ଖୋର୍ଦ୍ଧାରେ ଗୋଟିଏ ସମୟ ଖୋଲିବ ହାଟ, ବାଇକ୍‌ରେ ବୁଲିଲେ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା ଅଫିସ,୨ା୪ : ମହାମାରୀର ରୂପ ନେଇଥିବା କୋଭିଡ-୧୯ (କରୋନା ଭାଇରସ)ର ମୁକାବିଲା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ତିନି ସପ୍ତାହ ଲାଗି ଦେଶରେ ଲକ୍‌ଡାଉନ ଘୋଷଣା ହୋଇଛି। କିନ୍ତୁ ଖୋର୍ଦ୍ଧାରେ କେତେକ ଅସାମାଜିକ ଲୋକ ଏହାକୁ ବେଖାତିର କରି ବାହାରେ ବୁଲିବା ସହ ଅଯଥାରେ ହାଟଗୁଡ଼ିକରେ ଗହଳି କରୁଥିବାର ଦେଖିବାକୁ ମିଳୁଛି। ଏଥିପାଇଁ ସରକାରଙ୍କ ନିଷ୍ପତ୍ତି ପ୍ରକାରେ ଅତ୍ୟାବଶ୍ୟକ ସାମଗ୍ରୀ ଯଥା ପନିପରିବା ଓ ଫଳମୂଳ, ମାଛ, ମାଂସ, ଅଣ୍ଡା ପ୍ରଭୃତି ସକାଳ ୭ଟାରୁ ୧୨ ଟା ପର୍ଯ୍ୟନ୍ତ ଖୋଲିବା ଲାଗି ଉପଜିଲାପାଳ ଶାନ୍ତନୁ ମହାନ୍ତି ବୁଧବାର ନୋଟିସ ଜାରି କରିଛନ୍ତି। ଏହାସହ ଓମଫେଡ ଦୁଗ୍ଧ ସକାଳ ୭ରୁ ୯ ଏବଂ ସନ୍ଧ୍ୟା ୫ରୁ ୭ଟା ପର୍ଯ୍ୟନ୍ତ ଖୋଲା ରହିବ। କେବଳ ଔଷଧ ଦୋକାନ ବ୍ୟତୀତ ପନିପରିବା ଦୋକାନ ଅପରାହ୍ନ ପର୍ଯ୍ୟନ୍ତ ରହିିବ। ଏହି ନିୟମ ଉଲ୍ଲଂଘନ କରିଲେ ଦୃଢ଼ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ। ସହରରେ ଦୁଇ ଓ ଚାରି ଚକିଆ ଯାନ ଚଳାଚଳ ଉପରେ ମଧ୍ୟ କଟକଣା କରାଯାଇଛିି। ବିନା କାରଣରେ ସହରରେ ଏଣେତେଣେ ବୁଲିଲେ କାର୍ଯ୍ୟାନୁଷ୍ଠାନ କରାଯିବ। କରୋନାର ଭୟାବହତାଙ୍କୁ ଉପଲବ୍ଧି କରି ସମସ୍ତେ ଘରେ ରହିବାକୁ ଉପଜିଲାପାଳ ମହାନ୍ତି ନୋଟିସ୍‌ରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri