ଖୋର୍ଦ୍ଧା-ନୟାଗଡ଼ ପାସେଞ୍ଜର ସମୟ ବଦଳିଲା

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ଖୋର୍ଦ୍ଧା-ନୟାଗଡ଼ ଚଳାଚଳ କରୁଥିବା ଦୁଇଟି ପାସେଞ୍ଜର ଟ୍ରେନର ସମୟ ସୂଚୀ ପରିବର୍ତ୍ତନ ହୋଇଛି। ଆସନ୍ତା ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଯାଉଥିବା ସ୍ପେଶାଲ ସେବା ଏକ୍ସପ୍ରେସର ଚଳାଚଳକୁ ଅଧିକ ସୁବିଧାଜନକ କରବା ଲାଗି ଏହି ସମୟ ସାରଣୀ ବଦଳାଯାଇଛି ବୋଲି କୁହାଯାଇଛି। ବର୍ତ୍ତମାନ ଚଳାଚଳ କରୁଥିବା(୫୮୪୩୧-୫୮୪୩୨) ଖୋର୍ଦ୍ଧାରୋଡ-ନୟାଗଡ଼ ଟାଉନ ପାସେଞ୍ଜର ଖୋର୍ଦ୍ଧାରୋଡ ଷ୍ଟେଶନରୁ ସକାଳ ୭ଟା ୧୫ ପରିବର୍ତ୍ତେ ୮ଟା ୨୦ମିନିଟ୍‌ରେ ଛାଡିବ। ନୟାଗଡ଼ ଟାଉନ ଷ୍ଟେଶନରେ ସକାଳ ୮ଟା ୫୫ ପରିବର୍ତ୍ତେ ୯ଟା ୪୫ରେ ପହଞ୍ଚତ୍ବ। ଫେରିବାବେଳେ ପୂର୍ବାହ୍ନ ୯ଟା ୨୦ ପରିବର୍ତ୍ତେ ୧୦ଟାରେ ଛାଡିବ। ଗନ୍ତବ୍ୟସ୍ଥଳ ଖୋର୍ଦ୍ଧାରୋଡରେ ୧୧ଟା ୦୫ ପରିବର୍ତ୍ତେ ୧୧ଟା ୪୫ମିନିଟ୍‌ରେ ପହଞ୍ଚତ୍ବ। ସେହିପରି (୫୮୪୨୯-୫୮୪୩୦) ଖୋର୍ଦ୍ଧାରୋଡ-ନୟାଗଡ଼ ଟାଉନ ପାସେଞ୍ଜର ଖୋର୍ଦ୍ଧାରୋଡଠାରୁ ସନ୍ଧ୍ୟା ୭ଟା ୩୦ ପରିବର୍ତ୍ତେ ୮ଟା ୧୫ରେ ଛାଡ଼ିବ। ନୟାଗଡ଼ ଟାଉନ ଷ୍ଟେଶନରେ ରାତି ୯ଟା୧୦ ବଦଳରେ ୯ଟା ୪୦ରେ ପହଞ୍ଚତ୍ବ। କିନ୍ତୁ ଫେରିବାବେଳେ ନୟାଗଡ଼ରୁ ଖୋର୍ଦ୍ଧାରୋଡ ମଧ୍ୟରେ ସମୟସାରଣୀ ଅପରିବର୍ତ୍ତିତ ରହିଛି। ନୟାଗଡ଼ଠାରୁ ସକାଳ ୫ଟାରୁ ଛାଡି ଖୋର୍ଦ୍ଧାରେ ସକାଳ ୬ଟା ୪୫ରେ ପହଞ୍ଚତ୍ବ।
ସୂଚନା ଥାଉ କି, ଭୁବନେଶ୍ୱରରୁ ନୟାଗଡ଼ ଟାଉନ ସେବା ଏକ୍ସପ୍ରେସ ଆସନ୍ତା ମଙ୍ଗଳବାର ଅପରାହ୍ନ ୧ଟା ୩୦ ସମୟରେ ରେଳମନ୍ତ୍ରୀ ପୀୟୁଷ ଗୋୟଲ ଭିଡିଓ କନଫରେନ୍ସିଂ ଜରିଆରେ ଶୁଭାରମ୍ଭ କରିବେ। ଭୁବନେଶ୍ୱର ଷ୍ଟେଶନରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ପୁରୀ ଏମ୍‌ପି ପିନାକୀ ମିଶ୍ର, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ଯୋଗ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ପିଲାଦିନର ବନ୍ଧୁଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ବାଚସ୍ପତି: ପରିବାର ଲୋକଙ୍କୁ ଭେଟି କହିଲେ…

ନୂଆଦିଲ୍ଲୀ,୩।୭: କୋଟା-ବୁନ୍ଦିର ଏମ୍‌ପି ତଥା ଲୋକ ସଭା ବାଚସ୍ପତି ଓମ ବିର୍ଲା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri