ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଜର୍ସି, ମାସ୍କଟ ଉନ୍ମୋଚିତ: ‘ଭାରତ ହେବ କ୍ରୀଡ଼ାର ମହାଶକ୍ତି’

ଭୁବନେଶ୍ୱର, ୭ା୧(କ୍ରୀଡ଼ା ପ୍ରତିନିଧି):ଭାରତକୁ ଏକ କ୍ରୀଡ଼ା ମହାଶକ୍ତିରେ ପରିଣତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ସର୍ବପ୍ରଥମ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଆରମ୍ଭ ହେବାକୁ ଯାଉଛି। ଏହାର ପ୍ରଥମ ସଂସ୍କରଣ ଭୁବନେଶ୍ୱରରେ ଅନୁଷ୍ଠିତ ହେବ।
”ଭାରତର କ୍ରୀଡ଼ା ରାଜଧାନୀର ମାନ୍ୟତା ପାଉଥିବା ଭୁବନେଶ୍ୱରରେ ସର୍ବପ୍ରଥମ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଆୟୋଜିତ ହେଉଥିବାରୁ ମୁଁ ବହୁତ ଖୁସି। ଭାରତ ସରକାରଙ୍କ କ୍ରୀଡ଼ା ମନ୍ତ୍ରଣାଳୟ ଏବଂ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ ଏହାକୁ ଏକ ବାର୍ଷିକ କ୍ରୀଡ଼ାରେ ପରିଣତ କରନ୍ତୁ ବୋଲି ମୁଁ ଚାହିଁବି। ଇଭେଣ୍ଟ ସମୟରେ ଖେଳୁଆଡ଼ ମନୋଭାବ ପ୍ରକାଶ ପାଇବା ନେଇ ମୁଁ ଦୃଢ଼ ନିଶ୍ଚିତ। ରାଜ୍ୟ ସରକାର ଓ କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି କ୍ରୀଡ଼ାକୁ ସ୍ମରଣୀୟ କରିବା ପାଇଁ ସବୁ ପ୍ରକାର ଉଦ୍ୟମ କରାଯିବ। ଏଥିରେ ଭାଗ ନେବାକୁ ଯାଉଥିବା ବିଶ୍ୱବିଦ୍ୟାଳୟ ଦଳ ଗୁଡ଼ିକ ଏଠାକାର ସମୃଦ୍ଧ କଳା, ସଂସ୍କୃତି ଓ ଆତିଥ୍ୟରେ ସ୍ମରଣୀୟ ସ୍ମୃତି ନେଇ ଫେରିବା ମୋର ଆଶା“ ବୋଲି ସୋମବାର ପ୍ରତିଯୋଗିତାର ଜର୍ସି ଉନ୍ମୋଚନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି। ଭାରତକୁ କ୍ରୀଡ଼ାର ମହାଶକ୍ତିରେ ପରିଣତ କରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ଏହି ପରିପ୍ରେକ୍ଷୀରେ ଖେଲୋ ଇଣ୍ଡିଆ ୟୁ୍‌ଥ୍‌ ଗେମ୍ସ, ୟୁନିଭର୍ସିଟି ଗେମ୍ସ, ସ୍କୁଲ ଗେମ୍ସ ଓ ଭିନ୍ନକ୍ଷମ କ୍ରୀଡ଼ା ପ୍ରତିବର୍ଷ ଆୟୋଜିତ ହେବ। ପ୍ରତି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଅତିକମ୍‌ରେ ଗୋଟିଏ ଲେଖାଏ କ୍ରୀଡ଼ାକୁ ପ୍ରମୋଟ କରିବେ। ଫଳରେ ୨୦୨୮ ଅଲିମ୍ପିକ୍ସ ବେଳକୁ ବିଶ୍ୱ କ୍ରୀଡ଼ା ଜଗତରେ ଭାରତ ଏକ କ୍ରୀଡ଼ା ଶକ୍ତିରେ ପରିଣତ ହୋଇଥିବ ବୋଲି କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ କିରେନ ରିଜିଜୁ ପ୍ରକାଶ କରିଛନ୍ତି। ଏହି ଅବସରରେ ପ୍ରତିଯୋଗିତାର ମାସ୍କଟ ଓ କାର୍ଯ୍ୟସୂଚୀ ଉନ୍ମୋଚିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ନିଶାଙ୍କ, ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ କୁମାର ସାହୁ, କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ, କେନ୍ଦ୍ର କ୍ରୀଡ଼ା ସଚିବ ରାଧେଶ୍ୟାମ ଜୁଲାନିଆ, ରାଜ୍ୟ କ୍ରୀଡ଼ା ସଚିବ ବିଶାଲ କୁମାର ଦେବ, ୫ ଟି ସଚିବ କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ରାଜ୍ୟ ଓ ଜାତୀୟ ସ୍ତରର ଅନେକ ଟପ୍‌ ଆଥଲେଟ୍‌ ମଧ୍ୟ ଯୋଗ ଦେଇଥିଲେ। ଏହି ଅବସରରେ ଭାରତୀୟ ହକି ଦଳର ଅଧିନାୟକ ମନପ୍ରୀତ ସିଂ, ମହିଳା ହକି ତାରକା ରଶ୍ମିତା ମିଞ୍ଜ, ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ, ଧାବକ ଅମିୟ ମଲିକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri