ଖୋଲାକୂଅରୁ ୫ ମୃତ ବାର୍‌ହା ଉଦ୍ଧାର

ବଇଣ୍ଡା,୧୫।୫(ଡି.ଏନ.ଏ.)- କିଶୋରନଗର ବ୍ଲକ ବାମୁର ରେଞ୍ଜ ଶାହାଜବାହାଳି ଗ୍ରାମର  ଅକ୍ଷୟ ସାହୁଙ୍କ ଖୋଲାକୂଅରୁ  ମଙ୍ଗଳବାର ବାମୁର ବନବିଭାଗ ୫ଟି ବାର୍‌ହାର ମୃତଦେହ ଉଦ୍ଧାର କରିଛି। ଘଟଣାରୁ ଜଣାପଡ଼ିଛି, ଅକ୍ଷୟ ତାଙ୍କ ଜମିରେ ପାଣି ମଡ଼ାଇବା ପାଇଁ ଏକ ଖୋଲାକୂଅ ନିର୍ମାଣ କରିଛନ୍ତି। ପାଣି ପିଇବା ପାଇଁ ନିକଟସ୍ଥ ନାଳକୁ ବାରହାମାନେ ଆସୁଥିବାବେଳେ ୫ଟି ବାରହା କୂଅ ଭିତରେ ପଡ଼ିଯାଇଥିଲେ। ୪ରୁ ୫ ଦିନ ତଳେ ଏହି ଘଟଣା ଘଟିଥିବାବେଳେ ମଙ୍ଗଳବାର କେତେଜଣ ପତ୍ର ତୋଳାଳି ମହିଳା ସେହି ବାଟ ଦେଇ ଯାଉଥିବାବେଳେ କୂଅରେ ବାର୍‌ହା ମରିପଡ଼ିଥିବା ଦେଖିବାକୁ ପାଇଥିଲେ। ଏ ନେଇ ଗ୍ରାମବାସୀ ବନ ବିଭାଗକୁ ସୂଚନା ଦେଇଥିଲେ। ଖବରପାଇ ବାମୁର ରେଞ୍ଜର ଚିତ୍ତରଞ୍ଜନ ପ୍ରଧାନ, ଫରେଷ୍ଟର ଗୌରଚନ୍ଦ୍ର ଦନ୍ତା, ନିଳାମ୍ବର ମହାର, ପ୍ରଦୀପ କୁମାର ନାୟକ ଘଟଣାସ୍ଥଳରେ ପହଞ୍ଚି କୂଅରେ ଭାସୁଥିବା ମୃତ ବାରହାଙ୍କୁ ଉଦ୍ଧାର କରାଯାଇ ବ୍ୟବଚ୍ଛେଦ ପରେ ପୋତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

ପ୍ଲଟିଂ ହେଉଥିବା ଅଞ୍ଚଳରେ ଲାଗୁଛି ଷ୍ଟ୍ରିଟ୍ ଲାଇଟ୍‌: ଆବଶ୍ୟକ ସ୍ଥାନରେ ନାହିଁ, ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହଟାଇବାକୁ….

ପୁରୁଷୋତ୍ତମପୁର, ୨୧।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସହରରେ ଆବଶ୍ୟକ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଦାବିରେ ଦିବ୍ୟାଙ୍ଗ ଯୁବ ଆଇନଜୀବୀ ସନ୍ତୋଷ…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri