ଖୋର୍ଦ୍ଧାରେ ପଥର ଚାଲାଣ ମାମଲା : ୬ଜଣଙ୍କୁ ଧରିବା ପାଇଁ ରାଜ୍ୟ ବାହାରକୁ ଗଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୯।୮(ବ୍ୟୁରୋ) : ଖୋର୍ଦ୍ଧା ପଥର ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ଥିବା ମୁଖ୍ୟ ୬ଜଣ ମାଫିଆଙ୍କୁ ଗିରଫ କରିବା ପାଇଁ ଏସ୍‌ଟିଏଫ୍‌ ଜାଲ ବିଛାଇଛି। ଏହି ୬ଜଣଙ୍କ ମଧ୍ୟରେ ରହିଛନ୍ତି ଜଣେ ଲେଡି ଡନ୍‌। ତାଙ୍କ ସମେତ ଅନ୍ୟ ୫ଜଣ ଗିରଫ ଭୟରେ ରାଜ୍ୟ ବାହାରକୁ ଚାଲିଯାଇ ଲୁଚିଥିବା ଏସ୍‌ଟିଏଫ୍‌ ସୂଚନା ପାଇଛି। ସେମାନଙ୍କୁ ଧରିବା ପାଇଁ ଏସ୍‌ଟିଏଫ୍‌ର ଏକ ୫ଜଣିଆ ଟିମ୍‌ ରାଜ୍ୟ ବାହାରକୁ ଯାଇଛି। ଏହି ଟିମ୍‌ ଭିନ୍ନ ଭିନ୍ନ ରାଜ୍ୟକୁ ଗସ୍ତ କରିଥିବା ଜଣାପଡ଼ିଛି। ଲେଡି ଡନ୍‌ଙ୍କୁ ଏସ୍‌ଟିଏଫ୍‌ ଅଧିକ ଗୁରୁତ୍ୱ ଦେଉଛି। କାରଣ ଖୋର୍ଦ୍ଧାରେ ସେ ସମସ୍ତ ଗ୍ୟାଙ୍ଗ୍‌କୁ ଚଳାଉଥିଲେ। କୁହାଯାଉଛି ଯେ, ଏହି ଲେଡି ଡନଙ୍କ ହାତରେ ଅନେକ ନେତା ରହିଥିଲେ। ସେମାନେ ଲେଡି ଡନ୍‌ଙ୍କୁ ସୁରକ୍ଷା ଦେଇ ମୋଟାରକମର ପାଉଣା ପାଉଥିଲେ। ଅନ୍ୟପକ୍ଷରେ କୋଲକାତାରୁ ଗିରଫ ହୋଇଥିବା କୈଳାସ ଚନ୍ଦ୍ର ପରିଜା ଆସନ୍ତା ୨୨ ତାରିଖରେ ଖୋର୍ଦ୍ଧା କୋର୍ଟରେ ହାଜର ହେବେ। ତାଙ୍କୁ ଏସ୍‌ଟିଏଫ୍‌ ରିମାଣ୍ଡରେ ଆଣି ପଚରାଉଚରା କରିବ।
ସେହିଭଳି ଖୋର୍ଦ୍ଧାରେ ଜଗନ୍ନାଥଙ୍କ ଜାଗାକୁ ଖୋଳି ମାଫିଆମାନେ ପଥର ଚଲାଣ କରିଛନ୍ତି। ଏ ନେଇ ଶନିବାର ଏସ୍‌ଟିଏଫ୍‌ ଖୋର୍ଦ୍ଧା ସଦର ଥାନା ଅଧିକାରୀ ବିକ୍ରମ କେଶରୀ ଜେନା ଏବଂ ତହସିଲଦାର ଶୁଭେନ୍ଦ୍ର ସାମଲଙ୍କୁ ପଚରାଉଚରା କରିଥିଲା। ସେମାନଙ୍କ ଉତ୍ତରରେ ଏସ୍‌ଟିଏଫ୍‌ର ଅଧିକାରୀମାନେ ସନ୍ତୁଷ୍ଟ ହୋଇ ନ ଥିବା କୁହାଯାଉଛି। ତେଣୁ ଉଭୟଙ୍କୁ ପୁଣି ଆସନ୍ତା ୨୧ରେ ହାଜର ହେବାକୁ ନୋଟିସ ଦିଆଯିବା ସହ କେତେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଆଣିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri