ଖୋର୍ଦ୍ଧା: ୩୧୭୨ ଲୋକ ପ୍ରଭାବିତ

ଖୋର୍ଦ୍ଧା ଅଫିସ,୨୧।୫: ଅମ୍ଫନ୍‌ ପ୍ରଭାବରେ ଖୋର୍ଦ୍ଧା ଜିଲାରେ ବୁଧବାର ସକାଳଠାରୁ ଅପରାହ୍ନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଓ ପବନ ଲାଗିରହିଥିଲା। ଜିଲାରେ ୩୪.୯୪ ମି.ମି. ବର୍ଷା ରେକର୍ଡ କରାଯାଇଛି। ବାଲିଅନ୍ତାରେ ସର୍ବାଧିକ ୫୭ ଓ ବାଣପୁରରେ ସର୍ବନିମ୍ନ ୧୫ ମି.ମି ବର୍ଷା ହୋଇଛି। ୫ବ୍ଲକ ବାଲିଅନ୍ତା, ବାଲିପାଟଣା, ଭୁବନେଶ୍ୱର, ଚିଲିକା ଓ ଜଟଣୀର ୩୬ଟି ପଞ୍ଚାୟତ, ୬୨ଟି ଗାଁ ସମେତ ବାଣପୁର ଓ ବାଲୁଗାଁ ଏନ୍‌ଏସିର ୮ଟି ୱାର୍ଡରେ ମୋଟ ୩୧୭୨ ଲୋକ ପ୍ରଭାବିତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨୩୨୧ ପୁରୁଷ ଓ ୮୫୧ ଶିଶୁ ରହିଛନ୍ତି। ୧୦୩ ବାତ୍ୟା ଆଶ୍ରୟସ୍ଥଳରେ ଏମାନଙ୍କୁ ରଖାଯାଇଛି। ବାତ୍ୟାରେ କେହି ମୃତାହତ ହୋଇ ନ ଥିବା ଜିଲା ପ୍ରଶାସନ ସୂଚନା ଦେଇଛି। ଜିଲାରେ ୩୮ ହେକ୍ଟର ଜମିରେ ଧାନ ଚାଷ, ୨୦ ହେକ୍ଟର ଆଖୁ ଚାଷ, ୮ ହେକ୍ଟର ଜମିରେ ନଡ଼ିଆ ଗଛ ନଷ୍ଟ ହୋଇଛି। ୪୦ଟି ଚାଳଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ବାତ୍ୟା ଆଶ୍ରୟସ୍ଥଳରେ ୭୩୧ କୁଇଣ୍ଟାଲ ଚାଉଳ, ୧୦୩୯ କୁଇଣ୍ଟାଲ ଲେଖାଏ ଚୁଡ଼ା ଓ ଗୁଡ଼ ଏବଂ ୯୬୫ ଜଣଙ୍କୁ ରନ୍ଧାଖାଦ୍ୟ ଦିଆଯାଇଛି। ବାତ୍ୟା ମୁକାବିଲା ଲାଗି ଜିଲାରେ ୨୧ଟି ମେଡିକାଲ ଟିମ୍‌, ୧୦ଟି ପ୍ରାଣୀଧନ ସ୍ବାସ୍ଥ୍ୟ ଟିମ, ୨ଟି ଓଡ୍ରାଫ ଟିମ୍‌ ନିୟୋଜିତ ଥିବା ଅତିରିକ୍ତ ଜିଲାପାଳ ମନୋଜ ପାଢୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ ସେତୁ ୨.୦ ଆପ୍‌ର ଶୁଭାରମ୍ଭ କଲେ ଜେ.ପି. ନଡ୍ଡା

ନୂଆଦିଲ୍ଲୀ,୨୯ା୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ସୋମବାର ଆରୋଗ୍ୟ ସେତୁ ୨.୦ ଆପ୍‌ ଏବଂ ୟୁନିଫାଏଡ୍‌ ହେଲ୍‌ଥ ଇଣ୍ଟରଫେସ୍‌ (ୟୁଏଚ୍‌ଆଇ) ଲଞ୍ଚ୍‌ କରିଛନ୍ତି। କୋଭିଡ୍‌ ସମୟରୁ ଆରମ୍ଭ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri