କେନ୍ଦୁଝର, ୧୨ା୨(ସ୍ବ.ପ୍ର.): ବାଂଶପାଳ ବ୍ଲକ ଅଞ୍ଚଳରେ ଜଣେ ପ୍ରସୂତି ମହିଳା ଖୋଲା ପଡିଆରେ ଶିଶୁ ଜନ୍ମ ଭଳି ଅଭାବନୀୟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଉକ୍ତ ମହିଳାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ମେଡିକାଲକୁ ଯାଇଥିଲେ ହେଁ ସେଠାରେ ଥିବା ମା’ ଗୃହରେ ରଖା ନ ଯିବାରୁ ଘରକୁ ଫେରୁଥିବା ବେଳେ ଏଭଳି ଘଟଣା ଘଟିଥିବା କୁହାଯାଉଛି । ଘଟଣାଟି ମଙ୍ଗଳବାର ଘଟିଥିଲେ ହେଁ ବୁଧବାର ଲୋକ ଲୋଚନକୁ ଆସିଥିଲା। ପ୍ରକାଶ ଯେ ଦୁର୍ଗମ ଅଞ୍ଚଳ ବିଶେଷ କରି ଆଦିବାସୀ ଅଞ୍ଚଳରେ ଉନ୍ନତ ଓ ମାଗଣା ସ୍ବାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ସରକାର ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତି । କିନ୍ତୁ ଏହାର ସଫଳ ରୂପାୟନ ହୋଇପାରୁନାହିଁ।
ଏହାର ବାସ୍ତବ ଚିତ୍ର ମଙ୍ଗଳବାର କେନ୍ଦୁଝର ଜିଲା ଆଦିବାସୀ ବହୁଳ ବାଂଶପାଳ ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି । ଏହି ବ୍ଲକର କୁଶକଳା ଗ୍ରାମ ନିକଟ କାଦଡିହା ସାହିର ପୂର୍ଣ୍ଣ ମୁଣ୍ଡାଙ୍କ ସ୍ତ୍ରୀ ରଜନୀ ମୁଣ୍ଡାଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଥିବା ମା’ଗୃହରେ ତାଙ୍କୁ ରଖା ନ ଯିବାରୁ ଆମ୍ବୁଲାନ୍ସ ନ ମିଳିବାରୁ ସେ ବସ୍ ଯୋଗେ ଘରକୁ ଫେରିଥିଲେ ବୋଲି ଅଭିଯୋଗ ହୋଇଛି। ତେବେ କୁଶକଳାରେ ବସ୍ରୁ ଓହ୍ଲାଇ ଘରକୁ ଚାଲିଚାଲି ଯାଉଥିବା ବେଳେ ପ୍ରସବ ଯନ୍ତ୍ରଣା ଅଧିକ ହୋଇଥିଲା। ଫଳରେ ବାଟରେ ଏକ ଖୋଲା ପଡିଆ ଗଛ ମୂଳରେ ଶିଶୁ କନ୍ୟାକୁ ଜନ୍ମ ଦେଇଥିଲେ। ପରେ ଗ୍ରାମବାସୀ ଆମ୍ବୁଲାନ୍ସ ଜରିଆରେ ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଏବେ ମା’ ଓ ଶିଶୁ ବାଂଶପାଳ ମା’ ଗୃହରେ ସୁସ୍ଥ ଅଛନ୍ତି। ତେବେ କାହିଁକି ମା’ ଗୃହରେ ରଖାଗଲା ନାହିଁ ଏବଂ ନେବା ଆଣିବା ପାଇଁ ଆମ୍ବୁଲାନ୍ସ ସେବା ଯୋଗାଇଦିଆଗଲା ନାହିଁ ତାହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି। ଏଠାରେ ସୂଚନା ଯୋଗ୍ୟ ଯେ, ବାଂଶପାଳ ବ୍ଲକରେ ଶିଶୁ ଓ ମାତୃ ମୃତ୍ୟୁହାର ରାଜ୍ୟରେ ଉଦ୍ବେଗଜନକ ସ୍ଥିତିରେ ରହିଥିବାରୁ ଏହି ବ୍ଲକ ଅଞ୍ଚଳରେ ଏହାକୁ ରୋକିବା ପାଇଁ ବହୁ କାର୍ଯ୍ୟକ୍ରମ କରାଯାଉଥିବାବେଳେ ଏଥିପାଇଁ ବହୁ ଅର୍ଥ ଖର୍ଚ୍ଚ ମଧ୍ୟ ହେଉଛି କିନ୍ତୁ ଏହାର ସୁବିଧା ମହିଳାମାନେ ପାଇପାରୁନାହାନ୍ତି। ଏସମ୍ପର୍କରେ କେନ୍ଦୁଝର ସିଡିଏମ୍ଓ ଅଶୋକ କୁମାର ଦାସଙ୍କୁ ପଚାରିବାରୁ ଏହି ଘଟଣାର ତଦନ୍ତ କରାଯିବାପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’
ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…
କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ
ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…
ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…
କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…
ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ
କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍, ଟ୍ରକ୍ ଏବଂ ପିକ୍ଅପ୍ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…
ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି
ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…
ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ
ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…
ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…
ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…
ବାହାରେ ବୁଲିବା ପଡ଼ିଲା ମହଙ୍ଗା
ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…
Archives

