Posted inଖେଳ

ଖେଳାଳିଙ୍କ ନିରାପତ୍ତା ସହ ବୁଝାମଣା କରାଯାଇଥିଲା: ସାଇନା

ନୂଆଦିଲ୍ଲୀ,୧୮।୩(ପି.ଟି.)- ଭାରତୀୟ ମହିଳା ବ୍ୟାଡମିଣ୍ଟନ ତାରକା ସାଇନା ନେହ୍ବାଲ ଗତ ସପ୍ତାହରେ ଖେଳାଯାଇଥିବା ଅଲ ଇଂଲଣ୍ଡ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ର ଆୟୋଜନ ନେଇ ପ୍ରଶ୍ନ ଉଠାଇଛନ୍ତି। ଖେଳାଳିଙ୍କ ନିରାପତ୍ତାକୁ ହେୟ କରି ଅର୍ଥକୁ ଅଧିକ ଗୁରୁତ୍ୱ ଦିଆଯାଇଥିଲା ବୋଲି ସେ ଅଭିଯୋଗ ଆଣିଛନ୍ତି। କରୋନା ଭାଇରସ ସାରା ବିଶ୍ୱରେ ଏକ ମହାମାରୀ ରୂପ ନେଇଥିବା ବେଳେ କିପରି ଏହି ହାଇପ୍ରୋଫାଇଲ ଟୁର୍ନାମେଣ୍ଟ ଖେଳାଯାଇଥିଲା ବୋଲି ସେ ପ୍ରଶ୍ନ କରିଛନ୍ତି। ତେଣୁ କେବଳ ଅର୍ଥକୁ ଅଧିକ ଗୁରତ୍ୱ ଦିଆଯାଇଥିଲା। ନହେଲେ ଏହି ଟୁର୍ନାମେଣ୍ଟ ଆୟୋଜନ କରିବାର କୌଣସି କାରଣ ନ ଥିଲା ବୋଲି ସାଇନା ଟୁଇଟ୍‌ କରି ଜଣାଇଛନ୍ତି।
ଅଲ ଇଂଲଣ୍ଡରେ ସାଇନା ପ୍ରଥମ ରାଉଣ୍ଡରେ ହିଁ ପରାସ୍ତ ହୋଇ ବିଦାୟ ନେଇଥିଲେ। ବିପଦ ସତ୍ତ୍ୱେ କେତେକ ଖେଳାଳି ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିଲେ। ଅଲିମ୍ପିକ୍‌ କ୍ୱାଲିଫିକେଶସ ଓ ର଼୍ୟାଙ୍କିଙ୍ଗ୍‌ ପଏଣ୍ଟ ଦୃଷ୍ଟିକୋଣରୁ ଏହି ଟୁର୍ନାମେଣ୍ଟର ମଧ୍ୟ ଯଥେଷ୍ଟ ଗୁରତ୍ୱ ରହିଥିଲା। ତେବେ ପ୍ରଥମ ରାଉଣ୍ଡରେ ପରାସ୍ତ ହୋଇ ବିଦାୟ ନେଇଥିବାରୁ ସାଇନାଙ୍କ ଅଲିମ୍ପିକ୍‌ ଯୋଗ୍ୟତା ହାସଲ ନେଇ ଆଶଙ୍କା ପ୍ରକାଶ ପାଇଛି। ଏହି ଟୁର୍ନାମେଣ୍ଟକୁ ସ୍ଥଗିତ ରଖାଯାଇପାରିଥାନ୍ତା କିମ୍ବା ବାତିଲ କରାଯାଇପାରିଥାନ୍ତା ବୋଲି ସେ କହିଛନ୍ତି। କରୋନା ଭାଇରସ ଆତଙ୍କ କାରଣରୁ ବ୍ୟାଡମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ତାର ସବୁ ଇଭେଣ୍ଟକୁ ସ୍ଥଗିତ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri