ଖେମୁଣ୍ଡି କଲେଜରେ କୋଭିଡ୍‌ କେୟାର ହସ୍ପିଟାଲ ପ୍ରସ୍ତାବକୁ ପୁରାତନ ଛାତ୍ରସଂଘର ବିରୋଧ

ଦିଗପହଣ୍ଡି,୧୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ କୋଭିଡ୍‌ କେୟାର ହସ୍ପିଟାଲ ପ୍ରସ୍ତାବକୁ କଲେଜର ପୁରାତନ ଛାତ୍ରସଂଘ ସମେତ ସହରର ସଚେତନ ଜନସାଧାରଣ ବିରୋଧ କରିଛନ୍ତି। ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ ଡିଗ୍ରୀ କଲେଜ ଭାବେ ସୁନାମ ଅର୍ଜନ କରିଥିବା ଖେମୁଣ୍ଡି କଲେଜରେ ପ୍ରାୟ ୨୮ ଶହ ଛାତ୍ରୀଛାତ୍ର ପାଠ ପଢ଼ୁଥିବା ବେଳେ ଯୁକ୍ତ ୨ ଓ ଯୁକ୍ତ ୩ ସ୍ତରରେ ପରୀକ୍ଷା ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ କଲେଜ ପରିସରରେ କୋଭିଡ୍‌ ହସ୍ପିଟାଲ ପ୍ରତିଷ୍ଠା କରାଗଲେ ବହୁ ସମସ୍ୟା ଉପୁଜିବ ବୋଲି ଖେମୁଣ୍ଡି କଲେଜ ପୁରାତନ ଛାତ୍ରସଂଘ ଆଲୁମନିର ସମ୍ପାଦକ ହରପ୍ରସାଦ ରଥ,କାର୍ଯ୍ୟକର୍ତ୍ତା ମନୋଜ କୁମାର ପଣ୍ଡା,ପରେଶ ଚନ୍ଦ୍ର ରଥ,ସତ୍ୟନାରାୟଣ ରଥ,ପି. ଶିବ ଶଙ୍କର,ରବୀନ୍ଦ୍ର ରଥ ସେମାନଙ୍କ ପ୍ରତିକ୍ରିୟାରେ କହିଛନ୍ତି। କଲେଜ ପରିସରରେ କୋଭିଡ୍‌ ହସ୍ପିଟାଲ କରାଯିବା ଖବର ପ୍ରଚାରିତ ହେବାପରେ ସହରର ସଚେତନ ଜନସାଧାରଣଙ୍କ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, କୈଳାସ ଷଡ଼ଙ୍ଗୀ, ଅଳକ ନାଥ ମିଶ୍ର,ତପନ କୁମାର ମିଶ୍ର,ବସନ୍ତ ପଟ୍ଟନାୟକ, କୁରେଶୁ ମହାରଣା ପ୍ରମୁଖ ସରକାରୀସ୍ତରରେ ନିଆଯାଇଥିବା ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ସେମାନଙ୍କ ମତରେ ଜରୁରୀ ଆବଶ୍ୟକତା ଥିଲେ ସ୍ଥାନୀୟ ଗ୍ରାମ୍ୟ ସ୍ବାସ୍ଥ୍ୟ ତାଲିମ କେନ୍ଦ୍ର ପରିସର କିମ୍ବା ସିଦ୍ଧେଶ୍ୱରସ୍ଥିତ ଆଦର୍ଶ ବିଦ୍ୟାଳୟ ଛାତ୍ରାବାସର ନୂତନ କୋଠାରେ ଅସ୍ଥାୟୀ ଭାବେ କୋଭିଡ୍‌ ହସ୍ପିଟାଲ ଖୋଲାଯିବା ପାଇଁ ପ୍ରଶାସନିକସ୍ତରରେ ପଦକ୍ଷେପ ନେବାକୁ ଦାବି କରିଛନ୍ତି। କଲେଜ ଅଧ୍ୟକ୍ଷା ପ୍ରଣତି ପାତ୍ର ଏନେଇ କଲେଜ ପରିଚାଳନା କମିଟି ସଭାପତି ତଥା ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ବିବିଧ ସମସ୍ୟା ସମ୍ପର୍କରେ ଅବଗତ କରିଥିଲେ। ପରେ ଉପଜିଲାପାଳ କଲେଜରେ କୋଭିଡ୍‌ ହସ୍ପିଟାଲ ପ୍ରତିଷ୍ଠା ନ କରି ଅନ୍ୟତ୍ର କେଉଁଠି କରିବାକୁ ବିଡିଓ ହଳଧର ଶବରଙ୍କୁ ପରାମର୍ଶ ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri