଷଧକୁ ଆମେରିକା ବାୟୋଫାର୍ମାସ୍ୟୁଟିକାଲ କମ୍ପାନୀ ଗିଲେଡ୍‌ ସାଇନ୍ସେସ୍‌ ଦ୍ୱାରା ପ୍ରସ୍ତୁତ କରାଯାଇଥିଲା। ଏହାକୁ ପ୍ୟାଟେଣ୍ଟ୍‌ କରିବା ପାଇଁ ଚାଇନା ଉଦ୍ୟମ କରୁଥିଲା। ଏନେଇ ଚାଇନା ୨୧ ଜାନୁୟାରୀରେ ଆବେଦନ ମଧ୍ୟ କରିଥିଲା। ଉହାନର ଭିରୋଲୋଜି ଲ୍ୟାବ୍‌ ଏବଂ ମିଲିଟ୍ରି ମେଡ଼ିସିନ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ଏହି ଆବେଦନ କରାଯାଇଥିଲା। ତେବେ ତାହା ସଫଳ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri