ଖୋର୍ଦ୍ଧାରେ ବିଦ୍ୟୁତ୍‌ କାଟ୍‌କୁ ନେଇ ଉତ୍ତେଜନା, କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାହକ

ଖୋର୍ଦ୍ଧା ଅଫିସ,୧୬।୧: ପୂର୍ବ ନିର୍ଦ୍ଧାରିତ ତାରିଖାନୁଯାୟୀ ସେସୁ ପକ୍ଷରୁ ଗୁରୁବାର ଖୋର୍ଦ୍ଧାରୁ ବିଦ୍ୟୁତ୍‌ କାଟ୍‌ ଆରମ୍ଭ ହୋଇଛି। ୩୯ଟି ଟିମ୍‌ ବିଦ୍ୟୁତ୍‌ ବକେୟା ଥିବା ଗ୍ରାହକମାନଙ୍କ ବିଦ୍ୟୁତ୍‌ ବିଚ୍ଛିନ୍ନ କରୁଛନ୍ତି। ଏହି କ୍ରମରେ ଖୋର୍ଦ୍ଧା ସହର ଗୁରୁଜଙ୍ଗ ଭୋଇସାହିରେ ବିଦ୍ୟୁତ୍‌ କଟାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଭୋଇସାହିର ୭ରୁ ଊର୍ଦ୍ଧ୍ୱ ଗ୍ରାହକଙ୍କର ଲାଇନ କଟା ଯାଉଥିବା ବେଳେ ସେମାନେ ଏହାକୁ ପ୍ରତିବାଦ କରିଥିଲେ। ଏପରି କି ସେମାନେ ୫ ବିଦ୍ୟୁତ୍‌ କର୍ମଚାରୀଙ୍କୁ ପ୍ରାୟ ୧ ଘଣ୍ଟା ଧରି ଅଟକ ରଖିଥିଲେ। ବିଦ୍ୟୁତ୍‌ କର୍ମଚାରୀ ଲାଇନ କାଟିବେ ନାହିଁ ବୋଲି ପ୍ରତିଶ୍ରୁତି ଦେବା ପରେ କର୍ମଚାରୀମାନଙ୍କୁ ଗ୍ରାହକମାନେ ଛାଡ଼ିଥିବା ସୂଚନା ମିଳିଛି।
ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିବା ପାଇଁ ଖୋର୍ଦ୍ଧା ଡିଭିଜନ ପକ୍ଷରୁ ୩୯ଟି ଟିମ୍‌ ଗଠନ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ନଜର ରଖାଯାଇଛି। ଖୋର୍ଦ୍ଧା ସବ୍‌ଡିଭିଜନରେ ୯ ସ୍କ୍ବାଡ୍‌ ସାମିଲ ହୋଇଛନ୍ତି। ୫୧୦୦୦ ଗ୍ରାହକଙ୍କ ଉପରେ ୮୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବିଦ୍ୟୁତ୍‌ ବିଲ୍‌ ବାକି ରହିଛି। ବର୍ତ୍ତମାନ ଏହି ଚଢ଼ାଉ ଫଳରେ ବାକି ଥିବା ବିଲ୍‌ ସଂଗ୍ରହ ଆରମ୍ଭ ହୋଇଛି। ଦାଖଲ କରୁଥିବା ଗ୍ରାହକଙ୍କ ପୁନଃ ସଂଯୋଗ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri