ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଉଦ୍‌ଘାଟିତ: ଭାରତ ହେବ କ୍ରୀଡ଼ାର ‘ସୁପରପାୱାର’

କଟକ ଅଫିସ,୨୩ା୨: ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଖେଲୋ ଇଣ୍ଡିଆ ୟୁନଭର୍ସିଟି ଗେମ୍ସର ପ୍ରଥମ ସଂସ୍କରଣ ଶନିବାର ସନ୍ଧ୍ୟାରେ ମହାସମାରୋହରେ ଉଦ୍‌ଘାଟିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନି୍ଂସ ଜରିଆରେ ଏହି ମେଗା ଇଭେଣ୍ଟକୁ ଆନୁଷ୍ଠାନିକ ଉଦ୍‌ଘାଟନ କରିଛନ୍ତି। କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ସ୍ବତନ୍ତ୍ର ଅତିଥି ଭାବେ ଯୋଗଦେଇ ଭାରତୀୟ କ୍ରୀଡ଼ା ନିମନ୍ତେ ଏହା ଏକ ସ୍ମରଣୀୟ ଦିବସ ବୋଲି ଅଭିହିତ କରିବା ସହିତ ଆଗାମୀ ଦିନରେ ଭାରତ ବିଶ୍ୱ କ୍ରୀଡ଼ାର ସୁପର ପାୱାର ହେବ ବୋଲି କହିଛନ୍ତି। ଉଦ୍‌ଘାଟନୀ ସନ୍ଧ୍ୟାରେ ଖ୍ୟାତନାମା କଳାକାରମାନେ ରାଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଦର୍ଶକଙ୍କ ମନ ମୋହିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଥିଲେ ଯେ, ପ୍ରତ୍ୟେକ ଖେଳାଳି ନିଜକୁ ନିଜର ସର୍ବଶ୍ରେଷ୍ଠ ପ୍ରତିଦ୍ୱନ୍ଦ୍ୱୀ ବୋଲି ବିଚାର କରନ୍ତୁ। ମଇଦାନ ଉପରେ ଅଳ୍ପ ସମୟରେ ପ୍ରତିଯୋଗିତା ହୁଏ। ହେଲେ ନିଜ ସହ ଦୀର୍ଘ ସମୟର ପ୍ରତିଯୋଗିତା ହେବା ଉଚିତ। ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମ ଭାରତୀୟ କ୍ରୀଡ଼ା ଜଗତରେ ବେଶ୍‌ ପ୍ରଭାବ ପକାଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରଥମ ସଂସ୍କରଣରେ ୩,୫୦୦ କ୍ରୀଡ଼ାବିତ ଅଂଶଗ୍ରହଣ କରିଛନ୍ତି। ଦେଶର କ୍ରୀଡ଼ା ଭିତ୍ତିଭୂମିରେ ନିରନ୍ତର ବିକାଶ ଘଟୁଛି। ଖେଳାଳିମାନେ କେବଳ ନିଜର ଖେଳ ପ୍ରତି ଧ୍ୟାନ ଦିଅନ୍ତୁ। ଏବେ ଖେଳାଳିମାନଙ୍କ ପାଇଁ ଆଜୀବନ ପେନ୍‌ସନ ଯୋଜନା ହେଲାଣି ବୋଲି ମୋଦି କହିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। କ୍ରୀଡ଼ାବିତଙ୍କ ବିକାଶ ପାଇଁ ଖେଲୋ ଇଣ୍ଡିଆର ଏହି କାର୍ଯ୍ୟକ୍ରମକୁ ସେ ସାଧୁବାଦ ଜଣାଇଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଐତିହାସିକ କଟକ ସହର ସମସ୍ତ ପ୍ରତିଯୋଗୀଙ୍କୁ ସ୍ବାଗତ ଜଣାଉଛି ବୋଲି କହିଥିଲେ। ଆଗାମୀ ଦିନରେ ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତା ଆୟୋଜନର ଯୋଜନା ହେଉଛି। ଏହି ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତାର କିଛି ମ୍ୟାଚ୍‌ ଓଡ଼ିଶାରେ ହେଉ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି। ରାଜ୍ୟ କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ, କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ତର୍ଜାତୀୟ ଧାବିକା ଦୂତୀ ଚାନ୍ଦ ପ୍ରତିଯୋଗୀମାନଙ୍କୁ ଶପଥପାଠ କରାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର,୫।୫: ଅଯୋଧ୍ୟାରୁ ମେଗା ରୋଡ ଶୋ’ କାର୍ଯ୍ୟକ୍ରମ ଶେଷ କରି ରବିବାର ରାତି ପ୍ରାୟ ୧୦ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଲୋଇସିଂହା ବିଧାନସଭା ଆସନ: ୭ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ

ଲୋଇସିଂହା,୫।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଯାଞ୍ଚ ପ୍ରକ୍ରିୟା ପରେ ୭ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

ସଞ୍ଜୟଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ଇନ୍‌ଚାର୍ଜ କଲା ବିଜେଡି

ସମ୍ବଲପୁର,୫ା୫(ପ୍ରମୋଦ ବହିଦାର): ଚଳିତ ନିର୍ବାଚନ ପାଇଁ ବିଜେଡିର ନିର୍ବାଚନ ସଂଯୋଜକ ଓ ନିର୍ବାଚନ ଇନ୍‌ଚାର୍ଜ ନିଯୁକ୍ତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା।...

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri