ଖୋର୍ଦ୍ଧା ବଲାଙ୍ଗୀର ରେଳ ପ୍ରକଳ୍ପ : କ୍ଷତିଗ୍ରସ୍ତ ପ୍ରଜା ସଂଗ୍ରାମ ସମିତିର ବିକ୍ଷୋଭ

ବୌଦ୍ଧ,୨୮।୧୨(ସ୍ବ.ପ୍ର)
ଖୋର୍ଦ୍ଧା ବଲାଙ୍ଗୀର ରେଳ ପ୍ରକଳ୍ପ ପାଇଁ ବୌଦ୍ଧ ଜିଲାରେ ୧୦୭ କିଲୋମିଟର ରେଳପଥ ନିର୍ମାଣ ହେବାକୁ ଥିବାବେଳେ ଏହାର ଜମି ଅଧିଗ୍ରହଣ ପ୍ରକିୟା ଆଗେଇ ପାରୁନାହିଁ। ଖୋର୍ଦ୍ଧା ପଟୁ ମହିପୁର ଓ ବଲାଙ୍ଗୀର ପଟୁ ତରଭା ପର୍ଯ୍ୟନ୍ତ ରେଳପଥ ନିର୍ମାଣ ସରିଥିବାବେଳେ ବୌଦ୍ଧ ଜିଲାରେ ସର୍ବାଧକ ପ୍ରକଳ୍ପ କାର୍ଯ୍ୟ ପଛୁଆ ରହିଛି। ଶୁକ୍ରବାର କ୍ଷତିଗ୍ରସ୍ତ ପ୍ରଜା ସଂଗ୍ରାମ ସମିତିର ଆବାହକ ପ୍ରଦୋଷ କୁମାର ମିଶ୍ର, ସଭାପତି ସଲିଳ କୁମାର ଭୋକ୍ତା ଓ ସମ୍ପାଦକ ଜନ୍ମେଜୟ ପ୍ରଧାନଙ୍କ ନେତୃତ୍ୱରେ ପ୍ରକଳ୍ପ କ୍ଷତିଗ୍ରସ୍ତ ପ୍ରଜାମାନେ ସହରର ରାମେଶ୍ୱର ମନ୍ଦିର ସମ୍ମୁଖରୁ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ପ୍ରକଳ୍ପ ନିର୍ମାଣ ଦ୍ୱାରା ବୌଦ୍ଧରେ ୨୨୭୦ ଏକର ବେସରକାରୀ ଜମି ଅଧିଗ୍ରହଣ ପାଇଁ ଆବଶ୍ୟକ ପ୍ରସ୍ତୁତି ଚାଲିଥିବାବେଳେ କ୍ଷତିଗ୍ରସ୍ତ ପ୍ରଜାମାନେ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଆନ୍ଦୋଳନ ଆରମ୍ଭ କରିଛନ୍ତି । ଏହି ପ୍ରକଳ୍ପ ନିର୍ମାଣ ଦ୍ୱାରା ୧୦୦୦ରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ବାସହରା ହେବାକୁ ଯାଉଥିବାବେଳେ ସେମାନଙ୍କ ଥଇଥାନ ପାଇଁ ସରକାରଙ୍କ ପକ୍ଷରୁ କୌଣସି ଯୋଜନା ନାହିଁ । କେନ୍ଦ୍ର ସରକାରଙ୍କ ଜମି ଅଧିଗ୍ରହଣ ଆଇନ ୨୦୧୩ ଓ ରାଜ୍ୟ ସରକାରଙ୍କ ଜମି ଅଧିଗ୍ରହଣ ଆଇନ ୨୦୧୬ ପ୍ରକାରେ କ୍ଷତିଗ୍ରସ୍ତ ପ୍ରଜାଙ୍କୁ କ୍ଷତିପୂରଣ ପ୍ରଦାନ ପାଇଁ ସ୍ଥିର କରାଯାଇଥିଲା । କିନ୍ତୁ ଜମିର ସରକାରୀ ମୂଲ୍ୟ (ବେଞ୍ଚମାର୍କ ଭେଲ୍ୟୁ) ବହୁତ କମ୍‌ ଥିବାରୁ ପ୍ରଜାମାନଙ୍କ ଜମିକୁ ଶାଗମାଛ ଦରରେ କ୍ଷତିପୂରଣ ପ୍ରଦାନ କରାଯାଉଥିବା କ୍ଷତିଗ୍ରସ୍ତ ପ୍ରଜାମାନେ ଅଭିଯୋଗ କରିଛନ୍ତି। ତେଣୁ ଜମିର ବଜାର ମୂଲ୍ୟକୁ ଆକଳନ କରି ଜମି ମାଲିକମାନଙ୍କୁ କ୍ଷତିପୂରଣ ପ୍ରଦାନ କରିବାକୁ ଦାବି କରାଯାଇଛି। ଏ ନେଇ ଏକ ଦାବିପତ୍ରକୁ ଉପଜିଲାପାଳ ଏନସି ଜ୍ୟୋତି ରଞ୍ଜନ ନାଏକଙ୍କୁ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍‌, ଜଣେ ଆହତ ବାଳକଙ୍କୁ…

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍‌ ଦିଆଯାଇଥିବା ଅଭିଯୋଗ…

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, କାହାକୁ କେଉଁ ଦାୟିତ୍ବ ଜାଣନ୍ତୁ

ଭୁବନେଶ୍ୱର,୪।୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀସ୍ତରରେ ସୋମବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି…

ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା

ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri