Posted inଖେଳ

ଖେଳରତ୍ନ ପାଇଁ ଶ୍ରୀକାନ୍ତଙ୍କ ନାମ ସୁପାରିସ

ନୂଆଦିଲ୍ଲୀ, ୨୦।୬(ପି.ଟି.)- ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବାଇ) ପକ୍ଷରୁ ତାରକା ଖେଳାଳି କିଡାମ୍ବି ଶ୍ରୀକାନ୍ତଙ୍କ ନାମ ଖେଳରତ୍ନ ପୁରସ୍କାର ପାଇଁ ସୁପାରିସ କରାଯାଇଛି। ଏକ ଟୁର୍ନାମେଣ୍ଟ ଅଧାରୁ ଓହରିଥିବାରୁ କ୍ଷମା ମାଗିବା ପରେ ତାଙ୍କ ନାମକୁ ବାଇ ସୁପାରିସ କରିଛି। ଅନ୍ୟପକ୍ଷରେ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ କରା ନ ଯିବାରୁ ଆସୋସିଏଶନ ବିରୋଧରେ ବିଷୋଦ୍‌ଗାର କରିଥିବା ଏସ.ଏସ. ପ୍ରଣୟଙ୍କୁ କାରଶ ଦର୍ଶାଅ ନୋଟିସ ଜାରି କରାଯାଇଛି। ଗତ ଫେବୃୟାରୀରେ ଉଭୟ ଶ୍ରୀକାନ୍ତ ଓ ପ୍ରଣୟ ମାନିଲାଠାରେ ଅନୁଷ୍ଠିତ ଏସିଆନ ଟେଷ୍ଟ ଚାମ୍ପିୟନଶିପ୍‌ ସେମିଫାଇନାଲ ନ ଖେଳି ବାର୍ସିଲୋନାରେ ଅନ୍ୟ ଏକ ଟୁର୍ନାମେଣ୍ଟ ଖେଳିଥିଲେ। ଭାରତ ସେମିଫାଇନାଲରେ ହାରିଥିଲେ ହେଁ ଏସିଆନ ଟେଷ୍ଟ ଚାମ୍ପିୟନଶିପ୍‌ରେ ତୃତୀୟ ସ୍ଥାନ ହାସଲ କରିଥିଲା। ଶୃଙ୍ଖଳାଗତ କାରଣରୁ ବାଇ ପକ୍ଷରୁ ଖେଳରତ୍ନ ପାଇଁ ଶ୍ରୀକାନ୍ତ ଏବଂ ଅର୍ଜୁନ ପାଇଁ ପ୍ରଣୟଙ୍କ ନାମ ସୁପାରିସ କରାଯାଇ ନ ଥିଲା। ଶ୍ରୀକାନ୍ତଙ୍କ ସୁପାରିସ ପତ୍ର କ୍ରୀଡ଼ା ମନ୍ତ୍ରଣଳୟ ନିକଟକୁ ପଠା ଯାଇଥିବାବେଳେ ପ୍ରଣୟଙ୍କୁ ୧୫ ଦିନ ମଧ୍ୟରେ ଉତ୍ତର ରଖିବା ପାଇଁ ସମୟ ଦିଆଯାଇଛି। ସମୟ ମଧ୍ୟରେ ଉତ୍ତର ନ ଦେଲେ ପ୍ରଣୟଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବାଇ ପକ୍ଷରୁ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri