ଖୋର୍ଦ୍ଧା: ୩୬ ମନ୍ଦିରରେ ୧୪୪ ଧାରା, ଜରିପୁଟ ସଙ୍କଟମୋଚନ ମନ୍ଦିରରେ ୧୦ଦିନ କଟକଣା

ଖୋର୍ଦ୍ଧା ଅଫିସ,୧୩ା୪: ଖୋର୍ଦ୍ଧା ଜିଲାର ୩୬ଟି ମନ୍ଦିର ଓ ଶୈବପୀଠରେ ୧୪୪ ଧାରା ଜାରି କରାଯାଇଛି। ସୋମବାର ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଥିବାରୁ ସମ୍ପୃକ୍ତ ପୀଠସ୍ଥଳିଗୁଡ଼ିକରେ ଭକ୍ତଙ୍କ ସମାଗମ ଆଶଙ୍କାରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। କରୋନା ଭୂତାଣୁ ଗୋଷ୍ଠୀ ସଂକ୍ରମଣ ରୋକିବା ପାଇଁ ଖୋର୍ଦ୍ଧା ଆଦର୍ଶ ଥାନା ସମେତ ବାଘମାରୀ, ବେଗୁନିଆ, ଜଙ୍କିଆ ପ୍ରଭୃତି ଥାନା ପକ୍ଷରୁ ୧୪୪ ଧାରା ଜାରି ଲାଗି ଖୋର୍ଦ୍ଧା ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ ତଥା ଉପଜିଲାପାଳଙ୍କ ନିକଟରେ ପିଟିଶନ ଦାଏର କରାଯାଇଥିଲା। କୋର୍ଟ ଏହାକୁ ଗ୍ରହଣ କରି ବାଘମାରୀରେ ୧୩, ବେଗୁନିଆରେ ୧୪, ଜଙ୍କିଆରେ ୯ଟି ମନ୍ଦିର ପରିସରରେ ୧୪୪ ଧାରା ଜାରି କରିଛନ୍ତି। ତେବେ ତନ୍ତମୁଣ୍ଡିଆ ଜରିପୁଟସ୍ଥିତ ଶ୍ରୀ ସଙ୍କଟମୋଚନ ହନୁମାନ ମନ୍ଦିରରେ ରବିବାରଠାରୁ ଆସନ୍ତା ୨୨ତାରିଖ ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି ବୋଲି ସଦର ଡିଏସ୍‌ପି ସୁଶୀଲ କୁମାର ମିଶ୍ର କହିଛନ୍ତି। ୧୦ ଦିନ ବ୍ୟାପୀ ଏହି ମନ୍ଦିରରେ ପୂଜାପାଠ, ଦିଅଁ ଦର୍ଶନ ଉପରେ କଟକଣା ଜାରି ହୋଇଛି। ଆଦର୍ଶ ଥାନା ଅଧିକାରୀ ଉମାଶଙ୍କର ସିଂ କହିଛନ୍ତି, ଉପଜିଲାପାଳଙ୍କ ନିର୍ଦ୍ଦେଶାନାମାର ନକଲ ମନ୍ଦିର କାନ୍ଥରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଲଗାଯାଇଛି। ପୋଲିସ ପକ୍ଷରୁ ଡାକବାଜି ଯନ୍ତ୍ର ଦ୍ୱାରା ଲୋକଙ୍କୁ ସଚେତନ କରାଯାଇଛି। ଏହାକୁ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri