Posted inରାଜ୍ୟ

ଖୋଲିବ ସେଲୁନ୍‌, ବିଉଟି ପାର୍ଲର, ଜଳଖିଆ ଦୋକାନ

ଭୁବନେଶ୍ୱର, ୨୦।୫(ବ୍ୟୁରୋ) : ଭୁବନେଶ୍ୱରରେ ଏବେ ସେଲୁନ୍‌, ବିଉଟି ପାର୍ଲର ଓ ଜଳଖିଆ ଦୋକାନ ଖୋଲିବ। ହେଲେ ବିଉଟିପାର୍ଲର ଓ ସେଲୁନ୍‌ରେ ଦୋକାନୀ ସମସ୍ତ ସତର୍କତା ଅବଲମ୍ବନ କରିବେ। ଥଣ୍ଡା, କାଶ, ଜ୍ୱର ଥିବା କର୍ମଚାରୀ ଆସିବେ ନାହିଁ। ସମସ୍ତେ ମାସ୍କ ପିନ୍ଧିବେ, ନିୟମିତ ହାତ ଧୋଇ ସେବା ଦେବେ। ସେହିପରି ରେଷ୍ଟୁରାଣ୍ଟ ଖୋଲା ରହିବ। କିନ୍ତୁ ସେଠାରେ ଖାଇବା ମନା, କେବଳ ପାର୍ସଲ ନେଇ ହେବ, ଜଳଖିଆ ଦୋକାନୀ କେବଳ ପାର୍ସଲ ଦେଇପାରିବେ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ମଙ୍ଗଳବାର ଜାରି କରିଥିବା ନୂତନ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି। ଲକ୍‌ଡାଉନ -୪ରେ ବିଏମ୍‌ସି ପକ୍ଷରୁ କଟକଣାକୁ କୋହଳ କରାଯିବା ସହ କିଛି କାର୍ଯ୍ୟକୁ ପୁନଃ ଆରମ୍ଭ କରିବାକୁ ଅନୁମତି ମିଳିଛି। ଭୁବନେଶ୍ୱରରେ ଏବେ ୨ଜଣ ସଂକ୍ରମିତ ସକ୍ରିୟ ଥିବାବେଳେ ବିଏମ୍‌ସି ଜନସ୍ବାର୍ଥକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛି।
ଏପର୍ଯ୍ୟନ୍ତ କରୋନା ପାଇଁ କୌଣସି ପ୍ରତିଷେଧକ ଟିକା ବାହାରି ନ ଥିବାବେଳେ ଭୁବନେଶ୍ୱରରେ ସମୟ ଅନ୍ତରାଳେ ପଜିଟିଭ୍‌ ଚିହ୍ନଟ ହୋଇଆସୁଛନ୍ତି। ତେଣୁ ଏଠାରେ କଟକଣା ସମ୍ପୂର୍ଣ୍ଣ କୋହଳ କରିଦେଲେ ପୁନଃ ସଂକ୍ରମଣ ହେବାର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ। ତେଣୁ କଟକଣା ମଧ୍ୟରେ ବିଶେଷ କ୍ଷେତ୍ରରେ କୋହଳ କରିବା ପାଇଁ ବିଏମ୍‌ସି ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା କମିଶନର ପ୍ରେମ୍‌ଚନ୍ଦ୍ର ଚୌଧାରୀ କହିଛନ୍ତି। ତେବେ ବିଏମ୍‌ସି ଅଞ୍ଚଳରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ସମସ୍ତ ନିର୍ଦ୍ଦେଶନାମା ଲାଗୁ ହେବା ସହ ବିଏମ୍‌ସିର ନିଜସ୍ବ କିଛି କଟକଣା ଲାଗୁ କରାଯିବ ବୋଲି ସେ କହିଛନ୍ତି।
ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ସମସ୍ତ ଘରୋଇ ଓ ଅନ୍ତଃରାଷ୍ଟ୍ରୀୟ ବିମାନ ଉଡ଼ାଣକୁ ବନ୍ଦ ରଖାଯାଇଛି। ବିମାନରେ କେବଳ ଅତ୍ୟାବଶ୍ୟକ ଓ ଡାକ୍ତରୀ ସାମଗ୍ରୀ ପରିବହନ ଅନୁମତି ଦିଆଯାଇଛି। ସେହିପରି ଅଟୋ, ଟ୍ୟାକ୍ସି, ରିକ୍ସାର ସାଧାରଣ ଚଳାଚଳକୁ ବନ୍ଦ କରାଯାଇଛି। ସମସ୍ତ ଘରୋଇ ଓ ସରକାରୀ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ଅନ୍ୟ ଶିକ୍ଷାନୁଷ୍ଠାନକୁ ବନ୍ଦ କରିବାକୁ କୁହାଯାଇଛି। ଅନ୍‌ଲାଇନ୍‌ରେ ପାଠପଢ଼ା ଜାରି ରଖିବା ପାଇଁ ବିଏମ୍‌ସି ପକ୍ଷରୁ ପରାମର୍ଶ ଦିଆଯାଇଛି। ସମସ୍ତ ସାମାଜିକ ଉତ୍ସବ, ବୈଠକ ଓ ସଭାକୁ ଭୁବନେଶ୍ୱର ଅଞ୍ଚଳରେ କରା ନ ଯିବାକୁ କୁହାଯାଇଛି। ସମସ୍ତ ଧାର୍ମିକ କ୍ଷେତ୍ରକୁ ବନ୍ଦ ରଖିବାକୁ କୁହାଯାଇଛି। ଯେଉଁମାନେ କ୍ୱାରାଣ୍ଟାଇନ୍‌ ସୁବିଧା ଯୋଗାଉଛନ୍ତି କିମ୍ବା ସରକାରୀ ସେବା ଯୋଗାଉଛନ୍ତି ସେମାନଙ୍କୁ ଛାଡ଼ି ଅନ୍ୟ ସମସ୍ତ ଲଜ୍‌, ହୋଟେଲ, ଗେଷ୍ଟ ହାଉସ୍‌ ଓ ଅନ୍ୟ ଆତିଥ୍ୟ ପ୍ରଦାନ କେନ୍ଦ୍ରକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଅନୁରୂପ ଭାବେ ସମସ୍ତ ସିନେମା ହଲ୍‌, ଜିମ୍‌, ଗେମ୍‌ ପାର୍ଲର, ସ୍ପୋଟ୍ସ କମ୍ପ୍ଲେକ୍ସ, ସୁଇମିଂ ପୁଲ୍‌, ପାର୍କ, ପ୍ରୋକ୍ଷାଳୟ, ବାର, ଶପିଂ ମଲ୍‌କୁ ବନ୍ଦ ରଖାଯିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଅପରପକ୍ଷରେ ଭୁବନେଶ୍ୱରରେ ବର୍ତ୍ତମାନ ସମସ୍ତ ସରକାରୀ କାର୍ଯ୍ୟାଳୟ, ସମସ୍ତ ରିଟେଲର ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି। ସକାଳ ୭ଟାରୁ ସନ୍ଧ୍ୟା ୬ଟା ୩୦ ମଧ୍ୟରେ ସମସ୍ତ ବାଣିଜି୍ୟକ କାରବାର କରିବାକୁ କୁହାଯାଇଛି। ଲୋକଙ୍କୁ କେବଳ ହସ୍ପିଟାଲ ନେବା ଆଣିବା ପାଇଁ ଓଲା, ଉବେର ଭଳି ପରିବହନ ବ୍ୟବସ୍ଥାକୁ ଅନୁମତି ମିଳିଛି। ଘରୋଇ କାର୍ଯ୍ୟାଳୟଗୁଡ଼ିକରେ ୩୩% କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବାକୁ ବିଏମ୍‌ସି ଅନୁମତି ଦେଇଥିବା ଜଣାପଡ଼ିଛି। ଏଥିସହ ଖୋଲାଯିବା ଦୋକାନ ଓ ସଂସ୍ଥାକୁ ସାମାଜିକ ଦୂରତ୍ୱ ବଜାୟ ରଖି କାମ କରିବା ପାଇଁ ବିଏମ୍‌ସି ପରାମର୍ଶ ଦେଇଛି।
ଏହାବ୍ୟତୀତ ସନ୍ଧ୍ୟା ୭ଟା ପରେ ରାସ୍ତାରେ ବାହାରେ ନ ବୁଲିବାକୁ ବିଏମ୍‌ସି ପକ୍ଷରୁ ପରାମର୍ଶ ଦିଆଯାଇଛି। ଯଦି କେହି ସନ୍ଧ୍ୟା ୭ଟା ପରେ ଜରୁରୀ କାମ ବ୍ୟତୀତ ବାହାରକୁ ବାହାରନ୍ତି ତାଙ୍କ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ସବୁ ନିର୍ଦ୍ଦେଶର ଯିଏ ଉଲ୍ଲଂଘନ କରିବେ ସେମାନଙ୍କ ବିରୋଧରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ନିୟମ ୨୦୦୫ର ୫୧ ଓ ୬୦ ଏବଂ ଆଇପିସିର ୧୮୮ ଦଫାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri