ଖୋର୍ଦ୍ଧା ସହରର ସବୁ ରାସ୍ତା ସିଲ୍‌: ସମସ୍ତ ଥାନାଧିକାରୀଙ୍କ ଫୋନ୍‌ ନମ୍ବର ଜାରି

ଖୋର୍ଦ୍ଧା ଅଫିସ, ୨୯ା୩: ରାଜ୍ୟରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୋଲିସ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଖୋର୍ଦ୍ଧା ସହରର ୩ ପ୍ରମୁଖ ପ୍ରବେଶପଥ ଯଥା ନୂଆ ବସ୍‌ଷ୍ଟାଣ୍ଡ, ଚଣ୍ଡିଚୁଆ ଛକ ଏବଂ ମୁକୁନ୍ଦପ୍ରସାଦ ଛକକୁ ସିଲ କରାଯାଇଛି। ସେହିପରି ମୁଖ୍ୟରାସ୍ତାକୁ ବାଦ୍‌ ଦେଇ ସମସ୍ତ ଗଳିରାସ୍ତାକୁ ବ୍ଲକିଂ କରାଯାଇଛି। ୫୭ନମ୍ବର ଜାତୀୟ ରାଜପଥ, ବାଇପାସ୍‌ ଏବଂ ନୂଆ ବସଷ୍ଟାଣ୍ଡ ରୋଡ୍‌କୁ ବାଦ ଦେଇ ୨୫ଟି ଛକରେ ବ୍ୟାରିକେଡ ଦେଇ ବନ୍ଦ କରାଯାଇଛି ବୋଲି ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ ସୂଚନା ଦେଇଛନ୍ତି। ଏସ୍‌ପି କହିଛନ୍ତି, ଲକ୍‌ଡାଉନ ସମୟରେ ଘରେ ରହିବା ଏବଂ ବିନା କାରଣରେ ବାହାରେ ନ ବୁଲିବା ଲାଗି ନିର୍ଦ୍ଦେଶନାମା ରହିଛି। ପ୍ରଶାସନ ବାରମ୍ବାର ଜନସାଧାରଣଙ୍କୁ ଅନୁରୋଧ କରି ବିଫଳ ହେବା ପରେ ସହରର ସମସ୍ତ ରାସ୍ତାକୁ ବନ୍ଦ କରାଯାଇଛି। ସହରରେ ଦୁଇଚକିଆ ଓ ଚାରିଚକିଆ ଯାନ ଚଳାଚଳ ଉପରେ କଟକଣା ଜାରି ହୋଇଛି। କୌଣସି କାମ ଥିଲେ ଚାଲି ଚାଲି ଆସିବାକୁ କୁହାଯାଇଛି। ଏଣିକି କେହି ବାଇକରେ ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଲକ୍‌ଡାଉନ ଉଲ୍ଲଂଘନ ନେଇ ୫୦ରୁ ଊର୍ଦ୍ଧ୍ୱ ମାମଲା ରୁଜୁ ହୋଇଛି। ଜନସାଧାରଣଙ୍କୁ ସହଯୋଗ କରିବା ପାଇଁ କଣ୍ଟ୍ରୋଲ ରୁମ୍‌ ଖୋଲାଯିବା ସହ ସେବା ଯୋଗାଇ ଦିଆଯିବ। ଲୋକେ କୌଣସି ଅଭିଯୋଗ ଲାଗି ନିକଟସ୍ଥ ଥାନାକୁ ଯୋଗାଯୋଗ କରିପାରିବେ। ସେଥିପାଇଁ ସମସ୍ତ ଥାନାଧିକାରୀଙ୍କ ମୋବାଇଲ ଫୋନ୍‌ ନମ୍ବର ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ମରୈଗାଁରେ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ, ରକ୍ତଦାନ କଲେ…

ହାଟଡିହୀ/ଛେନାପଦୀ,୧୫।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ସତ୍ୟସାଇ ସେବା ସଂଗଠନ ତରଫରୁ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଛି । ଉକ୍ତ…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri