ଖୋଲା ଆକାଶ ତଳେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି

ବାଲିଅନ୍ତା,୨୧।୬(ଡି.ଏନ୍‌.ଏ.) : ବାତ୍ୟା ‘ଫନୀ’ରେ ବାଲିଅନ୍ତାସ୍ଥିତ ମହାତ୍ମା ସେତୁ ସଂଲଗ୍ନ ରାସ୍ତା ପାର୍ଶ୍ୱରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉପରେ ନିର୍ମିତ ସେଡ୍‌ର ଟିଣ ଚଦର ଉଡିଯାଇଛି। ଫଳରେ ଖୋଲା ଆକାଶ ତଳେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ରହିଛି। ବର୍ଷାରେ ପ୍ରତିମୂର୍ତ୍ତି ନଷ୍ଟ ହେବାକୁ ବସିଲାଣି। ବାତ୍ୟାର ଦେଢ ମାସ ପରେ ବି ବିଭାଗୀୟ କର୍ତ୍ତୃପକ୍ଷଙ୍କ ନଜର ପଡୁ ନ ଥିବା ଅଭିଯୋଗ ହୋଇଛି। ସୂଚନା ଥାଉକି, ଗତ ଅକ୍ଟୋବର ୨ରେ ମହାତ୍ମା ସେତୁ ଉଦ୍‌ଘାଟନ ଅବସରରେ ଏହି ପ୍ରତିମୂର୍ତ୍ତି ସ୍ଥାପନ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗାନ୍ଧିଜୀଙ୍କ ନୂତନ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଉଦ୍‌ଘାଟନ କରିଥିଲେ। ସେତୁର ନାମ ମହାତ୍ମା ସେତୁ ରଖାଯାଇଥିବା ଯୋଗୁ ସେଠାରେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିକୁ ରଖାଯାଇଥିଲା। ବାତ୍ୟାରେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ଉପରେ ନିର୍ମିତ ଟିଣ ଚଦର ଉଡିଯାଇଥିବାରୁ ଏବେ ପ୍ରତିମୂର୍ତ୍ତି ଖୋଲା ଆକାଶ ତଳେ ରହିଛି। ଖୋଲା ଆକାଶ ତଳେ ପ୍ରତିମୂର୍ତ୍ତି ଥିବାରୁ ଏହା ଗାନ୍ଧିଜୀଙ୍କ ପ୍ରତି ଅସମ୍ମାନ ବୋଲି ସ୍ଥାନୀୟ ଗ୍ରାମବାସୀ କହିଛନ୍ତି। ଅନ୍ୟପକ୍ଷରେ ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ଡିଭିଜନ-୪ର ସରକାରୀ ନିର୍ବାହୀ ଯନ୍ତ୍ରୀ ବ୍ରଜମୋହନ ମହାପାତ୍ର କୁହନ୍ତି, ଫନୀ ଯୋଗୁ ରାସ୍ତା ଓ ଅନ୍ୟ କାର୍ଯ୍ୟରେ ବ୍ୟସ୍ତ ରହୁଛୁ। ଖୁବଶୀଘ୍ର ଉଡିଯାଇଥିବା ଟିଣ ଚଦର ଲଗାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

ସବୁଠି ନ୍ୟାୟକୁ ସମର୍ଥନ

ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

ଚାଞ୍ଚଲ୍ୟ: ସତସଙ୍ଗ ବିହାର ପାର୍କ ନିକଟରେ ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ

ଭୁବନେଶ୍ୱର,୨୦ା୨: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଜଣେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସତସଙ୍ଗ ବିହାର ପାର୍କ ନିକଟରେ ଘଟିଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri